ପ୍ରମୁଖ ଖବର

ଓଡିଶା, ଗୁଜୁରାଟ, ସୌରାଷ୍ଟ୍ର, ପଶ୍ଚିମ ମଧ୍ୟପ୍ରଦେଶ, ମଧ୍ୟ ମହାରାଷ୍ଟ୍ର ଏବଂ କୋଙ୍କନ ଅତ୍ୟନ୍ତ ଭାରି ବର୍ଷା ସମ୍ଭାବନା
୨୦ସେମିରୁ ଅଧିକ ବର୍ଷା ସମ୍ଭାବନା ନେଇ ରେଡ ଓ୍ବାର୍ଣ୍ଣିଂ ଜାରି
ସକ୍ରିୟ ସ୍ପଷ୍ଟ-ଚିହ୍ନିତ ଲଘୁଚାପ କ୍ଷେତ୍ର ପ୍ରଭାବରେ କରାଯାଇଛି ବଡ଼ ବର୍ଷାର ପୂର୍ବାନୁମାନ
୮ ଯାଏଁ ବର୍ଷା: ୯ ଜିଲ୍ଲାକୁ ରେଡ୍‌ ଆଲର୍ଟ, ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାକୁ ବିପଦ
ଓମ୍‌ସା ସହିତ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବୈଠକ ପରେ ନିଷ୍ପତ୍ତି; ଡାକ୍ତର ଆନ୍ଦୋଳନ ସ୍ଥଗିତ
ଭୁବନେଶ୍ୱର ବାଣୀବିହାର ଅଞ୍ଚଳରେ ଡ୍ରେନ୍‌ରେ ଭାସି ଯାଇ ଯୁବକ ନିଖୋଜ
ଚଳଚ୍ଚିତ୍ର ଓ ଓଟିଟି କଣ୍ଟେଣ୍ଟ ପାଇରେସି ଉପରେ କଟକଣା ଲଗାଇବାକୁ ଟେଲିଗ୍ରାମକୁ ନିର୍ଦ୍ଦେଶ
ମମତାଙ୍କୁ ଝଟକା: ବରିଷ୍ଠ ନେତ୍ରୀ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ ତୃଣମୂଳର ରାଜ୍ୟ ସଭାପତି ପଦ ସମେତ ଦଳର ସମସ୍ତ ପଦବୀରୁ ଦେଲେ ଇସ୍ତଫା
ଅଧିକ ଦାମ ନେଲେ ଫାର୍ମା କମ୍ପାନୀଙ୍କ ବିରୋଧରେ କଡ଼ା ଆକ୍ସନ
ଥାନା କ୍ୱାର୍ଟର୍ସରୁ ମହିଳା ଆଇଆଇସିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ସେ ଆତ୍ମହତ୍ୟା କରିଥିବା ସୂଚନା ମିଳୁଛି
ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି
ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଡିଏମକେ ବିଧାୟକ ଅନିତା ରାଧାକୃଷ୍ଣନ ଗିରଫ
ରାଜଧାନୀ ବୁଦ୍ଧବିହାର ରାସ୍ତାରେ ଗୋଷ୍ଠୀ ସଂଘର୍ଷ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ
୧୦ ଅଭିଯୁକ୍ତଙ୍କୁ ଗିରଫ କଲା କମିସନରେଟ୍ ପୁଲିସ
ଶୁକ୍ରବାର ରାତିରେ ଖଣ୍ଡା, ଭୁଜାଲି ବୁଲାଇବା ସହ ଟେକାପଥର ଫିଙ୍ଗାଫିଙ୍ଗି ହୋଇଥିଲେ
ରଥଯାତ୍ରାଙ୍କୁ ଶୃଙ୍ଖଳିତ କରିବା ପାଇଁ ବରିଷ୍ଠ ପୁଲିସ ଅଧିକାରୀଙ୍କ ସହିତ ଡିଜିଙ୍କ ସ୍ଥିତି ସମୀକ୍ଷା
ଏଥର ମୁତୟନ ହେବେ ୧୨ହଜାର ପୁଲିସ
୩୦୦୦ ହୋମ୍‌ଗାର୍ଡଙ୍କୁ ମଧ୍ୟ ରଥଯାତ୍ରା ସମୟରେ ମୁତୟନ କରାଯିବ

ରାଜ୍ୟ କ୍ୟାବିନେଟରେ ୧୬ ପ୍ରସ୍ତାବ ଉପରେ ବାଜିଲା ମୋହର

0

ଭୁବନେଶ୍ବର: ରାଜ୍ୟ କ୍ୟାବିନେଟର ୬୫ତମ ବୈଠକରେ ୧୬ଟି ପ୍ରସ୍ତାବ ଉପରେ ମୋହର ଲାଗିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଅନୁଷ୍ଠିତ ବୈଠକରେ ୮ଟି ବିଭାଗର ୧୬ ପ୍ରସ୍ତାବ ଉପରେ ନିଷ୍ପତ୍ତି ନିଆଯାଇଛି। ମନ୍ତ୍ରିମଣ୍ଡଳର  ବୈଠକ ପରେ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ଏହି ସୂଚନା ଦେଇଛନ୍ତି। ଏହି ନିଷ୍ପତ୍ତି ମଧ୍ୟରେ ସବୁଠାରୁ ଗୁରୁତ୍ବପୂର୍ଣ୍ଣ ରହିଛି, ସିକ୍କିମ୍ ଜମି ଚାଷ କରୁଥିବା ୩ ଲକ୍ଷ ଚାଷୀଙ୍କୁ ରୟତି ଅଧିକାର ପ୍ରଦାନ। ଏହା ଫଳରେ ଓଡ଼ିଶା ଭୂସଂସ୍କାର ଆଇନର ଧାରା-୪କୁ ସଂଶୋଧନ କରାଯିବ। ଏହା ଦ୍ବାରା ୧୮ଟି ଜିଲ୍ଲାର ପ୍ରାୟ ୩ ଲକ୍ଷ ଭୂମିହୀନ କୃଷକ ଉପକୃତ ହେବେ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍ ବୈଠକ ସମ୍ପର୍କରେ ସୂଚନା ଦେଇ ମୁଖ୍ୟ ସଚିବ ପ୍ରଦୀପ ଜେନା କହିଛନ୍ତି ଯେ, ବିଭିନ୍ନ ରାଜ୍ୟ ଯଥା- ପଶ୍ଚିମବଙ୍ଗ,ମହାରାଷ୍ଟ୍ର, ଆନ୍ଧ୍ରପ୍ରଦେଶ ଓ ମଧ୍ୟପ୍ରଦେଶରେ ସଂଗ୍ରହାଳୟଗୁଡ଼ିକର ପରିଚାଳନା ନିମନ୍ତେ ସ୍ୱତନ୍ତ୍ର ନିର୍ଦ୍ଦେଶାଳୟ ରହିଛି । ତେଣୁ ଅନୁରୂପ ଢଙ୍ଗରେ ଓଡ଼ିଶାରେ ବିଭିନ୍ନ ସମୟରେ ଆବିଷ୍କୃତ ସମୃଦ୍ଧ ଐତିହାସିକ, ସାଂସ୍କୃତିକ, କଳା କୀର୍ତ୍ତିରାଜିଗୁଡ଼ିକର ସଂରକ୍ଷଣ ଓ ଗବେଷଣା,ପ୍ରଚାର ନିମିତ୍ତ ଏକ ସ୍ୱତନ୍ତ୍ର ନିର୍ଦ୍ଦେଶାଳୟ ଗଠନର ଆବଶ୍ୟକତା ରହିଥିଲା ।

ଏହାକୁ ଦୃଷ୍ଟିରେ ରଖି ରାଜ୍ୟ କ୍ୟାବିନେଟ୍ ଆଜି ଏହି ସଂଗ୍ରହାଳୟ ନିର୍ଦ୍ଦେଶାଳୟ ନିମନ୍ତେ ଆବଶ୍ୟକ ଅମଲା ଓ ବୈଷୟିକ ପଦବୀ ସୃଷ୍ଟିକୁ ମଞ୍ଜୁରୀ ଦେଇଛନ୍ତି । ଏହା ବ୍ୟତୀତ ନୂଆ ଭାବେ ସଂଗ୍ରହାଳୟ ସେବା ବର୍ଗ ସୃଷ୍ଟି କରି ସେଥିରେ ଆବଶ୍ୟକୀୟ ସହକାରୀ ସଂଗ୍ରାହକ, ସଂଗ୍ରାହକ, ସହ ନିର୍ଦ୍ଦେଶକ, ଉପନିର୍ଦ୍ଦେଶକ, ଯୁଗ୍ମ ନିର୍ଦ୍ଦେଶକ ତଥା ଅଧିକ୍ଷକ, ରାଜ୍ୟ ସଂଗ୍ରହାଳୟ ନିର୍ଦ୍ଦେଶକ ପଦବୀ ସୃଷ୍ଟି କରିବାକୁ ମଞ୍ଜୁରୀ ଦିଆଗଲା । ଏହି ଗୁରୁତ୍ବପୂର୍ଣ୍ଣ ବୈଠକରେ ସମ୍ବିଧାନର ଅଷ୍ଟମ ଅନୁଚ୍ଛେଦରେ ମୁଣ୍ଡାରି ଭାଷାକୁ ସାମିଲ କରିବା ନେଇ ପ୍ରସ୍ତାବ ପାରିତ ହୋଇଛି। ମନ୍ତ୍ରିମଣ୍ଡଳ ବୈଠକରେ ଅନୁସୂଚିତ ଜାତି, ଜନଜାତି ବିଭାଗର ଏହି ପ୍ରସ୍ତାବକୁ ଅନୁମୋଦନ ମିଳିଛି।

ଏହାଛଡା, ରାଜ୍ୟର ବିଭିନ୍ନ ବ୍ଲକସ୍ତରରେ ଥିବା ୫୫ଟି ବସଷ୍ଟାଣ୍ଡର ଉନ୍ନତୀକରଣ କରାଯିବ ବୋଲି ବୈଠକରେ ନିଷ୍ପତ୍ତି ହୋଇଛି। ଏହାସହ ବଲାଙ୍ଗୀର, କୋରାପୁଟ ଜିଲ୍ଲା ଜୟପୁର, ମାଲକାନଗିରି ଜିଲ୍ଲାର ମୋଟୁ ଓ କଟକ ଜିଲ୍ଲା ଆଠଗଡ଼ରେ ପ୍ରସ୍ତାବିତ ୪ଟି ନୂଆ ବସଷ୍ଟାଣ୍ଡ ନିର୍ମାଣ ପାଇଁ କ୍ୟାବିନେଟ୍ ଅନୁମୋଦନ ମିଳିଛି। କ୍ୟାବିନେଟ୍‌ରେ ଚାଷୀଙ୍କ ସ୍ବାର୍ଥ ନେଇ ଆଲୋଚନା ହୋଇଛି। ଇନ୍ଦ୍ରାବତୀ, ବ୍ରାହ୍ମଣୀ ଓ ଖଇରୀ ନଦୀରେ ଉଠା ଜଳସେଚନ ପ୍ରକଳ୍ପ ପାଇଁ ଆହୁତ ଟେଣ୍ଡରକୁ କ୍ୟାବିନେଟ୍ ଅନୁମୋଦନ କରିଛି। ସେହିପରି ଓଡ଼ିଆ ଭାଷା, ସାହିତ୍ୟ, ସଂସ୍କୃତି ବିଭାଗ ଅଧିନରେ ୩ଟି ନୂତନ ନିର୍ଦ୍ଦେଶାଳୟ କାର୍ଯ୍ୟ କରିବ। ଗ୍ରନ୍ଥାଗାର ନିର୍ଦ୍ଦେଶାଳୟ, ସଂଗ୍ରହାଳୟ ନିର୍ଦ୍ଦେଶାଳୟ ଓ ପ୍ରତ୍ନତତ୍ତ୍ବ ନିର୍ଦ୍ଦେଶାଳୟ ପ୍ରତିଷ୍ଠା ହୋଇ କାର୍ଯ୍ୟ କରିବ ବୋଲି ଆଜି ମନ୍ତ୍ରିମଣ୍ଡଳ  ବୈଠକରେ ନିଷ୍ପତ୍ତି ହୋଇଛି।

ସେହିପରି କଟକ ଚାରବାଟିଆ ପ୍ରତିରକ୍ଷା ପ୍ରତିଷ୍ଠାନ ପାଇଁ ବିସ୍ଥାପିତ ହୋଇଥିବା ଲୋକଙ୍କ ପାଇଁ ସ୍ବତନ୍ତ୍ର ରିହାତି ଗୃହ ଯୋଜନା ଆରମ୍ଭ କରିଛନ୍ତି ସରକାର। ଏଥିସହ ସେଠାକାର ଶ୍ରମ ଆବାସରେ ରହିଥିବା ବିସ୍ଥାପିତଙ୍କୁ ୪ ଡେସିମିଲ୍ ଲେଖାଏଁ ଜମି ବିନା ଦେୟରେ ଲିଜ୍ ଦେବାକୁ ମନ୍ତ୍ରିମଣ୍ଡଳ ବୈଠକରେ ଅନୁମୋଦନ ଦିଆଯାଇଛି।

Leave A Reply

Your email address will not be published.