ଭୁବନେଶ୍ୱର, ୨୦/୧୦: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପକ୍ଷରୁ ଗୁରୁବାର ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର୍) ଠାରେ ଏକ ରକ୍ତଦାନ ଶିବିରର ଆୟୋଜନ କରାଯାଇଥିଲା । ଆଇଏମ୍ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍ର ଟ୍ରାନ୍ସଫ୍ୟୁଜନ୍ ମେଡିସିନ୍ ବିଭାଗର ମୁଖ୍ୟ ପ୍ରଫେସର ଗିରିଜା ନନ୍ଦିନୀ
କାନୁନ୍ଗୋଙ୍କର ପ୍ରତ୍ୟକ୍ଷ ତତ୍ୱାବଧାନରେ ଏହି ରକ୍ତଦାନ ଶିବିର ପରିଚାଳନା କରାଯାଇଥିବା ବେଳେ ମୋଟ ୧୫୭ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିଲା । ଏହି ଅବସରରେ ସୋଆ ଏନ୍ସିସି ଅଫିସର ଡକ୍ଟର ସତୀଶ କୁମାର ସାମଲ ଓ ଅନ୍ୟାନ୍ୟ ଫ୍ୟାକଲ୍ଟି ଓ ଛାତ୍ରଛାତ୍ରୀମାନେ ରକ୍ତଦାନ କରିଥିଲେ ।
ପ୍ରମୁଖ ଖବର
ଅଟଳ ବସ୍ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ