ପ୍ରମୁଖ ଖବର

ଅକ୍ଟୋବର-ଡିସେମ୍ବରରେ ବଢ଼ିପାରେ ରେପୋ ରେଟ୍‌, ମହଙ୍ଗା ତେଲ ନେଇ ଚିନ୍ତା
ବ୍ରିକ୍ସ ସମ୍ମିଳନୀରେ କୋରାପୁଟ କଫି, ବିଶ୍ୱ ମଞ୍ଚରେ ଓଡ଼ିଶାର ସ୍ୱାଦ
ନୂଆଦିଲ୍ଲୀରେ ବିଶ୍ୱ ନେତାଙ୍କ ସମାଗମ, ଆରମ୍ଭ ହେଲା ୧୮ତମ ବ୍ରିକ୍ସ ଶିଖର ସମ୍ମିଳନୀ
ଦିଲ୍ଲୀର ନିର୍ମାଣ ଶ୍ରମିକଙ୍କୁ ମିଳିବ ମାଗଣା ଚିକିତ୍ସା, ସ୍ୱାସ୍ଥ୍ୟ ଯୋଜନାକୁ ଉପରାଜ୍ୟପାଳଙ୍କ ମଞ୍ଜୁରି
ଦିଲ୍ଲୀର ନେତା-ଅଧିକାରୀଙ୍କ ସମ୍ପତ୍ତି ସାର୍ବଜନୀନ କରାଯାଉ: କିରଣ ବେଦୀ

ବାଂଲାଦେଶକୁ ୭ ଓ୍ବିକେଟରେ ପରାସ୍ତ କଲା ଟିମ୍ ଇଣ୍ଡିଆ

0

ପୁଣେ: ବାଂଲାଦେଶ ବିପକ୍ଷରେ ଭାରତର ବିଜୟ। ଗୁରୁବାର ପୁଣେରେ ଅନୁଷ୍ଠିତ ବିଶ୍ବକପର ଏକ ମ୍ୟାଚରେ ବାଂଲାଦେଶକୁ ୭ ଓ୍ବିକେଟରେ ପରାସ୍ତ କରିଛି ଟିମ୍ ଇଣ୍ଡିଆ । ବିରାଟ କୋହଲିଙ୍କ ଅପରାଜିତ ଶତକ, ରୋହିତ ଶର୍ମା (୪୮ରନ) ଓ ଶୁଭମନ ଗିଲ( ୫୩ ରନ)ଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଭାରତ ବାଂଲାଦେଶ ଦ୍ବାରା ରଖାଯାଇଥିବା ୨୫୭ ରନର ଲକ୍ଷ୍ୟକୁ ସହଜରେ ହାସଲ କରିନେଇଥିଲା । ବିରାଟ କୋହଲି ୪୧.୩ ତମ ଓଭରରେ ଛକା ମାରି ନିଜର ୪୮ ତମ ଶତକ ପୂରଣ କରିବା ସହ ଦଳ ପାଇଁ ବିଜୟ ଆଣିଦେଇଥିଲେ।

ଏହି ମ୍ୟାଚରେ ବାଂଲାଦେଶ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା । ଆରମ୍ଭରୁ ବାଂଲାଦେଶର ଦୁଇ ଓପନର ତାନଜିଦ ହାସନ ଓ ଲିଟନ ଦାସ ଲଢୁଆ ବ୍ୟାଟିଂ କରି ଦଳ ପାଇଁ ଏକ ଭଲ ମୂଳଦୂଆ ପକାଇଥିଲେ । ହାସନ ୫୧ ରନ ଓ ଲିଟନ ୬୬ ରନ କରିଥିଲେ । ମୁସ୍ତାଫିକୁର ରହିମ ଓ ମହମ୍ମଦୁଲ୍ଲା ଲଢୁଆ ବ୍ୟାଟିଂ ଫଳରେ ବାଂଲାଦେଶ ଏକ ଲଢୁଆ ସ୍କୋର ଛିଡ଼ା କରିବାରେ ସକ୍ଷମ ହୋଇଥିଲା । ରହିମ ୩୮ ରନ ଓ ମହମ୍ମଦୁଲ୍ଲୀ ୪୬ ରନ କରିଥିଲେ । ବାଂଲାଦେଶ ନିର୍ଦ୍ଧାରିତ ୫୦ ଓଭରରେ ୮ ଓ୍ବିକେଟ ହରାଇ ୨୫୬ ରନ କରିଥିଲା । ଭାରତ ପକ୍ଷରୁ ଯଶପ୍ରୀତ ବୁମରା, ମହମ୍ମଦ ସିରାଜ ଓ ରବୀନ୍ଦ୍ର ଜାଦେଜା ୨ଟି ଲେଖାଏଁ ଓ୍ବିକେଟ ନେଇଥିଲେ । ଭାରତୀୟ ବୋଲରମାନେ ଭଲ ବୋଲିଂ କରି ପୁଣି ଥରେ ମ୍ୟାଚକୁ ପ୍ରତ୍ୟାବର୍ତ୍ତନ କରିଥିଲେ ।

Leave A Reply

Your email address will not be published.