ପ୍ରମୁଖ ଖବର

ଦିଲ୍ଲୀରେ କାଲି ‘ନାରୀ ଶକ୍ତି ବନ୍ଦନ ସମ୍ମେଳନ’
୩୬ ଦିନ ପରେ ଓଡ଼ିଶା ଫେରିଲେ ମେରାଇନ୍ ଅଫିସର ଅଶୋକ ଦୀକ୍ଷିତ
ସ୍ୱତନ୍ତ୍ର ସଂସଦ ଅଧିବେଶନ ପୂର୍ବରୁ ସାଂସଦଙ୍କୁ କଡ଼ା ନିର୍ଦ୍ଦେଶ :୩ ଦିନ ଗୃହରେ ଉପସ୍ଥିତ ରହିବା ବାଧ୍ୟତାମୂଳକ
ପରିବାରିକ କଳହର କରୁଣ ପରିଣତି, ମା’ଙ୍କ ହାତରେ ଦୁଇ ଶିଶୁର ମୃତ୍ୟୁ
ଅଦିନିଆ ରଥଯାତ୍ରା ନେଇ ଚିନ୍ତା: ପ୍ରଧାନମନ୍ତ୍ରୀଙ୍କୁ ଗଜପତିଙ୍କ ଚିଠି
୨୧ରେ ରାଉରକେଲା ଗସ୍ତରେ ରାଷ୍ଟ୍ରପତି
ଜମି ଦେବା ନାମରେ ଦିବ୍ୟାଙ୍ଗ ବ୍ୟକ୍ତିଙ୍କଠୁ ୯୫ ଲକ୍ଷ ଠକିନେଲେ ଆଇଏଏସ୍‌ ଅଧିକାରୀ
ପରଲୋକରେ କିମ୍ବଦନ୍ତୀ ଗାୟିକା ଆଶା ଭୋସଲେ

କେନ୍ଦ୍ର ଓ ରାଜ୍ୟ ସରକାର ସମଲିଙ୍ଗୀଙ୍କ ଅଧିକାର ନେଇ ଉଚିତ ପଦକ୍ଷେପ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଲେ ସୁପ୍ରିମକୋର୍ଟ

0

ନୂଆଦିଲ୍ଲୀ: ସମଲିଙ୍ଗୀ ବିବାହର ବୈଧୀକରଣକୁ ନେଇ ସୁପ୍ରିମ୍‌କୋର୍ଟ ସଂରକ୍ଷିତ ରଖିଥିବା ରାୟ ଆଜି ପ୍ରକାଶ ପାଇଛି। ସର୍ବୋଚ୍ଚ ଅଦାଲତ  ସମଲିଙ୍ଗୀ ବିବାହକୁ ଆଇନଗତ ମାନ୍ୟତା ଦେଇ ପାରିବେ ନାହିଁ ବୋଲି କହିଛନ୍ତି। ନୂତନ ଆଇନ ପ୍ରଣୟନ କରିବା ସଂସଦ ବା ବ୍ୟବସ୍ଥାପନା ସଭାର ଅଧିକାର। ତେଣୁ ଏ ସଂକ୍ରାନ୍ତୀୟ ଆଇନ ପ୍ରଣୟନ ସଂସଦର ଅଧିକାର କ୍ଷେତ୍ର ବୋଲି ପ୍ରଧାନବିଚାରପତି ଜଷ୍ଟିସ୍ ଡି ୱାଇ ଚନ୍ଦ୍ରଚୂଡ଼ କହିଛନ୍ତି।

ଉଳ୍ଲେଖଯୋଗ୍ୟ, ସୁପ୍ରିମକୋର୍ଟ କେନ୍ଦ୍ର ଓ ରାଜ୍ୟ ସରକାର ସମଲିଙ୍ଗୀଙ୍କ ଅଧିକାର ନେଇ ଉଚିତ ପଦକ୍ଷେପ ଗ୍ରହଣ କରିବାକୁ ନର୍ଦ୍ଦେଶ ଦେଇଛନ୍ତି । ସ୍ବତନ୍ତ୍ର ବିବାହ ଅଧିନିମୟରେ ପରିବର୍ତ୍ତନ ସଂସଦର ଅଧିକାର। ସ୍ବତନ୍ତ୍ର ବିବାହ ନିୟମରେ କିଛି ପରିବର୍ତ୍ତନର ଆବଶ୍ୟକ ଅଛି କି ନାହିଁ ଏହା ସଂସଦକୁ ଖୋଜି ବାହାର କରିବାକୁ ପଡିବ। ଏଥିଲାଗି ସଂସଦଙ୍କୁ ସତର୍କତାର ସହ ପଦକ୍ଷେପ ଗ୍ରହଣ କରିବାକୁ ପଡିବ। ସ୍ବତନ୍ତ୍ର ବିବାହ ଅଧିନିୟମରେ ପରିବର୍ତ୍ତନ ପ୍ରସଙ୍ଗକୁ ନେଇ ଅନେକ ସମୟରେ ବିଭିନ୍ନ ସମୁଦାୟ ବିରୋଧ କରି ଆସୁଛନ୍ତି।

ସର୍ବୋଚ୍ଚ ନ୍ୟାୟଳୟ କହିଛନ୍ତି ସମଲିଙ୍ଗୀ ବିବାହକୁ ସ୍ୱୀକୃତି ଦେବା ପ୍ରସଙ୍ଗରେ ୪ଟି ଉତ୍ତର ରହିଛି। ଏଥିରେ କିଛି ଅନୁମତି ଦେବା ସପକ୍ଷରେ ରହିଥିବା ବେଳେ ଆଉ କିଛି ବପକ୍ଷରେ ରହିଛି। ଜୀବନସାଥୀ ବାଛିବାରେ ସମସ୍ତଙ୍କ ଅଧିକାର ରହିଛି। କୁଇର୍ ବର୍ଗଙ୍କୁ ଲିଙ୍ଗଗତ କାରଣରୁ ଅଧିକାରରୁ ବଞ୍ଚିତ କରାଯାଇ ପାରିବନି। କୌଣସି ବ୍ୟକ୍ତିକୁ ହରମୋନ ଥେରାପି ପାଇଁ ବାଧ୍ୟ କରାଯାଇ ପାରିବନି। ତେଣୁ କେନ୍ଦ୍ର ସରକାର ଏଥିପାଇଁ ଶୀଘ୍ର କମିଟି ଗଠନ କରନ୍ତୁ ବୋଲି ସୁପ୍ରିମକୋର୍ଟ କହିଛନ୍ତି।

ଗତ ଏପ୍ରିଲ ୧୧ ତାରିଖରେ ସାମ୍ବିଧାନିକ ବେଞ୍ଚ ଏହା ଉପରେ ହୋଇଥିବା ଆବେଦନର ଶୁଣାଣି ଆରମ୍ଭ କରିଥିଲେ ଏବଂ ଗତ ମେ ୧୧ ତାରିଖରେ ରାୟ ସଂରକ୍ଷିତ ରଖିଥିଲେ। ସୁପ୍ରିମକୋର୍ଟ ଏନେଇ ଆଗତ ପ୍ରାୟ ୨୧ ଟି ପିଟିସନର ଏକାଠି ଶୁଣାଣି କରିଥିଲେ।

Leave A Reply

Your email address will not be published.