ପ୍ରମୁଖ ଖବର

୮୪ତମ ରୋଡ କଂଗ୍ରେସ ସମାବେଶ ଉଦ୍‌ଘାଟିତ
କନ୍ଧମାଳ ସୀମା କଳିଙ୍ଗା ଘାଟିରେ ଓଲଟିଲା ବସ୍, ଜଣେ ମୃତ
ଏସଆଇ ପରୀକ୍ଷା ଘୋଟାଲା : ମୁଖ୍ୟ ଅଭିଯୁକ୍ତର ହେବ ଲାଏ ଡିଟେକ୍ସନ୍‌ ଟେଷ୍ଟ
‘ବନ୍ଦେ ମାତରମ’ର ୧୫୦ ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମ; ଯୋଗ ଦେଲେ ପ୍ରଧାନମନ୍ତ୍ରୀ
ଶ୍ରୀମନ୍ଦିରରେ ପୁଣି ହିଡେନ୍ କ୍ୟାମେରା ଓ ନକଲି ସେବକ
ଓଡ଼ିଆ ଝିଅ ହେଲେ ଝାଡ଼ଖଣ୍ଡ ଡିଜିପି
ଆସନ୍ତାକାଲିଠୁ ୨୦୨୬ ମାଟ୍ରିକ୍ ପରୀକ୍ଷା ପାଇଁ ଫର୍ମ ପୂରଣ ଆରମ୍ଭ

ପୂଜା ପାଇଁ ରାଜଧାନୀ ସୁରକ୍ଷା ଦାୟିତ୍ବରେ ୩୧ ପ୍ଲାଟୁନ ଫୋର୍ସ

0

ଭୁବନେଶ୍ୱର: ଦଶହରା ପୂଜା ପାଇଁ କମିଶନରେଟ ପୁଲିସ ପକ୍ଷରୁ ରାଜଧାନୀରେ କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ପୂଜା ପାଇଁ ସୁରକ୍ଷା ଦାୟିତ୍ବରେ ୩୧ ପ୍ଲାଟୁନ ଫୋର୍ସ ମୁତୟନ ହେବେ। ରାଜଧାନୀର ୧୮୮ ଟି ସ୍ଥାନରେ ଦୁର୍ଗାପୂଜା ହେବ। ୨୦ ରୁ ୨୫ ଅକ୍ଟୋବର ଯାଏଁ ପୁଲିସ ଛାଉଣୀରେ ରାଜଧାନୀ ରହିବ।ଟ୍ରାଫିକ କଟକଣା ସହ ବ୍ଲକିଂ ଓ ଚେକିଂ କଡାକଡି ହେବ। ଏହି ସମୟ ମଧ୍ୟରେ ଭାରିଯାନ ଚଳାଚଳରେ ପ୍ରତିବନ୍ଧକ ରହିବ। ୩ଟି କ୍ୟାଟାଗୋରୀରେ ପୂଜାମଣ୍ଡପକୁ ସୁରକ୍ଷା ଦିଆଯିବବିଭିନ୍ନ ବିଭାଗ ସହ କମିଶନରେଟ ପୁଲିସର ଜଏଣ୍ଟ ଇନ୍ସପେକ୍ସନ ସରିଛି।

ବିଭିନ୍ନ ବିଭାଗ ସହ କମିଶନରେଟ ପୁଲିସର ଜଏଣ୍ଟ ଇନ୍ସପେକ୍ସନ ସରିଛି। ୬ଟି ଜାଗାରେ କଣ୍ଟ୍ରୋଲ ରୁମ କରିଛି କମିଶନରେଟ ପୁଲିସ। ବଟି ଓ ଚାନ୍ଦା ମାଗିଲେ ଟୋଲ ଫ୍ରି ନମ୍ବର ଜାରି କରାଯାଇଛି। ପୁରା ସୁରକ୍ଷା ବ୍ୟବସ୍ଥାକୁ ୨୪ ଘଣ୍ଟିଆ ଅନୁଧ୍ୟାନ କରିବେ ଭୁବନେଶ୍ୱର ଡିସିପି। ୧୨ ଜଣ ଅତିରିକ୍ତ ଡିସିପି, ୨୩ ଜଣ ଏସିପି, ୪୧ ଜଣ ଇନ୍ସପେକ୍ଟର ସହରରେ ନିୟୋଜିତ ହେବେ। ୧୫୧ ଜଣ ଏଏସଆଇ, ୧୧୯ ଜଣ ଟ୍ରାଫିକ କନଷ୍ଟେବଳ, ୭୦ ଜଣ ଏପିଆର କନଷ୍ଟେବଳ ଓ ୨୦୭ ଜଣ ଓଏପିଏଫ କନଷ୍ଟେବଳ ନିୟୋଜିତ ହେବେ। ସିସିଟିଭି ନଜରରେ ରହିବ ସହର ର ଛକ ଓ ଗଳିକନ୍ଦି। ପୂଜା ଦେଖିବାକୁ ଗଲାବେଳେ ନିଜ ଘରର ସୁରକ୍ଷା ନେଇ ସଚେତନ ରହିବାକୁ ନିବେଦନ କରିଛନ୍ତି ପୁଲିସ କମିଶନର।

Leave A Reply

Your email address will not be published.