ପ୍ରମୁଖ ଖବର

ଲୋକସେବା ଭବନରେ ରିଲ୍ସ କଲେ ନିଆଯିବ କଡା କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ
ଖଣ୍ଡଗିରି ମାଘ ମେଳାରେ ଲାଗିବ ୧୦୦ଟି ସିସିଟିଭି, ହେବନି ଅଶ୍ଳୀଳ ନୃତ୍ୟ
ବସ୍ ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା: ୩ ମୃତ
ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ପରଲୋକ
ବୋଲେରୋ-ସ୍କୁଟି ଧକ୍କାରେ ନାବାଳକ ମୃତ: ୪ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ମିନି ଅଙ୍ଗନବାଡିକୁ ନିୟମିତ ଅଙ୍ଗନବାଡି କେନ୍ଦ୍ର ଭାବେ ମିଳିଲା ଅନୁୁମୋଦନ

0

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟରେ ଥିବା ସମସ୍ତ ୭୫୭୯ଟି ମିନି ଅଙ୍ଗନବାଡି କେନ୍ଦ୍ରକୁ ନିୟମିତ ଅଙ୍ଗନବାଡି କେନ୍ଦ୍ର ଭାବେ ଉନ୍ନୀତ କରିବା ପ୍ରସ୍ତାବକୁ ଅନୁମୋଦନ ପ୍ରଦାନ କରିଛନ୍ତି । ଏହାଦ୍ବାରା ରାଜ୍ୟରେ ଶିଶୁ ଯତ୍ନ କାର୍ଯ୍ୟକ୍ରମ ଆହୁରି ବ୍ୟାପକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ସୂଚନାଯୋଗ୍ୟ, ଅଙ୍ଗନବାଡି କେନ୍ଦ୍ରଗୁଡିକ ରାଜ୍ୟରେ କୋମଳମତି ଶିଶୁମାନଙ୍କର ଯତ୍ନ ଓ ପ୍ରାରମ୍ଭିକ ଶିକ୍ଷା ଲାଭ ନିମନ୍ତେ କାର୍ଯ୍ୟ କରୁଛି । ରାଜ୍ୟର ଏହି ୭୫୭୯ଟି ମିନି ଅଙ୍ଗନବାଡି କେନ୍ଦ୍ରର ଉନ୍ନତିକରଣ ପାଇଁ ୫୫ କୋଟି ୨୧ ଲକ୍ଷ ୩୦ ହଜାର ୧୫୦ ଟଙ୍କା ଖର୍ଚ୍ଚ ହେବ । ଏଥିରୁ ରାଜ୍ୟ ସରକାର ୩୬ କୋଟି ୪୦ ଲକ୍ଷ ୯୫ ହଜାର ୧୬୦ ଟଙ୍କା ବହନ କରୁଥିବା ବେଳେ କେନ୍ଦ୍ର ସରକାର ୧୮ କୋଟି ୮୦ ଲକ୍ଷ ୩୪ ହଜାର ୯୯୦ ଟଙ୍କା ବହନ କରୁଛନ୍ତି ।

Leave A Reply

Your email address will not be published.