ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୪ ପ୍ରତିଶତ ବଢ଼ିଲା

0

ଭୁବନେଶ୍ବର: ସରକାରୀ କର୍ମଚାରୀଙ୍କୁ ଦଶହରା ଭେଟି ଦେଲେ ନବୀନ। ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୪ ପ୍ରତିଶତ ବଢ଼ିଲା। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏନେଇ ଘୋଷଣା କରିଛନ୍ତି। ଏହାଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୪୨%ରୁ ୪୬%କୁ ବୃଦ୍ଧି ପାଇଛି। ଜୁଲାଇ ପହିଲାରୁ ଏହା ପିଛିଲା ଭାବେ ଲାଗୁ ହେବ`

ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ନଭେମ୍ବର ମାସ ଦରମାରେ ନଗଦ ଆକାରରେ ମିଳିବ। ଏହା ସହିତ ପେନସନଭୋଗୀଙ୍କ ଟିଆଇରେ ମଧ୍ୟରେ ୪ ପ୍ରତିଶତ ବୃଦ୍ଧି କରାଯାଇଛି। ସେମାନେ ମଧ୍ୟ ଅନୁରୂପ ଭାବେ ନଭେମ୍ବର ମାସ ପେନସନରେ ଏହି ବର୍ଦ୍ଧିତ ଟିଆଇ ପାଇବେ। ଏହାଦ୍ବାରା ପ୍ରାୟ ସାଢ଼େ ୪ ଲକ୍ଷ ସରକାରୀ କର୍ମଚାରୀ ଓ ୩.୫ ଲକ୍ଷ ପେନସନଭୋଗୀ ଉପକୃତ ହେବେ।

Leave A Reply

Your email address will not be published.