ପ୍ରମୁଖ ଖବର

ଶ୍ରୀମନ୍ଦିରରେ ଆସୁଛି ଇ-ହୁଣ୍ଡି ବ୍ୟବସ୍ଥା; ବିଶ୍ୱର ଯେକୌଣସି ସ୍ଥାନରୁ କରିହେବ ଦାନ
ଦିଲ୍ଲୀ ହୋଟେଲରେ ଭୟାବହ ଅଗ୍ନିକାଣ୍ଡ: ୨୧ ମୃତ, ୪୦ରୁ ଅଧିକ ଉଦ୍ଧାର
ସରକାରୀ ଗାଡ଼ି ପାଇଁ ପେଟ୍ରୋଲ ପମ୍ପକୁ ମିଳିବ ଆଗୁଆ ଟଙ୍କା
୩୯,୨୯୦ କୋଟିର ମେଗା ପ୍ୟାକେଜକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରି
କର୍ଣ୍ଣାଟକର ୩୪ତମ ମୁଖ୍ୟମନ୍ତ୍ରୀ ଭାବେ ଡି.କେ. ଶିବକୁମାରଙ୍କ ଶପଥ ଗ୍ରହଣ
ସୁପ୍ରିମକୋର୍ଟଙ୍କ ଐତିହାସିକ ରାୟ,ବିବାହ ପରେ ବି ପିତାମାତାଙ୍କ ପରିବାରର ସଦସ୍ୟ ଝିଅ

କିଶୋର କୁମାର ଜେନାଙ୍କୁ ଦେଢ଼ କୋଟି ଟଙ୍କାର ପୁରସ୍କାର ରାଶି ପ୍ରଦାନ କରିବା ସହ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ୱର: ଚୀନର ହାଙ୍ଗଝୌ ଠାରେ ଶେଷ ହୋଇଥିବା ଏସୀୟ କ୍ରୀଡ଼ା ୨୦୨୩ରେ ଉଲ୍ଲେଖନୀୟ ପ୍ରଦର୍ଶନ କରି ରୌପ୍ୟ ପଦକ ହାସଲ ସହ ଆଗାମୀ ପ୍ୟାରିସ୍ ଅଲିମ୍ପିକ୍ସ ୨୦୨୪ରେ ନିଜର ସ୍ଥାନ ସୁନିଶ୍ଚିତ କରିଥିବା ଓଡ଼ିଶାର ଜାଭେଲିନ୍ ତାରକା କିଶୋର କୁମାର ଜେନାଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଦେଢ଼ କୋଟି ଟଙ୍କାର ପୁରସ୍କାର ରାଶି ପ୍ରଦାନ କରିବା ସହ ସମ୍ବର୍ଦ୍ଧିତ କରିଛନ୍ତି। କିଶୋର ଓଡ଼ିଶା ପାଇଁ ଗୌରବର ଉତ୍ସ ବୋଲି ମୁଖ୍ୟମନ୍ତ୍ରୀ କହିବା ସହ ଐତିହାସିକ ସଫଳତା ପାଇଁ ପ୍ରଶଂସା କରିଛନ୍ତି । ଆଗାମୀ ଦିନରେ କିଶୋର ରାଜ୍ୟ ପାଇଁ ଅଧିକ ଗୌରବ ଆଣିବେ ବୋଲି ମୁଖ୍ୟମନ୍ତ୍ରୀ ଆଶା ବ୍ୟକ୍ତ କରିବା ସହ ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଶୁଭେଚ୍ଛା ଜଣାଇଛନ୍ତି ।

ସମ୍ବର୍ଦ୍ଧନା ଉତ୍ସବରେ ୫-ଟି ସଚିବ ଭି.କେ. ପାଣ୍ଡିଆନ୍ ଉପସ୍ଥିତ ରହି କିଶୋରଙ୍କ ଐତିହାସିକ ଯାତ୍ରା ପାଇଁ ଅଭିନନ୍ଦନ ଜଣାଇବା ସହ ଆଗାମୀ ପ୍ରତିଯୋଗିତା ପାଇଁ ଶୁଭେଚ୍ଛା ଜଣାଇଛନ୍ତି । ତାଙ୍କ ପ୍ରୟାସ ଓ ସଫଳତାକୁ ସ୍ୱୀକୃତି ଦେଇଥିବାରୁ କିଶୋର ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି । ଏଥିସହ କ୍ରୀଡ଼ାବିତମାନେ ଯେପରି ନିଜ କ୍ରୀଡ଼ା ପ୍ରତି ଧ୍ୟାନ କେନ୍ଦ୍ରୀତ କରିପାରିବେ ସେ ନେଇ ରାଜ୍ୟ ସରକାର ସମସ୍ତ ପ୍ରକାର ସାହାଯ୍ୟ ଓ ପ୍ରୋତ୍ସାହନ ଯୋଗାଇ ଦେଉଥିବାରୁ ସେ ଓଡ଼ିଶା ସରକାରଙ୍କ ନିକଟରେ କୃତଜ୍ଞତା ଜ୍ଞାପନ କରିଛନ୍ତି ।

Leave A Reply

Your email address will not be published.