ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

ସଙ୍ଗୀତ ନିର୍ଦ୍ଦେଶକ ସ୍ୱରୂପ ନାୟକଙ୍କର ପରଲୋକ

0

ଭୁବନେଶ୍ବର: ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ସ୍ୱରୂପ ନାୟକଙ୍କର ଆଜି ପରଲୋକ ହୋଇଯାଇଛି। ଦୀର୍ଘ ଦିନ ଧରି ସେ କ୍ୟାନସରରେ ପୀଡ଼ିତ ଥିଲେ। କଟକର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୭୬ ବର୍ଷ ହୋଇଥିଲା।

ସ୍ୱରୂପ ନାୟକ ଏକାଧାରରେ ଜଣେ ସଙ୍ଗୀତକାର, ଗୀତିକାର, ପ୍ରଚ୍ଛଦପଟ୍ଟ ଗାୟକ ଓ ଅଭିନେତା ଥିଲେ। ୪୦ରୁ ଅଧିକ ଓଡ଼ିଆ ଚଳଚ୍ଚିତ୍ର ପାଇଁ ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ସ୍ୱରୂପ। ସେ ୩୦ଟି ଫିଲ୍ମ ପାଇଁ ଗୀତ ଲେଖିଥିଲେ। ୬ଟି ଫିଲ୍ମରେ ସେ ଅଭିନୟ କରିଥିଲେ। ସେହିପରି ୬ଟି ଫିଲ୍ମରେ ଗୀତ ଗାଇ ଥିଲେ। 

୧୯୬୨ ମସିହାରେ ରିଲିଜ ହୋଇଥିବା ‘ଜୟଦେବ’ ଚଳଚ୍ଚିତ୍ରରେ ସ୍ୱରୂପ ଶିଶୁ କଳାକାର ଭାବେ ଅଭିନୟ କରିଥିଲେ। ୧୯୮୪ ମସିହାର ଓଡ଼ିଆ ଚଳଚ୍ଚିତ୍ର ‘ହୀରାଲୀଳା’ରେ ସେ ପ୍ରଥମେ ସଙ୍ଗୀତ ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରିଥିଲେ। ‘ପୁଅ ମୋର ଭୋଳା ଶଙ୍କର’ ଓ ‘ଆଇ ଲଭ୍‌ ୟୁ’ ଭଳି ଚଳଚ୍ଚିତ୍ରରେ ସେ ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ। 

Leave A Reply

Your email address will not be published.