ପ୍ରମୁଖ ଖବର

କଂଗ୍ରେସ ନିଜ ବିଫଳତା ପାଇଁ ଦେଶକୁ ବଦନାମ କରୁଛି : ମୋଦୀ
ସଡ଼କ ଦୁର୍ଘଟଣାରେ ଓଡ଼ିଶାର ଦୁଇ ପ୍ରତିଭାବାନ ଯୁବ ଆଥଲେଟ୍‌ଙ୍କ ମୃତ୍ୟୁ
ଡ୍ରାଇଭିଂ ଲାଇସେନ୍ସ ପାଇଁ ୭୫% ନମ୍ବର ବାଧ୍ୟତାମୂଳକ କରିବାକୁ ପ୍ରସ୍ତାବ
ସାଉଦି ଏୟାରପୋର୍ଟରେ ମିସାଇଲ ମାଡ଼, ଜଣେ ଭାରତୀୟଙ୍କ ସମେତ ୨ ମୃତ
ଛତିଶଗଡ଼ରେ ଭୟଙ୍କର ବସ୍‌ ଦୁର୍ଘଟଣା, ୬ ମୃତ; ୩୦ରୁ ଅଧିକ ଆହତ
ଏସିଆନ୍ ପାରା ଗେମ୍ସରେ ଚମକିଲେ ଓଡ଼ିଆ ଝିଅ ଜୟନ୍ତୀ, ଜିତିଲେ ରୌପ୍ୟ
ଏବେ ଟ୍ରେନ୍‌ରେ ବସି ଅର୍ଡର କରିପାରିବେ ଆବଶ୍ୟକ ସାମଗ୍ରୀ, ବ୍ଲିଙ୍କିଟ୍‌ ସହ ରେଳବାଇର ସହଭାଗିତା
ଉତ୍ତରପ୍ରଦେଶରେ ଭାଜପାକୁ ଝଟ୍‌କା, ଦଳ ଛାଡ଼ିଲେ ପୂର୍ବତନ ବିଧାୟକ

ଫିଲ୍ମ ପ୍ରଯୋଜକ ସଞ୍ଜୟ ନାୟକ ଗିରଫ

0

ଭୁବନେଶ୍ବର: ଓଡ଼ିଆ ଟିଭି ଚ୍ୟାନେଲ୍‌ର ଜଣେ କାର୍ଯ୍ୟରତ ସାମ୍ବାଦିକା ଦେବସ୍ମିତାଙ୍କୁ ଶୁକ୍ରବାର ଦିନ ମାଡ଼ମାରିବା ମାମଲାରେ ଶନିବାର କମିସନରେଟ୍‌ ପୁଲିସ ଫିଲ୍ମ ପ୍ରଯୋଜକ ସଞ୍ଜୟ ନାୟକ (ଟୁଟୁ)ଙ୍କୁ ଗିରଫ କରିଛି। ଗିରଫ ପୂର୍ବରୁ ଖାରବେଳ ନଗର ଥାନା ପୁଲିସ ଟୁଟୁ ନାୟକଙ୍କୁ ତାଙ୍କର ଭୁବନେଶ୍ବର ଘରୁ ଉଠାଇ ଆଣି ଦୀର୍ଘ ସମୟ ପର୍ଯ୍ୟନ୍ତ ପଚରାଉଚରା କରିଥିଲା। ଏନେଇ ସୂଚନା ଦେଇଛନ୍ତି ଭୁବନେଶ୍ବର ଡିସିପି ପ୍ରତୀକ ସିଂହ ।

ସୂଚନାଯୋଗ୍ୟ ଯେ, ଶୁକ୍ରବାର ପ୍ରଥା ଫିଲ୍ମର ପ୍ରିମିୟର ସମୟରେ ଓଡିଆ ଫିଲ୍ମ ପ୍ରଯୋଜକ ଟୁଟୁ ନାୟକ ଜଣେ ମହିଳା ସାମ୍ବାଦିକାଙ୍କୁ ମାଡ ମାରିଥିବା ଅଭିଯୋଗ ହେଇଥିଲା । ଏନେଇ ମହିଳା ସାମ୍ବାଦିକା ଜଣକ ଥାନାରେ ଅଭିଯୋଗ ମଧ୍ୟ କରିଥିଲେ । ତେବେ ଅଭିଯୋଗ ପରେ ଥାନାରେ ହାଜର ହୋଇଥିଲେ ପ୍ରଯୋଜକ ଟୁଟୁ ନାୟକ । ଏହାପରେ ଥାନାରେ ତାଙ୍କୁ ପଚରାଉଚରା କରିବା ପରେ ତାଙ୍କୁ ଗିରଫ କରାଯାଇଛି । ଟୁଟୁ ନାୟକ ମାଡ଼ ମାରିବା ଘଟଣାକୁ ସାରା ଓଡ଼ିଶାରେ ନିନ୍ଦା କରାଯାଇଥିବାବେଳେ ସାମ୍ବାଦିକ ସଂଘ ପକ୍ଷରୁ ତାଙ୍କୁ ଗିରଫ କରାଯିବା ନେଇ ଦାବି କରାଯାଇଥିଲା ।

Leave A Reply

Your email address will not be published.