ପ୍ରମୁଖ ଖବର

ପିକନିକ ହେଲା କାଳ: ଦିଭେଗାର ସମୁଦ୍ରରେ ବୁଡି ୮ ଛାତ୍ର ମୃତ
ଦେଶରେ ଆଉ ୫୦ ଲକ୍ଷ ଘରକୁ ପିଏନଜି, ଆରମ୍ଭ ହେଲା ‘ନ୍ୟାସନାଲ ପିଏନଜି ଡ୍ରାଇଭ୍‌ ୩.୦’
ଟ୍ରକ୍‌ ବନ୍ଧକ ରଖି ପୁଅକୁ ପଠାଇଲେ, କାନାଡାରେ ସ୍ୱର୍ଣ୍ଣ ଜିତିଲେ ମହେଶ
ପିୟୁସିସି ନଥିଲେ ପେଟ୍ରୋଲ-ଡିଜେଲ ମନା, ଦିଲ୍ଲୀରେ ଲାଗୁ ହେଲା କଡ଼ା ନିୟମ
୧.୦୩ କୋଟିର ଚୀନ୍ ଡ୍ରୋନ୍ ଜବତ, ୩ ଯାତ୍ରୀ ଅଟକ

ଫିଲ୍ମ ପ୍ରଯୋଜକ ସଞ୍ଜୟ ନାୟକ ଗିରଫ

0

ଭୁବନେଶ୍ବର: ଓଡ଼ିଆ ଟିଭି ଚ୍ୟାନେଲ୍‌ର ଜଣେ କାର୍ଯ୍ୟରତ ସାମ୍ବାଦିକା ଦେବସ୍ମିତାଙ୍କୁ ଶୁକ୍ରବାର ଦିନ ମାଡ଼ମାରିବା ମାମଲାରେ ଶନିବାର କମିସନରେଟ୍‌ ପୁଲିସ ଫିଲ୍ମ ପ୍ରଯୋଜକ ସଞ୍ଜୟ ନାୟକ (ଟୁଟୁ)ଙ୍କୁ ଗିରଫ କରିଛି। ଗିରଫ ପୂର୍ବରୁ ଖାରବେଳ ନଗର ଥାନା ପୁଲିସ ଟୁଟୁ ନାୟକଙ୍କୁ ତାଙ୍କର ଭୁବନେଶ୍ବର ଘରୁ ଉଠାଇ ଆଣି ଦୀର୍ଘ ସମୟ ପର୍ଯ୍ୟନ୍ତ ପଚରାଉଚରା କରିଥିଲା। ଏନେଇ ସୂଚନା ଦେଇଛନ୍ତି ଭୁବନେଶ୍ବର ଡିସିପି ପ୍ରତୀକ ସିଂହ ।

ସୂଚନାଯୋଗ୍ୟ ଯେ, ଶୁକ୍ରବାର ପ୍ରଥା ଫିଲ୍ମର ପ୍ରିମିୟର ସମୟରେ ଓଡିଆ ଫିଲ୍ମ ପ୍ରଯୋଜକ ଟୁଟୁ ନାୟକ ଜଣେ ମହିଳା ସାମ୍ବାଦିକାଙ୍କୁ ମାଡ ମାରିଥିବା ଅଭିଯୋଗ ହେଇଥିଲା । ଏନେଇ ମହିଳା ସାମ୍ବାଦିକା ଜଣକ ଥାନାରେ ଅଭିଯୋଗ ମଧ୍ୟ କରିଥିଲେ । ତେବେ ଅଭିଯୋଗ ପରେ ଥାନାରେ ହାଜର ହୋଇଥିଲେ ପ୍ରଯୋଜକ ଟୁଟୁ ନାୟକ । ଏହାପରେ ଥାନାରେ ତାଙ୍କୁ ପଚରାଉଚରା କରିବା ପରେ ତାଙ୍କୁ ଗିରଫ କରାଯାଇଛି । ଟୁଟୁ ନାୟକ ମାଡ଼ ମାରିବା ଘଟଣାକୁ ସାରା ଓଡ଼ିଶାରେ ନିନ୍ଦା କରାଯାଇଥିବାବେଳେ ସାମ୍ବାଦିକ ସଂଘ ପକ୍ଷରୁ ତାଙ୍କୁ ଗିରଫ କରାଯିବା ନେଇ ଦାବି କରାଯାଇଥିଲା ।

Leave A Reply

Your email address will not be published.