ପ୍ରମୁଖ ଖବର

ବାଲେଶ୍ୱର ମିଶନ ଶକ୍ତି କାଫେରେ ଅଗ୍ନିକାଣ୍ଡ: ଜିଲ୍ଲାପାଳଙ୍କ ଅଫିସ କାର୍ଯ୍ୟାଳୟରେ ଥିବା ମିଶନ ଶକ୍ତି କାଫେର ରୋଷେଇ ଘରେ ଭୟାବହ ଅଗ୍ନିକାଣ୍ଡ
ରଘୁନାଥପାଲି, ବୀରମିତ୍ରପୁର, ବଣାଇରେ ପାଣ୍ଡିଆନଙ୍କ ମାରାଥନ ପ୍ରଚାର
ସମ୍ବଲପୁରର ବୀର ସୁରେନ୍ଦ୍ର ସାଏ ଷ୍ଟାଡିୟମରେ କ୍ରୀଡ଼ାବିତମାନଙ୍କୁ ଭେଟିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଆସନ୍ତାକାଲି ଦେଶରେ ଚତୁର୍ଥ ପର୍ଯ୍ୟୟ ଭୋଟ ଗ୍ରହଣ ଓ ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ, ୪ଟି ସଂସଦୀୟ କ୍ଷେତ୍ର ଓ ୨୮ ବିଧାନସଭା ନିର୍ବାଚନ ମଣ୍ଡଳିରେ ଭୋଟ ଗ୍ରହଣ ହେବ

ଆଜି ଶପଥ ନେବେ ନୂଆ ରାଜ୍ୟପାଳ ରଘୁବର ଦାସ

0

ଭୁବନେଶ୍ବର: ଆଜି ଶପଥ ନେବେ ନୂଆ ରାଜ୍ୟପାଳ ରଘୁବର ଦାସ। ଦିନ ୧୧ଟା ୪୫ରେ ରାଜଭବନରେ ଓଡ଼ିଶାର ୨୬ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କରିବେ। ଶପଥ ନେବା ପୂର୍ବରୁ ସକାଳ ୮ଟା ୪୫ ବେଳେ ମହାପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ କରିଛନ୍ତି।

ଗତକାଲି ଟ୍ରେନ ଯୋଗେ ଓଡ଼ିଶା ପହଞ୍ଚିବା ପରେ ପୁରୀ ଶ୍ରୀମନ୍ଦିରରେ ଶ୍ରୀଉଙ୍କ ଦର୍ଶନ କରିଥିଲେ ରଘୁବର। ରାଜ୍ୟପାଳଙ୍କ ଶପଥ ଗ୍ରହଣ ଉତ୍ସବ ପାଇଁ ରାଜ୍ୟପାଳଙ୍କର ୮୦ଜଣ ବନ୍ଧୁ ଓ ପରିବାର ବର୍ଗ ତାଙ୍କ ସହ ଓଡ଼ିଶା ଆସିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ବାଚସ୍ପତି ପ୍ରମିଳା ମଲ୍ଲିକ ରାଜ୍ୟପାଳଙ୍କୁ ସ୍ବାଗତ କରିଥିଲେ। ନୂଆ ରାଜ୍ୟପାଳଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇବେ ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଜଷ୍ଟିସ ବିଦ୍ୟୁତ ରଞ୍ଜନ ଷଡ଼ଙ୍ଗୀ।

ଉଲ୍ଲେଖଯୋଗ୍ୟ, ୨୦୧୪ରୁ ୨୦୧୯ ପର୍ଯ୍ୟନ୍ତ ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ଥିଲେ ରଘୁବର ଦାସ । ସେ ପାଞ୍ଚ ଥର ଝାଡ଼ଖଣ୍ଡ ବିଧାନସଭାକୁ ନିର୍ବାଚିତ ହୋଇଥିଲେ । ଝାଡ଼ଖଣ୍ଡର ଉପମୁଖ୍ୟମନ୍ତ୍ରୀ ଓ ପରବର୍ତ୍ତୀ ସମୟରେ ମୁଖ୍ୟମନ୍ତ୍ରୀ ଭାବରେ ଅବସ୍ଥାପିତ ହୋଇଥିଲେ । ୧୯୫୫ ମେ ୩ ତାରିଖରେ ଜନ୍ମ ଗ୍ରହଣ କରିଥିବା ରଘୁବର ଭାଲୁବସା ହରିଜନ ହାଇସ୍କୁଲର ମ୍ୟାଟ୍ରିକ ଓ ଜାମସେଦପୁର କୋ-ଅପରେଟିଭ୍ କଲେଜରୁ ସ୍ନାତକ ଶିକ୍ଷା ଶେଷ କରିଥିଲେ । ପରବର୍ତ୍ତୀ ସମୟରେ ସେ ଆଇନରେ ସ୍ନାତକ ଡ଼ିଗ୍ରୀ ହାସଲ କରି ଟାଟା କମ୍ପାନୀରେ ଯୋଗ ଦେଇଥିଲେ । ୧୯୭୭ରେ ଜନତା ପାର୍ଟିରେ ଯୋଗ ଦେଇଥିଲେ ଓ ପରେ ୧୯୮୦ରେ ବିଜେପିର ପ୍ରତିଷ୍ଠାତା ସଦସ୍ୟ ରହିଥିଲେ । ଜାମସେଦପୁର ପୂର୍ବ ବିଧାନସଭା ଆସନରୁ ବିଧାନସଭାକୁ ୧୯୯୫ରେନିର୍ବାଚିତ ହୋଇଥିଲେ ।

Leave A Reply

Your email address will not be published.