ପ୍ରମୁଖ ଖବର

ଭୁବନେଶ୍ୱର ସ୍ଥିତ ଲାଇଫ୍ ହୋଟେଲରେ ‘ଗୋ-ହୋମଷ୍ଟେ’ ପୋର୍ଟାଲର ଶୁଭାରମ୍ଭ
ଇଂଲଣ୍ଡକୁ ପରାସ୍ତ କରି ଫାଇନାଲ୍ ରେ ଭାରତ
ପଶ୍ଚିମବଙ୍ଗ ରାଜ୍ୟପାଳ ସିଭି ଆନନ୍ଦ ବୋଷ ଗୁରୁବାର ସନ୍ଧ୍ୟାରେ ନୂଆଦିଲ୍ଲୀରେ ତାଙ୍କ ପଦବୀରୁ ଇସ୍ତଫା ଦେଇଛନ୍ତି
ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି
ରାଜ୍ୟସଭା ଆସନ ପାଇଁ ନାମାଙ୍କନ ଭରିଲେ ସ୍ଵାଧୀନ ପ୍ରାର୍ଥୀ ଦିଲ୍ଲୀପ ରାୟ
ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ସୁରେଶ ପୂଜାରୀ

ଆସନ୍ତାକାଲିଠାରୁ ସାରା ରାଜ୍ୟରେ ବସ୍‌ ଧର୍ମଘଟ

0

ଭୁବନେଶ୍ବର: ଅକ୍ଟୋବର ୨୦ ତାରିଖ ଅର୍ଥାତ ଆସନ୍ତାକାଲିଠାରୁ ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ରାଜ୍ୟରେ ଘରୋଇ ଯାତ୍ରୀବାହୀ ବସ୍ ସେବା ବନ୍ଦ ରହିବ। ସକାଳ ୬ଟାରୁ ଘରୋଇ ବସ୍ ଧର୍ମଘଟ ହେବ। ତେବେ ରାଜ୍ୟ ସରକାର ବସ୍ ମାଲିକ ସଂଘକୁ କୌଣସି ପ୍ରକାର ଲିଖିତ ପ୍ରତିଶ୍ରୁତି ଦେଇନଥିବାରୁ ବସ୍ ମାଲିକ ସଂଘ ଏପରି ନିଷ୍ପତ୍ତି ନେଇଛି।

ସୂଚନାଯୋଗ୍ୟ ଯେ, ସଂଘର କହିବା କଥା, ଲକ୍ଷ୍ମୀ ଯୋଜନା ନେଇ ସରକାର ଘରୋଇ ବସ ମାଲିକଙ୍କୁ ଯେଉଁ ପ୍ରତିଶ୍ରୁତି ଦେଇଥିଲେ ବି ତାକୁ ପାଳନ କରିନାହାନ୍ତି। ଲକ୍ଷ୍ମୀ ଯୋଜନାରେ ବସ ଚଳାଚଳ ଦର କମ ରହୁଛି। ସମାନ ସମୟରେ ଲକ୍ଷ୍ମୀ ଓ ଘରୋଇ ବସ ଚଳାଚଳ କରୁଛି। ବ୍ଲକ ମୁଖ୍ୟାଳୟରୁ ଜିଲ୍ଲା ମୁଖ୍ୟାଳୟକୁ ଲକ୍ଷ୍ମୀ ବସ ଗଡୁଛି। ଏହା ସରକାରଙ୍କ ପ୍ରତିଶ୍ରୁତିର ବିରୁଦ୍ଧାଚରଣ କରୁଛି ବୋଲି ସଂଘ କହିଛି। ଫଳରେ ଶୁକ୍ରବାର ସକାଳ ୬ଟାରୁ ରାଜ୍ୟରେ ଘରୋଇ ବସ ଗଡିବ ନାହିଁ ବୋଲି ସଂଘ ଘୋଷଣା କରିଛି ।

Leave A Reply

Your email address will not be published.