ପ୍ରମୁଖ ଖବର

ଓଡିଶା, ଗୁଜୁରାଟ, ସୌରାଷ୍ଟ୍ର, ପଶ୍ଚିମ ମଧ୍ୟପ୍ରଦେଶ, ମଧ୍ୟ ମହାରାଷ୍ଟ୍ର ଏବଂ କୋଙ୍କନ ଅତ୍ୟନ୍ତ ଭାରି ବର୍ଷା ସମ୍ଭାବନା
୨୦ସେମିରୁ ଅଧିକ ବର୍ଷା ସମ୍ଭାବନା ନେଇ ରେଡ ଓ୍ବାର୍ଣ୍ଣିଂ ଜାରି
ସକ୍ରିୟ ସ୍ପଷ୍ଟ-ଚିହ୍ନିତ ଲଘୁଚାପ କ୍ଷେତ୍ର ପ୍ରଭାବରେ କରାଯାଇଛି ବଡ଼ ବର୍ଷାର ପୂର୍ବାନୁମାନ
୮ ଯାଏଁ ବର୍ଷା: ୯ ଜିଲ୍ଲାକୁ ରେଡ୍‌ ଆଲର୍ଟ, ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାକୁ ବିପଦ
ଓମ୍‌ସା ସହିତ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବୈଠକ ପରେ ନିଷ୍ପତ୍ତି; ଡାକ୍ତର ଆନ୍ଦୋଳନ ସ୍ଥଗିତ
ଭୁବନେଶ୍ୱର ବାଣୀବିହାର ଅଞ୍ଚଳରେ ଡ୍ରେନ୍‌ରେ ଭାସି ଯାଇ ଯୁବକ ନିଖୋଜ
ଚଳଚ୍ଚିତ୍ର ଓ ଓଟିଟି କଣ୍ଟେଣ୍ଟ ପାଇରେସି ଉପରେ କଟକଣା ଲଗାଇବାକୁ ଟେଲିଗ୍ରାମକୁ ନିର୍ଦ୍ଦେଶ
ମମତାଙ୍କୁ ଝଟକା: ବରିଷ୍ଠ ନେତ୍ରୀ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ ତୃଣମୂଳର ରାଜ୍ୟ ସଭାପତି ପଦ ସମେତ ଦଳର ସମସ୍ତ ପଦବୀରୁ ଦେଲେ ଇସ୍ତଫା
ଅଧିକ ଦାମ ନେଲେ ଫାର୍ମା କମ୍ପାନୀଙ୍କ ବିରୋଧରେ କଡ଼ା ଆକ୍ସନ
ଥାନା କ୍ୱାର୍ଟର୍ସରୁ ମହିଳା ଆଇଆଇସିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ସେ ଆତ୍ମହତ୍ୟା କରିଥିବା ସୂଚନା ମିଳୁଛି
ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି
ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଡିଏମକେ ବିଧାୟକ ଅନିତା ରାଧାକୃଷ୍ଣନ ଗିରଫ
ରାଜଧାନୀ ବୁଦ୍ଧବିହାର ରାସ୍ତାରେ ଗୋଷ୍ଠୀ ସଂଘର୍ଷ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ
୧୦ ଅଭିଯୁକ୍ତଙ୍କୁ ଗିରଫ କଲା କମିସନରେଟ୍ ପୁଲିସ
ଶୁକ୍ରବାର ରାତିରେ ଖଣ୍ଡା, ଭୁଜାଲି ବୁଲାଇବା ସହ ଟେକାପଥର ଫିଙ୍ଗାଫିଙ୍ଗି ହୋଇଥିଲେ
ରଥଯାତ୍ରାଙ୍କୁ ଶୃଙ୍ଖଳିତ କରିବା ପାଇଁ ବରିଷ୍ଠ ପୁଲିସ ଅଧିକାରୀଙ୍କ ସହିତ ଡିଜିଙ୍କ ସ୍ଥିତି ସମୀକ୍ଷା
ଏଥର ମୁତୟନ ହେବେ ୧୨ହଜାର ପୁଲିସ
୩୦୦୦ ହୋମ୍‌ଗାର୍ଡଙ୍କୁ ମଧ୍ୟ ରଥଯାତ୍ରା ସମୟରେ ମୁତୟନ କରାଯିବ

ପ୍ରମୋଦଙ୍କୁ ୨ କୋଟି ଓ ସୌନ୍ଦର୍ଯ୍ୟଙ୍କୁ ଦେଢ଼ କୋଟିର ଚେକ୍ ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ବର: ଏସିଆନ ପାରା ଗେମ୍ସରେ ପଦକ ଜିତି ଥିବା ପ୍ରମୋଦ ଭଗତ ଓ ସୌନ୍ଦର୍ଯ୍ୟ କୁମାର ପ୍ରଧାନଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସମ୍ବର୍ଦ୍ଧିତ କରିଛନ୍ତି। ତା’ ସହିତ ଉଭୟଙ୍କୁ ପୁରସ୍କାର ସ୍ୱରୂପ ପୂର୍ବରୁ ଘୋଷଣା କରିଥିବା ଅର୍ଥ ରାଶି ପ୍ରଦାନ କରିଛନ୍ତି। ପ୍ରମୋଦ ଭଗତଙ୍କୁ ୨ କୋଟି ଓ ସୌନ୍ଦର୍ଯ୍ୟଙ୍କୁ ଦେଢ଼ କୋଟିର ଚେକ୍ ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ। ପ୍ରମୋଦ ଭଗତ ବ୍ୟାଡମିଣ୍ଟନରେ ତିନିଟି ପଦକ ଜିତିଥିଲେ। ତା’ ମଧ୍ୟରେ ଥିଲା ଗୋଟିଏ ସ୍ୱର୍ଣ୍ଣ ପଦକ ଓ ଦୁଇଟି ବ୍ରୋଞ୍ଜ ପଦକ। ପୁରୁଷ ଏକକ ଏସ୍‌ଏଲ୍‌ ୩ ବର୍ଗରେ ସେ ସ୍ୱର୍ଣ୍ଣ ପଦକ ଜିତିଥିବା ବେଳେ ଏସ୍‌ଏଲ୍‌୩-ଏସ୍‌ଏଲ୍‌୪ ପୁରୁଷ ଡବଲ୍ସ ଓ ଏସ୍‌ଏଲ୍‌୩-ଏସ୍‌ୟୁ୫ ମିକ୍ସଡ ଡବଲ୍ସରେ ବ୍ରୋଞ୍ଜ ପଦକ ଜିତିଥିଲେ।

ସେହିପରି ଚେସ୍‌ରେ ସୌନ୍ଦର୍ଯ୍ୟ କୁମାର ପ୍ରଧାନ ଗୋଟିଏ ସ୍ୱର୍ଣ୍ଣ ଓ ଗୋଟିଏ ରୌପ୍ୟ ପଦକ ଜିତିଥିଲେ। ଟିମ୍ ରାପିଡ୍ ଭି୧ ବି୧ ବର୍ଗରେ ସେ ସ୍ୱର୍ଣ୍ଣ ପଦକ ଜିତିଥିବା ବେଳେ ପୁରୁଷ ଇଣ୍ଡିଭିଜୁଆଲ ରାପିଡ୍ ଭି୧ବି୧ରେ ରୌପ୍ୟ ପଦକ ଜିତ

ପ୍ରମୋଦ ଓ ସୌନ୍ଦର୍ଯ୍ୟଙ୍କୁ ଏହି ସଫଳତା ପାଇଁ ମୁଖ୍ୟମନ୍ତ୍ରୀ ଅଭିନନ୍ଦନ ଜଣାଇବା ସହିତ କହିଥିଲେ ଯେ ଏହି ଦୁଇ ପାରା ଆଥ୍‌ଲେଟଙ୍କୁ ସମ୍ବର୍ଦ୍ଧିତ କରି ସେ ଗର୍ବ ଅନୁଭବ କରୁଛନ୍ତି। ସେମାନେ ରାଜ୍ୟ ପାଇଁ ଗୌରବ ଆଣିଛନ୍ତି। ସେମାନଙ୍କ ସଫଳତା ଅନ୍ୟମାନଙ୍କ ପାଇଁ ପ୍ରେରଣାର ଉତ୍ସ। ଆଗକୁ ମଧ୍ୟ ଉଭୟଙ୍କୁ ସମସ୍ତ ପ୍ରକାର ସାହାଯ୍ୟ ସହଯୋଗ ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଅନ୍ୟପକ୍ଷରେ ଖେଳରେ ଆଗକୁ ଯିବା ପାଇଁ ସମର୍ଥନ ଓ ପ୍ରୋତ୍ସାହନ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଛନ୍ତି ପ୍ରମୋଦ ଭଗତ ଓ ସୌନ୍ଦର୍ଯ୍ୟ କୁମାର ପ୍ରଧାନ।

Leave A Reply

Your email address will not be published.