ପ୍ରମୁଖ ଖବର

ପିକନିକ ହେଲା କାଳ: ଦିଭେଗାର ସମୁଦ୍ରରେ ବୁଡି ୮ ଛାତ୍ର ମୃତ
ଦେଶରେ ଆଉ ୫୦ ଲକ୍ଷ ଘରକୁ ପିଏନଜି, ଆରମ୍ଭ ହେଲା ‘ନ୍ୟାସନାଲ ପିଏନଜି ଡ୍ରାଇଭ୍‌ ୩.୦’
ଟ୍ରକ୍‌ ବନ୍ଧକ ରଖି ପୁଅକୁ ପଠାଇଲେ, କାନାଡାରେ ସ୍ୱର୍ଣ୍ଣ ଜିତିଲେ ମହେଶ
ପିୟୁସିସି ନଥିଲେ ପେଟ୍ରୋଲ-ଡିଜେଲ ମନା, ଦିଲ୍ଲୀରେ ଲାଗୁ ହେଲା କଡ଼ା ନିୟମ
୧.୦୩ କୋଟିର ଚୀନ୍ ଡ୍ରୋନ୍ ଜବତ, ୩ ଯାତ୍ରୀ ଅଟକ

ନୂଆବର୍ଷ ପୂର୍ବରୁ କାର୍ଯ୍ଯକରିବ ନୂଆ ଟର୍ମିନାଲ

0

ଭୁବନେଶ୍ବର: ବିଜୁ ପଟ୍ଟନାୟକ ଅନ୍ତର୍ଜତୀୟ ବିମାନ ବନ୍ଦର ପାଇଛି ନୂଆ ରୂପ। ନୂଆବର୍ଷ ପୂର୍ବରୁ କାର୍ଯ୍ଯକରିବ ନୂଆ ଟର୍ମିନାଲ ଲିଙ୍କ ବିଲଡିଂ । ସିକ୍ୟୁରିଟି କ୍ଲିୟରାନ୍ସ ପାଇଁ ଆବେଦନ କରିଛନ୍ତି ବିମାନ ବନ୍ଦର କର୍ତ୍ତୃପକ୍ଷ । କ୍ଲିୟରାନ୍ସ ମିଳିବା ପରେ ପ୍ରସ୍ତୁତ ହେବ ଏସଓପି । ସମସ୍ତ ଷ୍ଟେକହୋଲ୍ଡରଙ୍କ ସହ ଆଲୋଚନା ପରେ କାମ କରିବ ଟର୍ମିନାଲ ।

ସିଆଇଏସଏଫ, କଷ୍ଟମ, ଏୟାରଲାଇନ୍ସ, ଇମିଗ୍ରେସନ ସହ କରାଯିବ ବୈଠକ । ବର୍ତ୍ତମାନ ବିମାନ ବନ୍ଦର ନୂଆ ଟର୍ମିନାଲ ଲିଙ୍କ ବିଲ୍ଡିଂ କାମ ଶେଷ ହୋଇଛି । ଖୁବଶୀଘ୍ର ସୁରଟ, ଡେରାଡୁନ, ଚଣ୍ଡିଗଡ, ଜମ୍ମୁକୁ ଉଡିବ ନୂଆ ବିମାନ । ଏନେଇ ଆରମ୍ଭ ହୋଇଛି ପ୍ରକ୍ରିୟା । ସୁରଟ ପାଇଁ ସ୍ଲଟ ଦେବାକୁ ଏୟାରଲାଇନ୍ସକୁ କୁହାଯାଉଛି । ବର୍ତ୍ତମାନ ସୁଦ୍ଧା ୨୧ଟି ସହରକୁ ଭୁବନେଶ୍ବର ବିମାନ ବନ୍ଦର ସଂଯୋଗ କରିଛି ବୋଲି ସୂଚନା ଦେଇଛନ୍ତି ମିନା ବନ୍ଦର କର୍ତ୍ତୃପକ୍ଷ ।

Leave A Reply

Your email address will not be published.