ପ୍ରମୁଖ ଖବର

୨୦୩୬ ସୁଦ୍ଧା ୫୦୦ ବିଲିୟନ ଡଲାର ଛୁଇଁବ ଓଡ଼ିଶାର ଅର୍ଥନୀତି: ମୁଖ୍ୟମନ୍ତ୍ରୀ
ଭୁବନେଶ୍ଵରରେ ମହାକାଶଚାରୀ ଶୁଭାଂଶୁ ଶୁକ୍ଳା
ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଏଆରଆଇ
ଶ୍ରୀରାମ ମନ୍ଦିରରେ ଉଡ଼ିଲା ଧର୍ମଧ୍ୱଜା

ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କଳାହାଣ୍ଡି ଗସ୍ତ

0

ଭୁବନେଶ୍ବର: ଆସନ୍ତାକାଲି କଳାହାଣ୍ଡି ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଯାହାକୁ ନେଇ ଉତ୍ସବ ମୁଖର ହୋଇ ଉଠିଛି କଳାହାଣ୍ଡି । କାଲି କଳାହାଣ୍ଡି ପ୍ରତିଷ୍ଠା ଦିବସ ହୋଇଥିବା ବେଳେ ଜିଲ୍ଲାବାସୀଙ୍କୁ ପ୍ରାୟ ୧୨୦୦ କୋଟି ଟଙ୍କାର ଭେଟି ଦେବେ ମୁଖ୍ୟମନ୍ତ୍ରୀ । ଏନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଜୋରଦାର ହୋଇଛି ।

ଏହାସହ ଦୀର୍ଘ ଦୁଇ ଦଶନ୍ଧି ଧରି ଜିଲ୍ଲାବାସୀ ଦେଖିଥିବା ବହୁ ପ୍ରତିକ୍ଷୀତ ସ୍ବପ୍ନ ପୂରଣ ହେବ । ଭଙ୍ଗାବାରି ଠାରେ ନିର୍ମାଣ ହୋଇଥିବା ମେଡିକାଲ କଲେଜକୁ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏନେଇ ପ୍ରସ୍ତୁତି ସାରି ଯାଇଥିବା ବେଳେ ଜିଲ୍ଲା ପ୍ରଶାସନ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡାକଡି ଗ୍ରହଣ କରାଯାଇଛି । ଏହାସହ କଳାହାଣ୍ଡିରେ ଲକ୍ଷ୍ମୀ ବସର ମଧ୍ୟ ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ।

Leave A Reply

Your email address will not be published.