ପ୍ରମୁଖ ଖବର

ଏସୀୟ କ୍ରୀଡ଼ାରେ ଭାରତର ସୁବର୍ଣ୍ଣ ଦିନ, ଗୋଟିଏ ଦିନରେ ୬ ସ୍ୱର୍ଣ୍ଣ
ପିତୃତ୍ୱ ଛୁଟି ବାଧ୍ୟତାମୂଳକ କରିବାକୁ ଜାତୀୟ ମହିଳା କମିଶନର ସୁପାରିସ
ମୁମ୍ବାଇରେ ସିଜେପିର ‘ଜେଲ୍ ଭରୋ’ ଆନ୍ଦୋଳନ
ଗୁଜରାଟ UCCକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, ବଦଳିବ ବିବାହ-ଉତ୍ତରାଧିକାର ନିୟମ
ପାଇଲଟ୍‌ ସ୍ମିତ୍‌ ମଚ୍ଛାରଙ୍କୁ ମିଳିବ ଗୁଜରାଟର ସର୍ବୋଚ୍ଚ ସମ୍ମାନ
୩ ମାସ ପରେ ପୁଣି ଉଡ଼ିବ ଭୁବନେଶ୍ୱର-ବ୍ୟାଙ୍କକ୍ ବିମାନ

୩୧ ତାରିଖ ଯାଏଁ ବସ୍ ଧର୍ମଘଟ ସ୍ଥଗିତ

0

ଭୁବନେଶ୍ବର: ଆଜି ରାତିରୁ ଚାଲିବ ବସ୍ । ୩୧ ତାରିଖ ଯାଏଁ ବସ୍ ଧର୍ମଘଟ ସ୍ଥଗିତ । ଏନେଇ ପ୍ରେସମିଟ୍ କରି ସଂଘ ସୂଚନା ଦେଇଛି । ତେବେ ରାଜ୍ୟରେ ଘରୋଇ ବସ୍ ଚାଲିବା ନେଇ ଦୀର୍ଘ ସମୟ ହେଲା ବୈଠକ ବସିଥିଲା । ବୈଠକ ପରେ ସଂଘ ସାମ୍ବାଦିକ ସମ୍ମିଳନୀ କରି ଏ ସମ୍ପର୍କରେ ସୂଚନା ଦେଇଛି।

ତେବେ ରାଜ୍ୟ ସରକାରଙ୍କଠାରୁ ପ୍ରତିଶ୍ରୁତି ପାଇବା ପରେ ଧର୍ମଘଟକୁ ସ୍ଥଗିତ ରଖାଯାଇଛି । ଆଜି ରାତିରୁ ରାଜ୍ୟରେ ବସ୍ ଚଳାଚଳ ହେବ । ଆସନ୍ତାକାଲିଠୁ ସମ୍ପୂର୍ଣ୍ଣ ଭାବେ ବସ୍ ଚଳାଚଳ ସ୍ୱାଭାବିକ ହେବ ବୋଲି ସଂଘ ସୂଚନା ଦେଇଛି । ତେବେ ଘରୋଇ ବସ୍‌ ଚଳାଚଳ ନେଇ ଆସନ୍ତା ୨୬ ତାରିଖ ପରବର୍ତ୍ତୀ ବୈଠକ ଅନୁଷ୍ଠିତ ହେବ। ଏହି ବୈଠକରେ ରାଜ୍ୟ ସରକାରଙ୍କ ପରିବହନ ବିଭାଗ ଓ ଘରୋଇ ବସ୍‌ ମାଲିକ ସଂଘର କର୍ମକର୍ତ୍ତାମାନେ ଉପସ୍ଥିତ ରହିବେ।

ରାଜ୍ୟବ୍ୟାପି ବସ୍‌ ଧର୍ମଘଟ ଟାଳିବା ପାଇଁ ଆଜି ସନ୍ଧ୍ୟାରେ ପରିବହନ ମନ୍ତ୍ରୀ ଟୁକୁନି ସାହୁଙ୍କ ବାସଭବନରେ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ପରିବହନ କମିସନର, ବିଭାଗୀୟ ଅଧିକାରୀ ଓ ଘରୋଇ ବସ୍‌ ମାଲିକ ସଂଘର କର୍ମକର୍ତ୍ତାମାନେ ଉପସ୍ଥିତ ଥିଲେ।

Leave A Reply

Your email address will not be published.