ପ୍ରମୁଖ ଖବର

ଶ୍ରୀମନ୍ଦିରରେ ଆସୁଛି ଇ-ହୁଣ୍ଡି ବ୍ୟବସ୍ଥା; ବିଶ୍ୱର ଯେକୌଣସି ସ୍ଥାନରୁ କରିହେବ ଦାନ
ଦିଲ୍ଲୀ ହୋଟେଲରେ ଭୟାବହ ଅଗ୍ନିକାଣ୍ଡ: ୨୧ ମୃତ, ୪୦ରୁ ଅଧିକ ଉଦ୍ଧାର
ସରକାରୀ ଗାଡ଼ି ପାଇଁ ପେଟ୍ରୋଲ ପମ୍ପକୁ ମିଳିବ ଆଗୁଆ ଟଙ୍କା
୩୯,୨୯୦ କୋଟିର ମେଗା ପ୍ୟାକେଜକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରି
କର୍ଣ୍ଣାଟକର ୩୪ତମ ମୁଖ୍ୟମନ୍ତ୍ରୀ ଭାବେ ଡି.କେ. ଶିବକୁମାରଙ୍କ ଶପଥ ଗ୍ରହଣ
ସୁପ୍ରିମକୋର୍ଟଙ୍କ ଐତିହାସିକ ରାୟ,ବିବାହ ପରେ ବି ପିତାମାତାଙ୍କ ପରିବାରର ସଦସ୍ୟ ଝିଅ

ବାରକୋଟରେ ପ୍ରତିଷ୍ଠା ହେବ ଜେଏମଏଫସି କୋର୍ଟ

0

ଭୁବନେଶ୍ବର: ଦେବଗଡ଼ ଜିଲ୍ଲା ବାରକୋଟରେ ପ୍ରତିଷ୍ଠା ହେବ ଜେଏମଏଫସି କୋର୍ଟ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଦେବଗଡ ଜିଲ୍ଲା ବାରକୋଟଠାରେ ଗୋଟିଏ ଅତିରିକ୍ତ ସିଭିଲ୍ ଜଜ୍ (କନିଷ୍ଠ ଡିଭିଜନ୍) ତଥା ଜେଏମଏଫସି କୋର୍ଟ ପ୍ରତିଷ୍ଠାକୁ ଅନୁମୋଦନ ଦେଇଛନ୍ତି। ତ୍ୱରିତ ନ୍ୟାୟ ପ୍ରଦାନ କ୍ଷେତ୍ରରେ ଜିଲ୍ଲାବାସୀଙ୍କ ପାଇଁ ଏହି କୋର୍ଟ ଉପଯୋଗୀ ସାବ୍ୟସ୍ତ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି ।

ଏହି ନୂଆ କୋର୍ଟ ପାଇଁ ଆଇନ ବିଭାଗ ପକ୍ଷରୁ ଆବଶ୍ୟକୀୟ ୧୨ଟି ଗେଜେଟେଡ୍ ଓ ଅଣଗେଜେଟେଡ୍ ପଦବୀ ସୃଷ୍ଟି କରାଯାଇଛି । ବିଭିନ୍ନ କାରଣରୁ ପଡ଼ିରହିଥିବା ମାମଲାଗୁଡ଼ିକ ତୁରନ୍ତ ଫଇସଲା ନିମନ୍ତେ ଏହି ନୂଆ କୋର୍ଟ ସହାୟକ ହେବ ବୋଲି ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.