ପ୍ରମୁଖ ଖବର

କାକଟପୁର ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ: କାକଟପୁରରୁ ପ୍ରାର୍ଥୀ ହେଲେ ବିଶ୍ବଭୂଷଣ ଦାସ, ବିଜେପିରୁ ଟିକେଟ ନମିଳିବାରୁ କଂଗ୍ରେସରେ ସାମିଲ ହୋଇଥିଲେ
ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ସୁରେନ୍ଦ୍ର ସେଠୀ
ବିଜେଡି ଛାଡ଼ିଲେ ଆନନ୍ଦପୁର ବିଧାୟକ ଭାଗିରଥୀ ସେଠୀ

କେନ୍ଦ୍ରୀୟ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବୃଦ୍ଧି

0

ନୂଆଦିଲ୍ଲୀ: ଦୀପାବଳି ପୂର୍ବରୁ କେନ୍ଦ୍ର ସରକାର କେନ୍ଦ୍ରୀୟ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୪%କୁ ବୃଦ୍ଧି କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନସନଭୋଗୀଙ୍କ ମହଙ୍ଗା ଭତ୍ତା ବୃଦ୍ଧିକୁ ଅନୁମୋଦନ କରାଯାଇଛି। ବର୍ଦ୍ଧିତ ଭତ୍ତା ପରେ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୪୨ରୁ ୪୬ ପ୍ରତିଶତକୁ ବୃଦ୍ଧି ପାଇଛି, ଯାହାଫଳରେ କର୍ମଚାରୀଙ୍କ ଦରମା ମଧ୍ୟ ବୃଦ୍ଧି ପାଇବ।  ୨୦୨୩ ଜାନୁୟାରୀ ଠାରୁ ଦ୍ୱିତୀୟ ଥର ପାଇଁ ମହଙ୍ଗା ଭତ୍ତା ବୃଦ୍ଧି ପାଇଛି ।

କେନ୍ଦ୍ର ସରକାରଙ୍କ ଏହି ନିଷ୍ପତ୍ତି ଯୋଗୁଁ ଦେଶର ପ୍ରାୟ ୧ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନସନଭୋଗୀ ଉପକୃତ ହେବେ । ଏଥିରୁ ୪୮ ଲକ୍ଷରୁ ଅଧିକ କେନ୍ଦ୍ରୀୟ କର୍ମଚାରୀ ଏବଂ ପ୍ରାୟ ୬୫ ଲକ୍ଷ ପେନସନଭୋଗୀ ଉପକୃତ ହେବେ। ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ବର୍ଦ୍ଧିତ ମହଙ୍ଗା ଭତ୍ତା ଜୁଲାଇ ୧, ୨୦୨୩ ଠାରୁ କାର୍ଯ୍ୟକାରୀ ହେବ ଏବଂ ବକେୟା ଅର୍ଥ ପ୍ରଦାନ କରାଯିବ।

Leave A Reply

Your email address will not be published.