ପ୍ରମୁଖ ଖବର

ଗାଁରେ ମିଳିବ ସହରୀ ସୁବିଧା, ପ୍ରତି ପଞ୍ଚାୟତରେ ଆଦର୍ଶ ଖେଳ ପଡ଼ିଆ ଓ କଲ୍ୟାଣ ମଣ୍ଡପ
ଇଭି ଓ ପରିବେଶ ଅନୁକୂଳ ଯାନକୁ ପରମିଟ୍ ଫି’ ଛାଡ଼
ବାଂଲାଦେଶର ୨୩ତମ ରାଷ୍ଟ୍ରପତି ହେଲେ ମିର୍ଜା ଫକରୁଲ୍ ଇସଲାମ୍ ଆଲମଗୀର
ଜେପିଏସ୍‌ସି ପରୀକ୍ଷା ରଦ୍ଦ ନିଷ୍ପତ୍ତି ଉପରେ ରୋକ୍‌, ହେମନ୍ତ ସରକାରଙ୍କୁ ଝଟକା
ଅଟୋ ଚାଳକଙ୍କ ହଙ୍ଗାମା: ୪୦୦ ଅଟୋ ଜବତ, ପରମିଟ ରଦ୍ଦ ପାଇଁ ପଦକ୍ଷେପ
ମହାରାଷ୍ଟ୍ରରେ ଛାତ୍ରୀଙ୍କୁ ମିଳିଵ ମାସକୁ ୨ ହଜାର ଟଙ୍କା ପକେଟ ମନି
ପୂର୍ବତନ କଂଗ୍ରେସ ସାଂସଦ ସଜ୍ଜନ କୁମାରଙ୍କ ପରଲୋକ
ବୀମା ନଥିଲେ ପେଟ୍ରୋଲ ନାହିଁ: ପାଇଲଟ୍ ପ୍ରକଳ୍ପ ଲାଗୁ କରିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ଆଜି ଶପଥ ନେବେ ନୂଆ ରାଜ୍ୟପାଳ ରଘୁବର ଦାସ

0

ଭୁବନେଶ୍ବର: ଆଜି ଶପଥ ନେବେ ନୂଆ ରାଜ୍ୟପାଳ ରଘୁବର ଦାସ। ଦିନ ୧୧ଟା ୪୫ରେ ରାଜଭବନରେ ଓଡ଼ିଶାର ୨୬ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କରିବେ। ଶପଥ ନେବା ପୂର୍ବରୁ ସକାଳ ୮ଟା ୪୫ ବେଳେ ମହାପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ କରିଛନ୍ତି।

ଗତକାଲି ଟ୍ରେନ ଯୋଗେ ଓଡ଼ିଶା ପହଞ୍ଚିବା ପରେ ପୁରୀ ଶ୍ରୀମନ୍ଦିରରେ ଶ୍ରୀଉଙ୍କ ଦର୍ଶନ କରିଥିଲେ ରଘୁବର। ରାଜ୍ୟପାଳଙ୍କ ଶପଥ ଗ୍ରହଣ ଉତ୍ସବ ପାଇଁ ରାଜ୍ୟପାଳଙ୍କର ୮୦ଜଣ ବନ୍ଧୁ ଓ ପରିବାର ବର୍ଗ ତାଙ୍କ ସହ ଓଡ଼ିଶା ଆସିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ବାଚସ୍ପତି ପ୍ରମିଳା ମଲ୍ଲିକ ରାଜ୍ୟପାଳଙ୍କୁ ସ୍ବାଗତ କରିଥିଲେ। ନୂଆ ରାଜ୍ୟପାଳଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇବେ ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଜଷ୍ଟିସ ବିଦ୍ୟୁତ ରଞ୍ଜନ ଷଡ଼ଙ୍ଗୀ।

ଉଲ୍ଲେଖଯୋଗ୍ୟ, ୨୦୧୪ରୁ ୨୦୧୯ ପର୍ଯ୍ୟନ୍ତ ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ଥିଲେ ରଘୁବର ଦାସ । ସେ ପାଞ୍ଚ ଥର ଝାଡ଼ଖଣ୍ଡ ବିଧାନସଭାକୁ ନିର୍ବାଚିତ ହୋଇଥିଲେ । ଝାଡ଼ଖଣ୍ଡର ଉପମୁଖ୍ୟମନ୍ତ୍ରୀ ଓ ପରବର୍ତ୍ତୀ ସମୟରେ ମୁଖ୍ୟମନ୍ତ୍ରୀ ଭାବରେ ଅବସ୍ଥାପିତ ହୋଇଥିଲେ । ୧୯୫୫ ମେ ୩ ତାରିଖରେ ଜନ୍ମ ଗ୍ରହଣ କରିଥିବା ରଘୁବର ଭାଲୁବସା ହରିଜନ ହାଇସ୍କୁଲର ମ୍ୟାଟ୍ରିକ ଓ ଜାମସେଦପୁର କୋ-ଅପରେଟିଭ୍ କଲେଜରୁ ସ୍ନାତକ ଶିକ୍ଷା ଶେଷ କରିଥିଲେ । ପରବର୍ତ୍ତୀ ସମୟରେ ସେ ଆଇନରେ ସ୍ନାତକ ଡ଼ିଗ୍ରୀ ହାସଲ କରି ଟାଟା କମ୍ପାନୀରେ ଯୋଗ ଦେଇଥିଲେ । ୧୯୭୭ରେ ଜନତା ପାର୍ଟିରେ ଯୋଗ ଦେଇଥିଲେ ଓ ପରେ ୧୯୮୦ରେ ବିଜେପିର ପ୍ରତିଷ୍ଠାତା ସଦସ୍ୟ ରହିଥିଲେ । ଜାମସେଦପୁର ପୂର୍ବ ବିଧାନସଭା ଆସନରୁ ବିଧାନସଭାକୁ ୧୯୯୫ରେନିର୍ବାଚିତ ହୋଇଥିଲେ ।

Leave A Reply

Your email address will not be published.