ପ୍ରମୁଖ ଖବର

ଓଡିଶା, ଗୁଜୁରାଟ, ସୌରାଷ୍ଟ୍ର, ପଶ୍ଚିମ ମଧ୍ୟପ୍ରଦେଶ, ମଧ୍ୟ ମହାରାଷ୍ଟ୍ର ଏବଂ କୋଙ୍କନ ଅତ୍ୟନ୍ତ ଭାରି ବର୍ଷା ସମ୍ଭାବନା
20ସେମିରୁ ଅଧିକ ବର୍ଷା ସମ୍ଭାବନା ନେଇ ରେଡ ଓ୍ବାର୍ଣ୍ଣିଂ ଜାରି
ସକ୍ରିୟ ସ୍ପଷ୍ଟ-ଚିହ୍ନିତ ଲଘୁଚାପ କ୍ଷେତ୍ର ପ୍ରଭାବରେ କରାଯାଇଛି ବଡ଼ ବର୍ଷାର ପୂର୍ବାନୁମାନ
ରାଜଧାନୀ ବୁଦ୍ଧବିହାର ରାସ୍ତାରେ ଗୋଷ୍ଠୀ ସଂଘର୍ଷ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ
୧୦ ଅଭିଯୁକ୍ତଙ୍କୁ ଗିରଫ କଲା କମିସନରେଟ୍ ପୁଲିସ
ଶୁକ୍ରବାର ରାତିରେ ଖଣ୍ଡା, ଭୁଜାଲି ବୁଲାଇବା ସହ ଟେକାପଥର ଫିଙ୍ଗାଫିଙ୍ଗି ହୋଇଥିଲେ
ରଥଯାତ୍ରାଙ୍କୁ ଶୃଙ୍ଖଳିତ କରିବା ପାଇଁ ବରିଷ୍ଠ ପୁଲିସ ଅଧିକାରୀଙ୍କ ସହିତ ଡିଜିଙ୍କ ସ୍ଥିତି ସମୀକ୍ଷା
ଏଥର ମୁତୟନ ହେବେ ୧୨ହଜାର ପୁଲିସ
୩୦୦୦ ହୋମ୍‌ଗାର୍ଡଙ୍କୁ ମଧ୍ୟ ରଥଯାତ୍ରା ସମୟରେ ମୁତୟନ କରାଯିବ

କଳାହାଣ୍ଡି ଆଜି ବିକାଶ ଯାତ୍ରାରେ ଆଗକୁ ବଢ଼ିଛି: ମୁଖ୍ୟମନ୍ତ୍ରୀ

0

କଳାହାଣ୍ଡି : କଳାହାଣ୍ଡିରେ ଗଡ଼ିଲା ଲକ୍ଷ୍ମୀ ବସ୍। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କଳାହାଣ୍ଡି ଜିଲ୍ଲାରେ ଲକ୍ଷ୍ମୀ ବସ୍ ସେବାର ଶୁଭାରମ୍ଭ କରିଛନ୍ତି। କଳାହାଣ୍ଡି ପ୍ରତିଷ୍ଠା ଦିବସରେ ଜିଲ୍ଲାବାସୀଙ୍କୁ ଶୁଭେଚ୍ଛା ଜଣାଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି ଯୋଜନାରେ ୬୩ଟି ବସ୍‌ ଚାଲିବ ଏବଂ ସବୁ ପଞ୍ଚାୟତକୁ ବସ୍‌ ଯିବ। କଳାହାଣ୍ଡି ବିଶ୍ବବିଦ୍ୟାଳୟ ପଡ଼ିଆରେ ଏହି ଯୋଜନା ଆରମ୍ଭ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଲକ୍ଷ୍ମୀ ଘରେ ଘରେ ଖୁସି ଆଣିବ ଏବଂ ବିକାଶର ଗାଡ଼ିକୁ ଆହୁରି ଜୋରରେ ଆଗକୁ ନେବ। ସାରା ରାଜ୍ୟରେ ଏହି ଯୋଜନାରେ ୧୦୦୦ଟି ବସ୍‌ ଚାଲିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲ

ଏହି ଅବସରରେ ମୁଖ୍ୟମନ୍ତ୍ରୀ କଳାହାଣ୍ଡି ବିଶ୍ବବିଦ୍ୟାଳୟକୁ ମା ମାଣିକେଶ୍ବରୀ ବିଶ୍ବବିଦ୍ୟାଳୟ ଭାବେ ନାମିତ କରିଥିଲେ।ଏ ନେଇ ଆଜି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଅନ୍ୟପଟେ କଳାହାଣ୍ଡିରେ ନବନିର୍ମିତ ସହିଦ ରେଣ୍ଡୋ ମାଝୀ ମେଡିକାଲ କଲେଜର ମଧ୍ୟ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହି ଅବସରରେ ଛାତ୍ରଛାତ୍ରୀଙ୍କ ସହିତ ଆଲୋଚନା କରିଥିଲେ ମୁଖ୍ୟମନ୍ତ୍ରୀ । ପାଠପଢ଼ା ସହିତ ସୁବିଧା ସୁଯୋଗ ସମ୍ପର୍କରେ ପଚାରି ବୁଝିଥିଲେ ମୁଖ୍ୟମନ୍ତ୍ରୀ ।

ଦୀର୍ଘ ଦୁଇ ଦଶନ୍ଧି ଧରି ଜିଲ୍ଲାବାସୀଙ୍କ ମେଡିକାଲ କଲେଜ ଆଶା ପୂରଣ ହୋଇଛି । ୯୪୮୧ କୋଟି ଟଙ୍କା ଖର୍ଚ୍ଚରେ ନିର୍ମାଣ ହୋଇଛି ଭବାନୀପାଟଣା ମେଡିକାଲ କଲେଜ ଓ ହସ୍ପିଟାଲ । ୧୦୦ ସିଟରେ ନାମଲେଖା ପାଇଁ NMC ଠାରୁ ଅନୁମତି ଦେଇଛି । ଏହି ମେଡିକାଲ କଲେଜ ଓ ହସ୍ପିଟାଲଟିର ନାମ କଳାହାଣ୍ଡି ଜିଲ୍ଲାର ମହାନ ସ୍ଵାଧୀନତା ସଂଗ୍ରାମୀ ସହିଦ ରେଣ୍ଡୋ ମାଝୀ ମେଡିକାଲ କଲେଜ ଓ ହସ୍ପିଟାଲ ରଖାଯାଇଛି ।

କଳାହାଣ୍ଡିର ବିକାଶ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ରୂପାନ୍ତର କ୍ଷେତ୍ରରେ କଳାହାଣ୍ଡି ଆମର ଏକ ମଡେଲ। ଶିକ୍ଷା ,ସ୍ୱାସ୍ଥ୍ୟ ଯୋଗାଯୋଗ, ଭିତ୍ତିଭୂମି ଶିଳ୍ପ କୃଷି ସବୁ କ୍ଷେତ୍ରରେ ଉନ୍ନତି କଳାହାଣ୍ଡିବାସୀଙ୍କ  ସ୍ବପ୍ନକୁ ସାକାର କରିଛି। କଳାହାଣ୍ଡି ଆଜି ନିଜ ଇତିହାସକୁ ପରିବର୍ତ୍ତନ କରିଛି। ସଫଳତାର ନୂଆ କାହାଣୀ ଯୋଡ଼ିଛି। ବିକାଶର ଯାତ୍ରାରେ ଆଗକୁ ବଢ଼ିଛି। ସାରା ଦେଶକୁ ଆଜି କଳାହାଣ୍ଡି ଚାଉଳ ଦେଉଛି ବୋଲି ସେ କହିଥିଲେ।

ଇନ୍ଦ୍ରାବତୀ ପ୍ରୋଜେକ୍ଟ କଳାହାଣ୍ଡି ବିକାଶର ଇଞ୍ଜିନ ବୋଲି ମତଦେଇ ସେ କହିଥିଲେ ଯେ ଏହି ପ୍ରୋଜେକ୍ଟ କଳାହାଣ୍ଡିର ଚେହେରାକୁ ଉଜ୍ଜଳ କରିଛି। ଖୁବ୍ ଶୀଘ୍ର ଏଠାରେ ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଆରମ୍ଭ ହେବ। ସବୁ ପଞ୍ଚାୟତକୁ ମିଳିବ ପଚାଶ ଲକ୍ଷ ଟଙ୍କା। ଆମ ସଂସ୍କୃତି ଓ ଆଧୁନିକ ଭିତ୍ତିଭୂମି ପାଇଁ ଏହି ଟଙ୍କା ଖର୍ଚ୍ଚ ହେବ ବୋଲି ସେ କହିଥିଲେ। ସମସ୍ତଙ୍କ ସହଯୋଗରେ ଆଗାମୀ ଦିନରେ କଳାହାଣ୍ଡିର ବିକାଶ ଯାତ୍ରା ଆହୁରି ଆଗକୁ ଯିବ ବୋଲି ସେ ମତ ଦେଇଥିଲେ। ଏହି କାର୍ଯ୍ୟକ୍ରମରେ ୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ ଉପସ୍ଥିତ ଥିଲେ।

Leave A Reply

Your email address will not be published.