ପ୍ରମୁଖ ଖବର

ଗାଁରେ ମିଳିବ ସହରୀ ସୁବିଧା, ପ୍ରତି ପଞ୍ଚାୟତରେ ଆଦର୍ଶ ଖେଳ ପଡ଼ିଆ ଓ କଲ୍ୟାଣ ମଣ୍ଡପ
ଇଭି ଓ ପରିବେଶ ଅନୁକୂଳ ଯାନକୁ ପରମିଟ୍ ଫି’ ଛାଡ଼
ବାଂଲାଦେଶର ୨୩ତମ ରାଷ୍ଟ୍ରପତି ହେଲେ ମିର୍ଜା ଫକରୁଲ୍ ଇସଲାମ୍ ଆଲମଗୀର
ଜେପିଏସ୍‌ସି ପରୀକ୍ଷା ରଦ୍ଦ ନିଷ୍ପତ୍ତି ଉପରେ ରୋକ୍‌, ହେମନ୍ତ ସରକାରଙ୍କୁ ଝଟକା
ଅଟୋ ଚାଳକଙ୍କ ହଙ୍ଗାମା: ୪୦୦ ଅଟୋ ଜବତ, ପରମିଟ ରଦ୍ଦ ପାଇଁ ପଦକ୍ଷେପ
ମହାରାଷ୍ଟ୍ରରେ ଛାତ୍ରୀଙ୍କୁ ମିଳିଵ ମାସକୁ ୨ ହଜାର ଟଙ୍କା ପକେଟ ମନି
ପୂର୍ବତନ କଂଗ୍ରେସ ସାଂସଦ ସଜ୍ଜନ କୁମାରଙ୍କ ପରଲୋକ
ବୀମା ନଥିଲେ ପେଟ୍ରୋଲ ନାହିଁ: ପାଇଲଟ୍ ପ୍ରକଳ୍ପ ଲାଗୁ କରିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

କେନ୍ଦ୍ରୀୟ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବୃଦ୍ଧି

0

ନୂଆଦିଲ୍ଲୀ: ଦୀପାବଳି ପୂର୍ବରୁ କେନ୍ଦ୍ର ସରକାର କେନ୍ଦ୍ରୀୟ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୪%କୁ ବୃଦ୍ଧି କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନସନଭୋଗୀଙ୍କ ମହଙ୍ଗା ଭତ୍ତା ବୃଦ୍ଧିକୁ ଅନୁମୋଦନ କରାଯାଇଛି। ବର୍ଦ୍ଧିତ ଭତ୍ତା ପରେ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୪୨ରୁ ୪୬ ପ୍ରତିଶତକୁ ବୃଦ୍ଧି ପାଇଛି, ଯାହାଫଳରେ କର୍ମଚାରୀଙ୍କ ଦରମା ମଧ୍ୟ ବୃଦ୍ଧି ପାଇବ।  ୨୦୨୩ ଜାନୁୟାରୀ ଠାରୁ ଦ୍ୱିତୀୟ ଥର ପାଇଁ ମହଙ୍ଗା ଭତ୍ତା ବୃଦ୍ଧି ପାଇଛି ।

କେନ୍ଦ୍ର ସରକାରଙ୍କ ଏହି ନିଷ୍ପତ୍ତି ଯୋଗୁଁ ଦେଶର ପ୍ରାୟ ୧ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନସନଭୋଗୀ ଉପକୃତ ହେବେ । ଏଥିରୁ ୪୮ ଲକ୍ଷରୁ ଅଧିକ କେନ୍ଦ୍ରୀୟ କର୍ମଚାରୀ ଏବଂ ପ୍ରାୟ ୬୫ ଲକ୍ଷ ପେନସନଭୋଗୀ ଉପକୃତ ହେବେ। ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ବର୍ଦ୍ଧିତ ମହଙ୍ଗା ଭତ୍ତା ଜୁଲାଇ ୧, ୨୦୨୩ ଠାରୁ କାର୍ଯ୍ୟକାରୀ ହେବ ଏବଂ ବକେୟା ଅର୍ଥ ପ୍ରଦାନ କରାଯିବ।

Leave A Reply

Your email address will not be published.