ପ୍ରମୁଖ ଖବର

ଗାଁରେ ମିଳିବ ସହରୀ ସୁବିଧା, ପ୍ରତି ପଞ୍ଚାୟତରେ ଆଦର୍ଶ ଖେଳ ପଡ଼ିଆ ଓ କଲ୍ୟାଣ ମଣ୍ଡପ
ଇଭି ଓ ପରିବେଶ ଅନୁକୂଳ ଯାନକୁ ପରମିଟ୍ ଫି’ ଛାଡ଼
ବାଂଲାଦେଶର ୨୩ତମ ରାଷ୍ଟ୍ରପତି ହେଲେ ମିର୍ଜା ଫକରୁଲ୍ ଇସଲାମ୍ ଆଲମଗୀର
ଜେପିଏସ୍‌ସି ପରୀକ୍ଷା ରଦ୍ଦ ନିଷ୍ପତ୍ତି ଉପରେ ରୋକ୍‌, ହେମନ୍ତ ସରକାରଙ୍କୁ ଝଟକା
ଅଟୋ ଚାଳକଙ୍କ ହଙ୍ଗାମା: ୪୦୦ ଅଟୋ ଜବତ, ପରମିଟ ରଦ୍ଦ ପାଇଁ ପଦକ୍ଷେପ
ମହାରାଷ୍ଟ୍ରରେ ଛାତ୍ରୀଙ୍କୁ ମିଳିଵ ମାସକୁ ୨ ହଜାର ଟଙ୍କା ପକେଟ ମନି
ପୂର୍ବତନ କଂଗ୍ରେସ ସାଂସଦ ସଜ୍ଜନ କୁମାରଙ୍କ ପରଲୋକ
ବୀମା ନଥିଲେ ପେଟ୍ରୋଲ ନାହିଁ: ପାଇଲଟ୍ ପ୍ରକଳ୍ପ ଲାଗୁ କରିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ପୂଜା ପାଇଁ ରାଜଧାନୀ ସୁରକ୍ଷା ଦାୟିତ୍ବରେ ୩୧ ପ୍ଲାଟୁନ ଫୋର୍ସ

0

ଭୁବନେଶ୍ୱର: ଦଶହରା ପୂଜା ପାଇଁ କମିଶନରେଟ ପୁଲିସ ପକ୍ଷରୁ ରାଜଧାନୀରେ କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ପୂଜା ପାଇଁ ସୁରକ୍ଷା ଦାୟିତ୍ବରେ ୩୧ ପ୍ଲାଟୁନ ଫୋର୍ସ ମୁତୟନ ହେବେ। ରାଜଧାନୀର ୧୮୮ ଟି ସ୍ଥାନରେ ଦୁର୍ଗାପୂଜା ହେବ। ୨୦ ରୁ ୨୫ ଅକ୍ଟୋବର ଯାଏଁ ପୁଲିସ ଛାଉଣୀରେ ରାଜଧାନୀ ରହିବ।ଟ୍ରାଫିକ କଟକଣା ସହ ବ୍ଲକିଂ ଓ ଚେକିଂ କଡାକଡି ହେବ। ଏହି ସମୟ ମଧ୍ୟରେ ଭାରିଯାନ ଚଳାଚଳରେ ପ୍ରତିବନ୍ଧକ ରହିବ। ୩ଟି କ୍ୟାଟାଗୋରୀରେ ପୂଜାମଣ୍ଡପକୁ ସୁରକ୍ଷା ଦିଆଯିବବିଭିନ୍ନ ବିଭାଗ ସହ କମିଶନରେଟ ପୁଲିସର ଜଏଣ୍ଟ ଇନ୍ସପେକ୍ସନ ସରିଛି।

ବିଭିନ୍ନ ବିଭାଗ ସହ କମିଶନରେଟ ପୁଲିସର ଜଏଣ୍ଟ ଇନ୍ସପେକ୍ସନ ସରିଛି। ୬ଟି ଜାଗାରେ କଣ୍ଟ୍ରୋଲ ରୁମ କରିଛି କମିଶନରେଟ ପୁଲିସ। ବଟି ଓ ଚାନ୍ଦା ମାଗିଲେ ଟୋଲ ଫ୍ରି ନମ୍ବର ଜାରି କରାଯାଇଛି। ପୁରା ସୁରକ୍ଷା ବ୍ୟବସ୍ଥାକୁ ୨୪ ଘଣ୍ଟିଆ ଅନୁଧ୍ୟାନ କରିବେ ଭୁବନେଶ୍ୱର ଡିସିପି। ୧୨ ଜଣ ଅତିରିକ୍ତ ଡିସିପି, ୨୩ ଜଣ ଏସିପି, ୪୧ ଜଣ ଇନ୍ସପେକ୍ଟର ସହରରେ ନିୟୋଜିତ ହେବେ। ୧୫୧ ଜଣ ଏଏସଆଇ, ୧୧୯ ଜଣ ଟ୍ରାଫିକ କନଷ୍ଟେବଳ, ୭୦ ଜଣ ଏପିଆର କନଷ୍ଟେବଳ ଓ ୨୦୭ ଜଣ ଓଏପିଏଫ କନଷ୍ଟେବଳ ନିୟୋଜିତ ହେବେ। ସିସିଟିଭି ନଜରରେ ରହିବ ସହର ର ଛକ ଓ ଗଳିକନ୍ଦି। ପୂଜା ଦେଖିବାକୁ ଗଲାବେଳେ ନିଜ ଘରର ସୁରକ୍ଷା ନେଇ ସଚେତନ ରହିବାକୁ ନିବେଦନ କରିଛନ୍ତି ପୁଲିସ କମିଶନର।

Leave A Reply

Your email address will not be published.