ପ୍ରମୁଖ ଖବର

ପିକନିକ ହେଲା କାଳ: ଦିଭେଗାର ସମୁଦ୍ରରେ ବୁଡି ୮ ଛାତ୍ର ମୃତ
ଦେଶରେ ଆଉ ୫୦ ଲକ୍ଷ ଘରକୁ ପିଏନଜି, ଆରମ୍ଭ ହେଲା ‘ନ୍ୟାସନାଲ ପିଏନଜି ଡ୍ରାଇଭ୍‌ ୩.୦’
ଟ୍ରକ୍‌ ବନ୍ଧକ ରଖି ପୁଅକୁ ପଠାଇଲେ, କାନାଡାରେ ସ୍ୱର୍ଣ୍ଣ ଜିତିଲେ ମହେଶ
ପିୟୁସିସି ନଥିଲେ ପେଟ୍ରୋଲ-ଡିଜେଲ ମନା, ଦିଲ୍ଲୀରେ ଲାଗୁ ହେଲା କଡ଼ା ନିୟମ
୧.୦୩ କୋଟିର ଚୀନ୍ ଡ୍ରୋନ୍ ଜବତ, ୩ ଯାତ୍ରୀ ଅଟକ

ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କଳାହାଣ୍ଡି ଗସ୍ତ

0

ଭୁବନେଶ୍ବର: ଆସନ୍ତାକାଲି କଳାହାଣ୍ଡି ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଯାହାକୁ ନେଇ ଉତ୍ସବ ମୁଖର ହୋଇ ଉଠିଛି କଳାହାଣ୍ଡି । କାଲି କଳାହାଣ୍ଡି ପ୍ରତିଷ୍ଠା ଦିବସ ହୋଇଥିବା ବେଳେ ଜିଲ୍ଲାବାସୀଙ୍କୁ ପ୍ରାୟ ୧୨୦୦ କୋଟି ଟଙ୍କାର ଭେଟି ଦେବେ ମୁଖ୍ୟମନ୍ତ୍ରୀ । ଏନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଜୋରଦାର ହୋଇଛି ।

ଏହାସହ ଦୀର୍ଘ ଦୁଇ ଦଶନ୍ଧି ଧରି ଜିଲ୍ଲାବାସୀ ଦେଖିଥିବା ବହୁ ପ୍ରତିକ୍ଷୀତ ସ୍ବପ୍ନ ପୂରଣ ହେବ । ଭଙ୍ଗାବାରି ଠାରେ ନିର୍ମାଣ ହୋଇଥିବା ମେଡିକାଲ କଲେଜକୁ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏନେଇ ପ୍ରସ୍ତୁତି ସାରି ଯାଇଥିବା ବେଳେ ଜିଲ୍ଲା ପ୍ରଶାସନ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡାକଡି ଗ୍ରହଣ କରାଯାଇଛି । ଏହାସହ କଳାହାଣ୍ଡିରେ ଲକ୍ଷ୍ମୀ ବସର ମଧ୍ୟ ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ।

Leave A Reply

Your email address will not be published.