ପ୍ରମୁଖ ଖବର

ଲୋକସେବା ଭବନରେ ରିଲ୍ସ କଲେ ନିଆଯିବ କଡା କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ
ଖଣ୍ଡଗିରି ମାଘ ମେଳାରେ ଲାଗିବ ୧୦୦ଟି ସିସିଟିଭି, ହେବନି ଅଶ୍ଳୀଳ ନୃତ୍ୟ
ବସ୍ ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା: ୩ ମୃତ
ପୂର୍ବତନ କଂଗ୍ରେସ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କ ପରଲୋକ
ବୋଲେରୋ-ସ୍କୁଟି ଧକ୍କାରେ ନାବାଳକ ମୃତ: ୪ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପ୍ରତାପ ଓ ସଞ୍ଜୟଙ୍କୁ ଜିଲ୍ଲା ପର୍ଯ୍ୟବେକ୍ଷକ ଦାୟିତ୍ବ

0

ଭୁବନେଶ୍ବର: ବିଧାୟକ ପ୍ରତାପ ଜେନା ଓ ବ୍ରହ୍ମଗିରିର ପୂର୍ବତନ ବିଧାୟକ ସଞ୍ଜୟ ଦାସବର୍ମାଙ୍କୁ ଆଜି ଦଳ ପକ୍ଷରୁ ଜିଲ୍ଲା ବଡ ଦାୟିତ୍ବ ଦିଆଯାଇଛି। ଉଭୟ ନେତାଙ୍କୁ ପର୍ଯ୍ୟବେକ୍ଷକ ଭାବେ ଦାୟିତ୍ୱ ଦେଇଛନ୍ତି ଦଳର ସଭାପତି ନବୀନ ପଟ୍ଟନାୟକ । ପ୍ରତାପ ଜେନାଙ୍କୁ କେନ୍ଦ୍ରାପଡା ଓ ସଞ୍ଜୟ ଦାସବର୍ମାଙ୍କୁ ଭଦ୍ରକ ଜିଲ୍ଲାର ପର୍ଯ୍ୟବେକ୍ଷକ ଭାବେ ଦାୟିତ୍ୱ ମିଳିଛି । ପୂର୍ବରୁ ପ୍ରମିଳା ମଲ୍ଲିକ କେନ୍ଦ୍ରାପଡା ଜିଲ୍ଲାର ପର୍ଯ୍ୟବେକ୍ଷକ ଥିଲେ । ତେବେ ବାଚସ୍ପତି ଭାବେ ପ୍ରମିଳା ଶପଥ ନେବା ପରେ ପ୍ରତାପଙ୍କୁ ଏହି ଗୁରୁଦାୟିତ୍ୱ ଦେଇଛି ଦଳ ।

ଅନ୍ୟପଟେ ଦୀର୍ଘଦିନ ପରେ ସାଙ୍ଗଠନିକ ଦାୟିତ୍ୱକୁ ଫେରିଛନ୍ତି ସଞ୍ଜୟ ଦାସବର୍ମା । ପୂର୍ବରୁ ସଞ୍ଜୟ ଦଳୀୟ ମୁଖ୍ୟାଳୟର ସାଧାରଣ ସମ୍ପାଦକ ଦାୟିତ୍ୱ ପାଇଥିଲେ।  ନୂଆ ଦାୟିତ୍ୱ ପାଇବା ପରେ ସଞ୍ଜୟ କହିଛନ୍ତି, ପୂର୍ବରୁ ଦଳର ସଭାପତି ନବୀନ ପଟ୍ଟନାୟକ ଯେଉଁ ଦାୟିତ୍ୱ ଦେଇଛନ୍ତି ତାହାକୁ ନିଷ୍ଠା ଓ ଆନ୍ତରିକତାର ସହ ନିର୍ବାହ କରିଛି । ଏବେ ଯେଉଁ ଦାୟିତ୍ୱ ମିଳିଛି ତାହାକୁ ପୂର୍ବ ଭଳି ମୋର ସାଧ୍ୟମତେ ନିର୍ବାହ କରିବି । ମୋ ଉପରେ ଭରସା ଓ ବିଶ୍ୱାସ ସହ ଆସ୍ଥା ପ୍ରକଟ କରିଥିବାରୁ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କୁ କୃତଜ୍ଞତା ଜଣାଇଛନ୍ତି ସଞ୍ଜୟ ।

Leave A Reply

Your email address will not be published.