ପ୍ରମୁଖ ଖବର

ଗାଁରେ ମିଳିବ ସହରୀ ସୁବିଧା, ପ୍ରତି ପଞ୍ଚାୟତରେ ଆଦର୍ଶ ଖେଳ ପଡ଼ିଆ ଓ କଲ୍ୟାଣ ମଣ୍ଡପ
ଇଭି ଓ ପରିବେଶ ଅନୁକୂଳ ଯାନକୁ ପରମିଟ୍ ଫି’ ଛାଡ଼
ବାଂଲାଦେଶର ୨୩ତମ ରାଷ୍ଟ୍ରପତି ହେଲେ ମିର୍ଜା ଫକରୁଲ୍ ଇସଲାମ୍ ଆଲମଗୀର
ଜେପିଏସ୍‌ସି ପରୀକ୍ଷା ରଦ୍ଦ ନିଷ୍ପତ୍ତି ଉପରେ ରୋକ୍‌, ହେମନ୍ତ ସରକାରଙ୍କୁ ଝଟକା
ଅଟୋ ଚାଳକଙ୍କ ହଙ୍ଗାମା: ୪୦୦ ଅଟୋ ଜବତ, ପରମିଟ ରଦ୍ଦ ପାଇଁ ପଦକ୍ଷେପ
ମହାରାଷ୍ଟ୍ରରେ ଛାତ୍ରୀଙ୍କୁ ମିଳିଵ ମାସକୁ ୨ ହଜାର ଟଙ୍କା ପକେଟ ମନି
ପୂର୍ବତନ କଂଗ୍ରେସ ସାଂସଦ ସଜ୍ଜନ କୁମାରଙ୍କ ପରଲୋକ
ବୀମା ନଥିଲେ ପେଟ୍ରୋଲ ନାହିଁ: ପାଇଲଟ୍ ପ୍ରକଳ୍ପ ଲାଗୁ କରିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ସଙ୍ଗୀତ ନିର୍ଦ୍ଦେଶକ ସ୍ୱରୂପ ନାୟକଙ୍କର ପରଲୋକ

0

ଭୁବନେଶ୍ବର: ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ସ୍ୱରୂପ ନାୟକଙ୍କର ଆଜି ପରଲୋକ ହୋଇଯାଇଛି। ଦୀର୍ଘ ଦିନ ଧରି ସେ କ୍ୟାନସରରେ ପୀଡ଼ିତ ଥିଲେ। କଟକର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୭୬ ବର୍ଷ ହୋଇଥିଲା।

ସ୍ୱରୂପ ନାୟକ ଏକାଧାରରେ ଜଣେ ସଙ୍ଗୀତକାର, ଗୀତିକାର, ପ୍ରଚ୍ଛଦପଟ୍ଟ ଗାୟକ ଓ ଅଭିନେତା ଥିଲେ। ୪୦ରୁ ଅଧିକ ଓଡ଼ିଆ ଚଳଚ୍ଚିତ୍ର ପାଇଁ ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ସ୍ୱରୂପ। ସେ ୩୦ଟି ଫିଲ୍ମ ପାଇଁ ଗୀତ ଲେଖିଥିଲେ। ୬ଟି ଫିଲ୍ମରେ ସେ ଅଭିନୟ କରିଥିଲେ। ସେହିପରି ୬ଟି ଫିଲ୍ମରେ ଗୀତ ଗାଇ ଥିଲେ। 

୧୯୬୨ ମସିହାରେ ରିଲିଜ ହୋଇଥିବା ‘ଜୟଦେବ’ ଚଳଚ୍ଚିତ୍ରରେ ସ୍ୱରୂପ ଶିଶୁ କଳାକାର ଭାବେ ଅଭିନୟ କରିଥିଲେ। ୧୯୮୪ ମସିହାର ଓଡ଼ିଆ ଚଳଚ୍ଚିତ୍ର ‘ହୀରାଲୀଳା’ରେ ସେ ପ୍ରଥମେ ସଙ୍ଗୀତ ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରିଥିଲେ। ‘ପୁଅ ମୋର ଭୋଳା ଶଙ୍କର’ ଓ ‘ଆଇ ଲଭ୍‌ ୟୁ’ ଭଳି ଚଳଚ୍ଚିତ୍ରରେ ସେ ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ। 

Leave A Reply

Your email address will not be published.