ପ୍ରମୁଖ ଖବର

ଆଇଏମ୍‌ଏସ୍ ଆଣ୍ଡ ସମ ହସ୍ପିଟାଲ୍ କ୍ୟାମ୍ପସ-୨ରେ ଏଆରଟି ସେଂଟର ଉଦ୍‌ଘାଟିତ
ପଞ୍ଚମ ଏବଂ ଅଷ୍ଟମ ଶ୍ରେଣୀ ପାଇଁ ୧୭ଟି ନୂତନ ପାଠ୍ୟପୁସ୍ତକକୁ ମିଳିଲା ଅନୁମୋଦନ
କ୍ୟାବିନେଟରେ ୫ବିଭାଗର ୬ପ୍ରସ୍ତାବକୁ ମଞ୍ଜୁରୀ
ବିନା ଅନୁମତିରେ ବିଡିଓ ଓ ତହସିଲଦାର ଛୁଟିରେ ରହିଲେ ନିଆଯିବ କାର୍ଯ୍ୟାନୁଷ୍ଠାନ
ଯାତ୍ରୀଙ୍କ ପାଇଁ ଆଡଭାଇଜରି ଜାରି କଲା ଦିଲ୍ଲୀ ବିମାନବନ୍ଦର
ବାଲେଶ୍ବର ଜିଲ୍ଲା ମୁଖ୍ୟ ହସ୍ପିଟାଲରେ ଅଗ୍ନିକାଣ୍ଡ

ବାରକୋଟରେ ପ୍ରତିଷ୍ଠା ହେବ ଜେଏମଏଫସି କୋର୍ଟ

0

ଭୁବନେଶ୍ବର: ଦେବଗଡ଼ ଜିଲ୍ଲା ବାରକୋଟରେ ପ୍ରତିଷ୍ଠା ହେବ ଜେଏମଏଫସି କୋର୍ଟ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଦେବଗଡ ଜିଲ୍ଲା ବାରକୋଟଠାରେ ଗୋଟିଏ ଅତିରିକ୍ତ ସିଭିଲ୍ ଜଜ୍ (କନିଷ୍ଠ ଡିଭିଜନ୍) ତଥା ଜେଏମଏଫସି କୋର୍ଟ ପ୍ରତିଷ୍ଠାକୁ ଅନୁମୋଦନ ଦେଇଛନ୍ତି। ତ୍ୱରିତ ନ୍ୟାୟ ପ୍ରଦାନ କ୍ଷେତ୍ରରେ ଜିଲ୍ଲାବାସୀଙ୍କ ପାଇଁ ଏହି କୋର୍ଟ ଉପଯୋଗୀ ସାବ୍ୟସ୍ତ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି ।

ଏହି ନୂଆ କୋର୍ଟ ପାଇଁ ଆଇନ ବିଭାଗ ପକ୍ଷରୁ ଆବଶ୍ୟକୀୟ ୧୨ଟି ଗେଜେଟେଡ୍ ଓ ଅଣଗେଜେଟେଡ୍ ପଦବୀ ସୃଷ୍ଟି କରାଯାଇଛି । ବିଭିନ୍ନ କାରଣରୁ ପଡ଼ିରହିଥିବା ମାମଲାଗୁଡ଼ିକ ତୁରନ୍ତ ଫଇସଲା ନିମନ୍ତେ ଏହି ନୂଆ କୋର୍ଟ ସହାୟକ ହେବ ବୋଲି ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.