ପ୍ରମୁଖ ଖବର

୮୪ତମ ରୋଡ କଂଗ୍ରେସ ସମାବେଶ ଉଦ୍‌ଘାଟିତ
କନ୍ଧମାଳ ସୀମା କଳିଙ୍ଗା ଘାଟିରେ ଓଲଟିଲା ବସ୍, ଜଣେ ମୃତ
ଏସଆଇ ପରୀକ୍ଷା ଘୋଟାଲା : ମୁଖ୍ୟ ଅଭିଯୁକ୍ତର ହେବ ଲାଏ ଡିଟେକ୍ସନ୍‌ ଟେଷ୍ଟ
‘ବନ୍ଦେ ମାତରମ’ର ୧୫୦ ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମ; ଯୋଗ ଦେଲେ ପ୍ରଧାନମନ୍ତ୍ରୀ
ଶ୍ରୀମନ୍ଦିରରେ ପୁଣି ହିଡେନ୍ କ୍ୟାମେରା ଓ ନକଲି ସେବକ
ଓଡ଼ିଆ ଝିଅ ହେଲେ ଝାଡ଼ଖଣ୍ଡ ଡିଜିପି
ଆସନ୍ତାକାଲିଠୁ ୨୦୨୬ ମାଟ୍ରିକ୍ ପରୀକ୍ଷା ପାଇଁ ଫର୍ମ ପୂରଣ ଆରମ୍ଭ

ଆଉ ଦୁଇ ଜିଲ୍ଲାରେ ଆମ ଓଡିଶା ନବୀନ ଓଡିଶାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ବର: ଆମ ଓଡ଼ିଶା ନବୀନ ଓଡ଼ିଶାରେ ସାମିଲ ହେଲା ଆଉ ଦୁଇ ଜିଲ୍ଲା । ରାୟଗଡ଼ା ଓ ଝାରସୁଗୁଡ଼ା ଜିଲ୍ଲାରେ ଆମ ଓଡିଶା ନବୀନ ଓଡିଶାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାୟଗଡ଼ା ଜିଲ୍ଲାର ୧୧ଟି ବ୍ଲକରେ ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଅନ୍ତର୍ଗତ ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାୟଗଡ଼ା ତେଜସ୍ଵୀ ହୋଟେଲ ପଡ଼ିଆରେ ଏକ ସଭା ଆୟୋଜନ ହୋଇଥିଲା । ଏଥିରେ ଭର୍ଚୁଆଲ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ଯୋଗଦେଇ କାର୍ଯ୍ୟକ୍ରମର ଶୁଭ ଉଦଘାଟନ କରିଛନ୍ତି ।

ରାୟଗଡ଼ା ଜିଲ୍ଲାରେ ୨ ହଜାର ୬୧୩ଟି ପ୍ରକଳ୍ପ ପାଇଁ ୯୧ କୋଟି ଟଙ୍କା ଅନୁଦାନ ମଞ୍ଜୁର ହୋଇଛି । ରାୟଗଡ଼ା ବ୍ଲକର ୩୭୯ଟି ପ୍ରକଳ୍ପ ପାଇଁ ୧୪ କୋଟି, ସଦର ବ୍ଲକ ସମେତ ବିଷମକଟକ, କୋଲନରା, ମୁନିଗୁଡ଼ା, ଗୁଣୁପୁର, ପଦ୍ମପୁର, ଚନ୍ଦ୍ରପୁର, ଗୁଡ଼ାରି ଓ ଅନ୍ୟ ସମସ୍ତ ବ୍ଲକ ପାଇଁ ବିଭିନ୍ନ ଉନ୍ନୟନ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଛନ୍ତି । ବିଷମକଟକର ପାତାଳେଶ୍ୱର ମନ୍ଦିର ପାଇଁ ୨ ଦଶମିକ ୧୪ କୋଟି, ନେଳିଆବନ୍ଧ ପାଇଁ ୨ କୋଟି ୯୫ ଲକ୍ଷ ସମେତ ଜିଲ୍ଲାର ବହୁ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

କାର୍ଯ୍ୟକ୍ରମରେ ରାୟଗଡ଼ା ବିଧାୟକ ମକରନ୍ଦ ମୁଦୁଲି, ଜିଲ୍ଲାପାଳ ସ୍ୱାଧାଦେବ ସିଂ, ପୂର୍ବତନ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଗଙ୍ଗାଧର ପୁଆଲା, ବ୍ଲକ୍‌ ଅଧ୍ୟକ୍ଷା ଟୁନୀ ହୁଇକା, ଉପାଧ୍ୟକ୍ଷ ହରପ୍ରସାଦ ହେପୃକା ଓ ଅନ୍ୟମାନେ ଉପସ୍ଥିତ ଥିଲେ। ବିଷମକଟକରେ ଆୟୋଜିତ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ ଅନୁସୂଚିତ ଜାତି ଓ ଜନଜାତି ବିକାଶ ମନ୍ତ୍ରୀ ମନ୍ତ୍ରୀ ଜଗନ୍ନାଥ ସାରକା ।

ସେହିପରି ଝାରସୁଗୁଡାର ୨ ନିର୍ବାଚନମଣ୍ଡଳୀକୁ ମିଳିଲା ୩୯ କୋଟି ଟଙ୍କାରେ ହେବ ୯୫୭ ପ୍ରକଳ୍ପ । ଝାରସୁଗୁଡା ଜିଲ୍ଲାର ଝାରସୁଗୁଡା ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ୧୨୬ଟି ଶିକ୍ଷାନୁଷ୍ଠାନ ଓ ଧାର୍ମିକ ଅନୁଷ୍ଠାନ ପାଇଁ ୧୧.୪୨ କୋଟି ଟଙ୍କା  ମଞ୍ଜୁର କରାଯାଇଛି । ଏହା ସହିତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ  ୪ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୨.୭୪ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ମଧ୍ୟରେ ରହିଛି ଲାଇକେରାସ୍ଥିତ ଜଂଘାଲିଙ୍ଗ ମନ୍ଦିର । ଏହା ସହିତ ଝାରସୁଗୁଡାର ଗଣ୍ଡ ସମାଜ ପାଇଁ ଭୁବନେଶ୍ୱର ଚନ୍ଦ୍ରଶେଖରପୁରଠାରେ ୫୦ ଡେସିମିଲ ଜମି ଦିଆଯାଇଛି। ଏହା ଦ୍ୱାରା ଗଣ୍ଡ ସମାଜର ରାଜଧାନୀରେ ରହିବା ସୁବିଧା ସହିତ ସେମାନଙ୍କ କଳା ଓ ସଂସ୍କୃତିର ପ୍ରଚାର ପ୍ରସାରରେ ସୁବିଧା ହେବ ବୋଲି ଶ୍ରୀ ପାଣ୍ଡିଆନ କହିଥିଲେ।

ବ୍ରଜରାଜ ନଗର ନିର୍ବାଚନ ମଣ୍ଡଳୀରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା କାର୍ଯ୍ୟକ୍ରମରେ ୧୧୮ଟି ଶିକ୍ଷାନୁଷ୍ଠାନ ତଥା ଧାର୍ମିକ ଅନୁଷ୍ଠାନ ପାଇଁ ୮.୦୮ କୋଟି ଟଙ୍କା  ମଞ୍ଜୁର କରାଯାଇଛି । ଏହା ସହିତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ  ୪ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୫.୪୧ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ମଧ୍ୟରେ ରହିଛି ମା’ ରାମଚଣ୍ଡୀ ମନ୍ଦିରର ଉନ୍ନତି ଓ ସୌନ୍ଦର୍ଯ୍ୟକରଣ। ଏହା ଦ୍ୱାରା ବର୍ଷକୁ ଏହି ମନ୍ଦିରକୁ ଅତି କମ୍‌ରେ ୫୦ ହଜାର ଭକ୍ତ ଆସି ସୁବିଧାରେ ଦର୍ଶନ କରିପାରିବେ ବୋଲି ଶ୍ରୀ ପାଣ୍ଡିଆନ କହିଥିଲେ।

ସେହିପରି ହୀରାକୁଦ ବିସ୍ଥାପିତମାନଙ୍କ ପାଇଁ ଦୀର୍ଘ ବର୍ଷର ସମସ୍ୟାକୁ ସମାଧାନ କରି ରାଜ୍ୟ ସରକାର ସେମାନଙ୍କୁ ଜମି ପଟ୍ଟା ଦେବାର ବ୍ୟବସ୍ଥା କରିଛନ୍ତି ବୋଲି ଶ୍ରୀ ପାଣ୍ଡିଆନ ସୂଚନା ଦେଇଥିଲେ। ୧୮୦୦ରୁ ଅଧିକ ପରିବାରକୁ ୩୧୩୦ ଏକରରୁ ଅଧିକ ଜମି ପାଇଁ ପଟ୍ଟା ଯୋଗାଇଦିଆଯିବ। ଫେବୃଆରୀ ସୁଦ୍ଧା ସମସ୍ତଙ୍କୁ ପଟ୍ଟା ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ବୋଲି ସେ କହିଥିଲେ। ଜିଲ୍ଲାରେ ୮ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୮.୧୫ କୋଟି ଟଙ୍କା ମଞ୍ଜୁର କରାଯାଇଛି ବୋଲି ପାଇଭ୍- ଟି ଅଧ୍ୟକ୍ଷ କହିଥିଲେ।

Leave A Reply

Your email address will not be published.