ପ୍ରମୁଖ ଖବର

ଏସୀୟ କ୍ରୀଡ଼ାରେ ଭାରତର ସୁବର୍ଣ୍ଣ ଦିନ, ଗୋଟିଏ ଦିନରେ ୬ ସ୍ୱର୍ଣ୍ଣ
ପିତୃତ୍ୱ ଛୁଟି ବାଧ୍ୟତାମୂଳକ କରିବାକୁ ଜାତୀୟ ମହିଳା କମିଶନର ସୁପାରିସ
ମୁମ୍ବାଇରେ ସିଜେପିର ‘ଜେଲ୍ ଭରୋ’ ଆନ୍ଦୋଳନ
ଗୁଜରାଟ UCCକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, ବଦଳିବ ବିବାହ-ଉତ୍ତରାଧିକାର ନିୟମ
ପାଇଲଟ୍‌ ସ୍ମିତ୍‌ ମଚ୍ଛାରଙ୍କୁ ମିଳିବ ଗୁଜରାଟର ସର୍ବୋଚ୍ଚ ସମ୍ମାନ
୩ ମାସ ପରେ ପୁଣି ଉଡ଼ିବ ଭୁବନେଶ୍ୱର-ବ୍ୟାଙ୍କକ୍ ବିମାନ

ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୪ ପ୍ରତିଶତ ବଢ଼ିଲା

0

ଭୁବନେଶ୍ବର: ସରକାରୀ କର୍ମଚାରୀଙ୍କୁ ଦଶହରା ଭେଟି ଦେଲେ ନବୀନ। ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୪ ପ୍ରତିଶତ ବଢ଼ିଲା। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏନେଇ ଘୋଷଣା କରିଛନ୍ତି। ଏହାଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୪୨%ରୁ ୪୬%କୁ ବୃଦ୍ଧି ପାଇଛି। ଜୁଲାଇ ପହିଲାରୁ ଏହା ପିଛିଲା ଭାବେ ଲାଗୁ ହେବ`

ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ନଭେମ୍ବର ମାସ ଦରମାରେ ନଗଦ ଆକାରରେ ମିଳିବ। ଏହା ସହିତ ପେନସନଭୋଗୀଙ୍କ ଟିଆଇରେ ମଧ୍ୟରେ ୪ ପ୍ରତିଶତ ବୃଦ୍ଧି କରାଯାଇଛି। ସେମାନେ ମଧ୍ୟ ଅନୁରୂପ ଭାବେ ନଭେମ୍ବର ମାସ ପେନସନରେ ଏହି ବର୍ଦ୍ଧିତ ଟିଆଇ ପାଇବେ। ଏହାଦ୍ବାରା ପ୍ରାୟ ସାଢ଼େ ୪ ଲକ୍ଷ ସରକାରୀ କର୍ମଚାରୀ ଓ ୩.୫ ଲକ୍ଷ ପେନସନଭୋଗୀ ଉପକୃତ ହେବେ।

Leave A Reply

Your email address will not be published.