ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ବିଧାୟକ ଯୁଧିଷ୍ଠିର ସାମନ୍ତରାୟଙ୍କ ପରଲୋକ

0

ଭୁବନେଶ୍ବର: ପିଲିର ପୂର୍ବତନ ବିଧାୟକ ଯୁଧିଷ୍ଠିର ସାମନ୍ତରାୟଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୩ ବର୍ଷ ହୋଇଥିଲା। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ସେ ନିଜର ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଯୁଧିଷ୍ଠିରଙ୍କ ମୃତ୍ୟୁ ହୋଇଥିବା ନେଇ ତାଙ୍କ ପୁଅ ସୂଚନା ଦେଇଛନ୍ତି। ଗତ କିଛି ମାସ ହେବ ଅସୁସ୍ଥ ଥିଲେ ଯୁଧିଷ୍ଠିର। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ସେ ଚିକିତ୍ସିତ ହେଉଥିଲେ।

୧୯୯୫ ରୁ ୨୦୦୦ ମସିହା ପର୍ଯ୍ୟନ୍ତ ପିପିଲି ବିଧାୟକ ଥିଲେ ଯୁଧିଷ୍ଠିର ସାମନ୍ତରାୟ। ଏହାପରେ ଯୁଧିଷ୍ଠିର ଲଗାତାର ୨୦୧୪ ପର୍ଯ୍ୟନ୍ତ ନିର୍ବାଚନ ଲଢିଥିଲେ ମଧ୍ୟ ପରାଜିତ ହୋଇଥିଲେ। ସେହିପରି ୧୯୮୪ ରୁ ୧୯୯୦ ମସିହା ପର୍ଯ୍ୟନ୍ତ ସେ ପିପିଲି ବ୍ଲକ ଚେୟାରମ୍ୟାନ ଥିଲେ। ଯୁଧିଷ୍ଠିରଙ୍କ ବିୟୋଗରେ କଂଗ୍ରେସ ଜଣେ ଟାଣୁଆ ସଙ୍ଗଠକଙ୍କୁ ହରାଇଛି। ଯୁଦ୍ଧିଷ୍ଠିରଙ୍କ ମୃତ୍ୟୁ ପରେ ପରିବାରରେ ଶୋକର ଛାୟା ଖେଳିଯାଇଛି।  ବିଭିନ୍ନ ନେତା ଓ ମନ୍ତ୍ରୀ ଗଭୀର ଶୋକପ୍ରକାଶ କରିଛନ୍ତି। 

Leave A Reply

Your email address will not be published.