ପ୍ରମୁଖ ଖବର

ଭୁବନେଶ୍ୱର ସ୍ଥିତ ଲାଇଫ୍ ହୋଟେଲରେ ‘ଗୋ-ହୋମଷ୍ଟେ’ ପୋର୍ଟାଲର ଶୁଭାରମ୍ଭ
ଇଂଲଣ୍ଡକୁ ପରାସ୍ତ କରି ଫାଇନାଲ୍ ରେ ଭାରତ
ପଶ୍ଚିମବଙ୍ଗ ରାଜ୍ୟପାଳ ସିଭି ଆନନ୍ଦ ବୋଷ ଗୁରୁବାର ସନ୍ଧ୍ୟାରେ ନୂଆଦିଲ୍ଲୀରେ ତାଙ୍କ ପଦବୀରୁ ଇସ୍ତଫା ଦେଇଛନ୍ତି
ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି
ରାଜ୍ୟସଭା ଆସନ ପାଇଁ ନାମାଙ୍କନ ଭରିଲେ ସ୍ଵାଧୀନ ପ୍ରାର୍ଥୀ ଦିଲ୍ଲୀପ ରାୟ
ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ସୁରେଶ ପୂଜାରୀ

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କଲେ ଭି.କେ ପାଣ୍ଡିଆନ

0

ପୁରୀ: ପୁରୀରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ କେମିତି ଚାଲିଛି ସେ ନେଇ ଗ୍ରାଉଣ୍ଡକୁ ଯାଇ ସମୀକ୍ଷା କରିଛନ୍ତି ୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଭି.କେ ପାଣ୍ଡିଆନ । ଆଜି ଭୋରୁ ପୁରୀ ଗସ୍ତ କରି ପ୍ରଥମେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଥିଲେ । ପରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଥିଲେ । ପରିକ୍ରମା ପ୍ରକଳ୍ପ କାମ ତ୍ଵରାନ୍ଵିତ ଡିସେମ୍ବର ୧୫ ସୁଦ୍ଧା ସମ୍ପୂର୍ଣ୍ଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ୫-ଟି ଅଧ୍ୟକ୍ଷ ।

ସେହିପରି ଶ୍ରୀକ୍ଷେତ୍ରରେ ଥିବା ବିଭିନ୍ନ ମଠର ପୁନରୁଦ୍ଧାର କାମ ତ୍ବରାନ୍ୱିତ କରିବା ପାଇଁ୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ନିର୍ଦ୍ଦେଶ ଦେଇଛନ୍ତି । ପୁନରୁଦ୍ଧାର ସମୟରେ ମଠର ଇତିହାସ ଓ ପରମ୍ପରାକୁ ଗୁରୁତ୍ଵ ଦେଇ ସମସ୍ତ ଭାଗୀଦାର ମାନଙ୍କ ସହଯୋଗରେ କାମ କରିବାକୁ ପରାମର୍ଶ ଦେଇଛନ୍ତି ଭି.କେ ପାଣ୍ଡିଆନ୍ । ପରିକ୍ରମା ପ୍ରକଳ୍ପ ଲ୍ୟାଣ୍ଡସ୍କାପିଂ କାମରେ ଜଗନ୍ନାଥ ସଂସ୍କୃତି ସହ ଜଡିତ ବିଭିନ୍ନ ଦେଶୀୟ ବୃକ୍ଷ ଓ ଗୁଳ୍ମ ଲଗାଇବାକୁ ମଧ୍ୟ ପରାମର୍ଶ ଦେଇଛନ୍ତି । ଏହାଛଡ଼ା ମେଘନାଦ ପାଚେରୀ ନିକଟରେ ମନ୍ଦିରର କ୍ଷୁଦ୍ର ପ୍ରତିକୃତି ନିର୍ମାଣ କରିବାକୁ ପରାମର୍ଶ ଦେଇଛନ୍ତି ।

ମହାପ୍ରଭୁଙ୍କ ଦର୍ଶନ ପାଇଁ ଆସୁଥିବା ଯାତ୍ରୀମାନେ ଯେପରି ବିନା ବାଧାରେ ମନ୍ଦିରରେ ପହଞ୍ଚି ପାରିବେ, ସେଥିପାଇଁ ମନ୍ଦିରକୁ ସଂଯୁକ୍ତ କରୁଥିବା ରାସ୍ତାକୁ ଅବରୋଧ ମୁକ୍ତ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି । ସେହିପରି ସ୍ଥାନୀୟ ଲୋକ ତଥା ସେବାୟତଙ୍କ ସୁବିଧା ପାଇଁ ଦୁଇ ଚକିଆ ଗାଡିର ପାର୍କିଂ ପାଇଁ ପର୍ଯ୍ୟାପ୍ତ ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ୫-ଟି ଅଧ୍ୟକ୍ଷ । ମେଘନାଦ ପାଚେରୀ ପାଖରୁ ଅସ୍ଥାୟୀ ନିର୍ମାଣକୁ ସ୍ଥାନାନ୍ତର, ପରିକ୍ରମା ପ୍ରକଳ୍ପର ବିଦ୍ୟୁତ୍ ବ୍ୟବସ୍ଥା କାମ ନିର୍ଦ୍ଧାରିତ ସମୟରେ ଶେଷ କରିବା ଉପରେ ଗୁରୁତ୍ଵ ଦେଇଛନ୍ତି ଭି.କେ ପାଣ୍ଡିଆନ୍ ।

ଜଗନ୍ନାଥ ବଲ୍ଲଭ ପାର୍କିଂ କାମ ସହ ଯାତ୍ରୀଙ୍କ ପାଇଁ କରାଯାଉଥିବା ବିଭିନ୍ନ ସୁବିଧାର ବିକାଶ, ପ୍ରମୋଦ ଉଦ୍ୟାନ ଓ ଶ୍ରୀସେତୁ କାମର ଅଗ୍ରଗତିର ସମୀକ୍ଷା କରିବା ସହ ନିର୍ଦ୍ଧାରିତ ସମୟ ମଧ୍ୟ କାମ ଶେଷ କରିବାକୁ ନିର୍ଦ୍ଦେଶ ଦେଇଥିଲେ ଭି.କେ ପାଣ୍ଡିଆନ୍ । ଏଥିପାଇଁ ଅଧିକ ଲୋକ ନିୟୋଜିତ କରିବାକୁ କହିଥିଲେ୫-ଟି ଓ ନବୀନ ଓଡିଶା ଅଧ୍ୟକ୍ଷ । ପୁରୀରେ ବିକାଶ କାର୍ଯ୍ୟର ସମୀକ୍ଷା ବେଳେ ଉପସ୍ଥିତ ଥିଲେ ବିଜେଡି ସାଙ୍ଗଠନିକ ସମ୍ପାଦକ ତଥା ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସ, ପୁରୀ ଜିଲ୍ଲାପାଳ, ଏସପି ଏବଂ ଓବିସିସି ଅଧିକାରୀ ।

Leave A Reply

Your email address will not be published.