ପ୍ରମୁଖ ଖବର

କଟକ ମଙ୍ଗୁଳି ନିକଟରୁ ବିପୁଳ ପରିମାଣକର ବ୍ରାଉନସୁଗାର ଜବତ
ବାତ୍ୟା ମୋନ୍ଥା ପାଇଁ ଆସନ୍ତାକାଲି ନନ୍ଦନକାନନ ବନ୍ଦ
ଅମ୍ବାଲା ବାୟୁସେନା ଘାଟିରୁ ରାଫେଲ ଉଡ଼ାଇବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ମଙ୍ଗଳବାର ରାତିରେ ଆନ୍ଧ୍ର ଉପକୂଳ ଅତିକ୍ରମ କରିବ ବାତ୍ୟା ମୋନ୍ଥା
୮ମ ବେତନ କମିଶନକୁ ମିଳିଲା କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
ବାତ୍ୟା ‘ମୋନ୍ଥା’ର ପ୍ରଭାବ: ୫ ଜିଲ୍ଲା ରେଡ୍ ଓ ୬ ଜିଲ୍ଲା ଅରେଞ୍ଜ ଆଲର୍ଟ ଜାରି
ପୁରୀରେ ଲାଇଫଗାର୍ଡଙ୍କୁ ଚପଲରେ ପିଟିଲେ ମହିଳା
ବାତ୍ୟା ଡ୍ୟୁଟି ବେଳେ ଯୋଗାଣ ସହାୟକଙ୍କ ମୃତ୍ୟୁ
ଜଷ୍ଟିସ ସୂର୍ଯ୍ୟକାନ୍ତ ହେବେ ପରବର୍ତ୍ତି ମୁଖ୍ୟ ବିଚାରପତି

ସୋଆ କମ୍ୟୁନିଟି ରେଡିଓକୁ ପୂରିଲା ଏଗାର ବର୍ଷ

0

ଭୁବନେଶ୍ୱର , ୧୬/୧୦: ‘ରେଡିଓ’ରୁ ଭାସି ଆସୁଥିବା ସ୍ୱରରୁ ସାଧାରଣ ଲୋକଟିର ସକାଳ ଆରମ୍ଭ ହୋଇଥାଏ । ସମସ୍ତଙ୍କର ପାଖରେ ଖୁବ୍ ସହଜରେ ପହଂଚିଯାଏ ରେଡିଓର ସ୍ୱର। ରବିବାର ଏଗାର ବର୍ଷ ପୂରଣ କରିଛି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଭଏସ୍‌ ଅଫ୍ ସୋଆ କମ୍ୟୁନିଟି ରେଡିଓ ୯୦.୪। ଏଗାର ବର୍ଷ ପୂର୍ତୀ ଅବସରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ସୋଆର କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ ଉପସ୍ଥିତ ରହି ସୋଆ ରେଡିଓ ପରିବାରକୁ ଶୁଭେଚ୍ଛା ଜଣାଇଥିଲେ । ଜାତୀୟ ସ୍ତରରେ ସଫଳତା ପାଇଥିବା ଭଏସ୍ ଅଫ୍ ସୋଆ କମ୍ୟୁନିଟି ରେଡ଼ିଓ ୯୦.୪ର କାର୍ଯ୍ୟଧାରା ଓ ଭୂମିକାକୁ ପ୍ରଫେସର ନନ୍ଦ ଉଚ୍ଚ ପ୍ରଶଂସା କରି ସାଧାରଣ ଲୋକର ଦୈନନ୍ଦିନ ଜୀବନରେ ରେଡିଓର ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି କହିଥିଲେ ।

ସୋଆ ରେଡ଼ିଓ ଭାବରେ ପରିଚିତ ଏହି କମ୍ୟୁନିଟି ରେଡ଼ିଓ ସ୍ୱାସ୍ଥ୍ୟସେବା ଏବଂ କୃଷି କ୍ଷେତ୍ରରେ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମ ପ୍ରସାରଣ କରିଥିବା ବେଳେ ବିଭିନ୍ନ ଶିକ୍ଷାବିତ୍‌, ଡାକ୍ତର, ବୈଜ୍ଞାନିକ ଏବଂ ଗବେଷକମାନଙ୍କର ମତକୁ ଜନହିତରେ ପ୍ରଚାର କରିଛି । ଏହା ସାଧାରଣ ଲୋକମାନଙ୍କ ସହିତ ଜଡିତ ବିଷୟ ସହ ସଂପୃକ୍ତ ।

ଏହି ଅବସରରେ ସୋଆର କଟ୍ରୋଂଲର୍ ଅଫ୍ ଏଗଜାମିନେସନ୍ ପ୍ରଫେସର ମଞ୍ଜୁଳା ଦାସ, ସୋଆର ଛାତ୍ର ମଙ୍ଗଳ ଡିନ୍ ପ୍ରଫେସର ଜ୍ୟୋତି ରଂଜନ ଦାସ , ନ୍ୟୁଜ ୭ର କାର୍ଯ୍ୟକାରୀ ସମ୍ପାଦକ ଶ୍ରୀ ଦେବ ନାରାୟଣ ସେଠୀ ପ୍ରମୁଖ ଉପସ୍ଥିତ ଥିଲେ । ପ୍ରଫେସର ମଞ୍ଜୁଳା ଦାସ ସୋଆ ରେଡ଼ିଓର କର୍ମଚାରୀମାନଙ୍କର ଉଚ୍ଚକୋଟୀର କାର୍ଯ୍ୟ ପାଇଁ ଧନ୍ୟବାଦ ଜଣାଇଥିଲେ । ସେହିପରି ପ୍ରଫେସର ଜ୍ୟୋତି ରଂଜନ ଦାସ କହିଥିଲେ ଯେ ସମାଜକୁ ଆଗେଇ ନେବାରେ ଏକ ମାଧ୍ୟମ ଭାବେ ରେଡିଓର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି । ଅନେକ ସ୍ଥାନରେ ଅନ୍ୟ ସୂଚନାକାରୀ ମାଧ୍ୟମ ପହଂଚିପାରୁ ନଥିବା ବେଳେ ରେଡ଼ିଓ ପହଂଚିଥାଏ ବୋଲି କହିବା ସହ ଉତମମାନର କାର୍ଯ୍ୟକ୍ରମ ପରିବେଷଣ କରିବା ନିମନ୍ତେ ସୋଆ ରେଡିଓର ଉଦ୍ୟମକୁ ପ୍ରଶଂସା କରିଥିଲେ ।

ଏହି ଅବସରରେ ନ୍ୟୁଜ ୭ର କାର୍ଯ୍ୟକାରୀ ସମ୍ପାଦକ ଶ୍ରୀ ଦେବ ନାରାୟଣ ସେଠୀ ଭଏସ୍ ଅଫ୍ ସୋଆ କମ୍ୟୁନିଟି ରେଡିଓ ୯୦.୪ ଏହି ୧୧ବର୍ଷର ଯାତ୍ରା ବିଷୟରେ କହିବା ସହିତ ଏହାର ସଫଳତା ନିମନ୍ତେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଥିଲେ । ସେହିପରି ଏହି କାର୍ଯ୍ୟକ୍ରମରେ ସୋଆ କମ୍ୟୁନିଟି ରେଡ଼ିଓ ୯୦.୪ରେ ପ୍ରସାରିତ ବିଭିନ୍ନ ବର୍ଗର କାର୍ଯ୍ୟକ୍ରମର ସଦସ୍ୟମାନଙ୍କୁ ସମ୍ମାନିତ କରାଯାଇଥିଲା । ସୋଆ କମ୍ୟୁନିଟି ରେଡ଼ିଓ ୯୦.୪ ର ସଦସ୍ୟ ଓ ୟଙ୍ଗିସ୍ତାନ୍‌ର ଛାତ୍ରଛାତ୍ରୀମାନଙ୍କର ଦ୍ୱାରା ପ୍ରସ୍ତୁତ ଏକ କ୍ଷୁଦ୍ର ଚଳଚ୍ଚିତ୍ର ‘ରକ୍ତସ୍ନାତା’ ଜାତୀୟ ସ୍ତରରେ ପୁରସ୍କୃତ ହୋଇଥିଲା ।

ସୋଆ କମ୍ୟୁନିଟି ରେଡ଼ିଓ ୯୦.୪ର ନିର୍ଦ୍ଦେଶକ ଶ୍ରୀମତି ହନି ପ…ନାୟକ ତତ୍ୱାବଧାନରେ ଏହି କାର୍ଯ୍ୟକ୍ରମ ପରିଚାଳିତ ହୋଇଥିଲା । ଆର୍‌ଜେ କୁମାରୀ ଶୁଭଶ୍ରୀ ରଥ, ଛାତ୍ର ଆର୍‌ଜେ ଓ ପ୍ରତିନିଧି ହୃଦୟରଂଜନ ପରିଡା ଏହି କାର୍ଯ୍ୟକ୍ରମରେ ଏକ ପିପିଟି ମଧ୍ୟ ଉପସ୍ଥାପନ କରିଥିଲେ । ସୋଆ କମ୍ୟୁନିଟି ରେଡ଼ିଓ ୯୦.୪ର ସମସ୍ତ ସଦସ୍ୟ ଉପସ୍ଥିତ ରହିଥିବାବେଳ, ଏହି କାର୍ଯ୍ୟକ୍ରମକୁ ସୋଆ କମ୍ୟୁନିଟି ରେଡ଼ିଓର ପ୍ରୋଗ୍ରାମ୍‌ କୋର୍ଡିନେଟର ଶ୍ରୀମତି ଶୁଭ୍ରସୀମା ମହାନ୍ତି ପରିଚାଳନା କରିଥିଲେ । ଆର୍‌ଜେ ରମାବଲ୍ଳଭ ଧନ୍ୟବାଦ ଅର୍ପଣ କରିଥିଲେ ।

Leave A Reply

Your email address will not be published.