ପ୍ରମୁଖ ଖବର

ସ୍ବର୍ଗତଃ ମନ୍ତ୍ରୀ ନବ ଦାସଙ୍କ ପୁଅ ବିଶାଳ ଦାସଙ୍କୁ ପଚରାଉଚରା ସୂଚନା। ଆୟକର ବିଭାଗର ପଚରାଉଚରା ସୂଚନା। ପ୍ରାୟ ୪ ଘଣ୍ଟା ଧରି ପଚରାଉଚରା କରାଯାଇଥିବା ପ୍ରାଥମିକ ସୂଚନା
।ବିଜେପିରୁ ବରିଷ୍ଠ ନେତା ବିଜୟ ମହାପାତ୍ର ବହିଷ୍କୃତ, ଦଳ ବିରୋଧୀ କାର୍ଯ୍ୟ ଓ ଅନୁଶାସନ ଭଙ୍ଗ ଅଭିଯୋଗରେ ବହିଷ୍କୃତ
ବିଜେଡି କର୍ମୀଙ୍କ ଆକ୍ରମଣ ବିଜେପି କର୍ମୀଙ୍କ ମୃତ୍ୟୁ, ୩ ଜଣ ଗୁରୁତର ଆହତ
ସ୍ଥିତି ଅଣାୟତ୍ତ ହେଉଥିବା ଦେଖି ଗଞ୍ଜାମ ଜିଲ୍ଲା ପ୍ରଶାସନ ୧୪୪ ଧାରି ଜାରି, ଗଞ୍ଜାମ ଜିଲ୍ଲାରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି
ପୁରୀରେ ସଫେଇ କର୍ମଚାରୀଙ୍କ ଉପରେ ବୋମା ମାଡ଼, ଘଟଣାରେ ଦୁଇ ଜଣ ସଫେଇ କର୍ମଚାରୀ ଆହତ

ଚିରନିଦ୍ରାରେ ପୂର୍ବତନ ବାଚସ୍ପତି ମହେଶ୍ବର ମହାନ୍ତି

0

ପୁରୀ: ବରିଷ୍ଠ ରାଜନେତା ତଥା ପୂର୍ବତନ ବାଚସ୍ପତି ମହେଶ୍ବର ମହାନ୍ତିଙ୍କ ପରଲୋକ ହୋଇଛି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଆଜି ଭୋର ୩ଟା ୨୫ରେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୬୭ ବର୍ଷ ହୋଇଥିଲା। । ଗତ ୩୧ ତାରିଖରୁ ଚିକିତ୍ସାଧୀନ ଥିଲେ ଶ୍ରୀ ମହାନ୍ତି।

ସୂଚନା ଅନୁଯାୟୀ, ହସ୍ପିଟାଲରୁ ବାହାରି ତାଙ୍କ ମରଶରୀରକୁ ପ୍ରଥମେ ଶଙ୍ଖ ଭବନ ନିଆଯାଇଛି । ଯେଉଁଠି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଓଡିଶା ରାଜନୀତିର ବହୁ ବିଶିଷ୍ଟ ନେତା ମାନେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ପରେ ସେଠାରୁ ତାଙ୍କୁ ବିଧାନସଭା ଅଭିମୁଖେ ନିଆଯାଇଥିଲା । ବିଧାନସଭାରେ ପହଞ୍ଚିବା ପରେ ତାଙ୍କୁ ଗାର୍ଡ ଅଫ୍ ଅନର ଦିଆଯାଇଛି ।

ତାଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ବହୁ ବିଶିଷ୍ଟ ରାଜନେତା। ସ୍ବର୍ଗତ ମହେଶ୍ବର ମହାନ୍ତି ଜଣେ ଲୋକ ପ୍ରିୟ ଜନ ନେତା ଭାବରେ ସୁନାମ ଅର୍ଜନ କରିଥିଲେ। ଏହାସହ ଜଣେ ଦକ୍ଷ ସଂଗଠକ ଭାବରେ ତଙ୍କର ସୁନାମ ଥିଲା। ତାଙ୍କ ବିୟୋଗ ଓଡିଶା ପାଇଁ ଏକ ବଡ କ୍ଷତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ମହେଶ୍ବର ମହାନ୍ତିଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ବିଜେଡି ସାଂସଦ ମାନସ ମଙ୍ଗରାଜ। ମହେଶ୍ବରଙ୍କ ବିୟୋଗ ପୁରୀ ଜିଲ୍ଲା ତଥା ବିଜେଡି ପାଇଁ ବଡ଼ କ୍ଷତି ବୋଲି ଟୁଇଟ୍ କରି ସୂଚନା ଦେଇଛନ୍ତି ମାନସ ମଙ୍ଗରାଜ। ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକ ସନ୍ତପ୍ତ ପରିବାର ପ୍ରତି ଗଭୀର ସମବେଦନା ଜଣାଇଛନ୍ତି ମାନସ ମଙ୍ଗରାଜ। ଦଳ ତାଙ୍କ ଅବଦାନ ଅବିସ୍ମଣୀୟ ହୋଇ ରହିବ।

ସେହିପରି ମହେଶ୍ବରଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ। ଜନସେବାରେ ତାଙ୍କର ଉତ୍ସର୍ଗୀକୃତ ଜୀବନ ଆଦର୍ଶ ଆମ ପାଇଁ ପ୍ରେରଣା ବୋଲି କହିଛନ୍ତି ପ୍ରଣବ। ତାଙ୍କ ବିୟୋଗ ଓଡ଼ିଶା ରାଜନୀତିରେ ଏକ ବିରାଟ ଶୂନ୍ୟସ୍ଥାନ ସୃଷ୍ଟି କରିଛି। ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକ ସନ୍ତପ୍ତ ପରିବାରକୁ ସମବେଦନା ଜଣାଇଛନ୍ତି ପ୍ରଣବ। ସେହିପରି ଭୁବନେଶ୍ୱର ମେୟର ସୁଲୋଚନା ଦାସ, ଓଡ଼ିଶା ବିଧାନସଭା ବାଚସ୍ପତି ପ୍ରମିଳା ମଲ୍ଲିକ, ଓଡ଼ିଶା ରାଜ୍ୟପାଳ ରଘୁବର ଦାସ, ଛତିଶଗଡ଼ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନଙ୍କ ସମେତ ଓଡ଼ିଶା ରାଜନୀତିର ବିଶିଷ୍ଟ ନେତା ମାନେ ଶୋକ ପ୍ରକାଶ କରିଛନ୍ତି।

ଉଲ୍ଲେଖଯୋଗ୍ୟ, ମହେଶ୍ୱର ଛାତ୍ର ଜୀବନରୁ ରାଜନୀତି ସହ ଜଡ଼ିତ ଥିଲେ । ୧୯୭୮ରୁ ୨୦୧୯ ମସିହା ପର୍ଯ୍ୟନ୍ତ ମହେଶ୍ୱର ନିର୍ବାଚିତ ଜନପ୍ରତିନିଧି ଭାବେ କାର୍ଯ୍ୟ କରିବାର ସୁଯୋଗ ପାଇଥିଲେ । ପୁରୀ ପୌର ପରିଷଦର ସଦସ୍ୟ ଓ ପରେ ଅଧ୍ୟକ୍ଷ ଏବଂ ୫ଥର ବିଧାୟକ ହୋଇଥିବା ମହେଶ୍ୱର ୨୦୧୯ ବିଧାନସଭା ନିର୍ବାଚନରେ ପରାଜିତ ହୋଇଥିଲେ । ତେବେ ସକ୍ରିୟ ରାଜନୀତିରୁ ସେ ଦୂରେଇ ନଯାଇ ପୁରୀରେ ବିଜେଡିର ସାଂଗଠନିକ କାର୍ଯ୍ୟ ଜାରି ରଖିଥିଲେ । ଦଳ ତାଙ୍କୁ ପୁରୀ ବିଜେଡି ସଭାପତି ଓ ପରେ ପର୍ଯ୍ୟବେକ୍ଷକ ଦାୟିତ୍ୱ ନ୍ୟସ୍ତ କରିଥିଲା ।

ରାଜ୍ୟର ଜଣେ ସଫଳ ରାଜନେତା ଭାବେ ସେ ପରିଗଣିତ ହେଉଥିଲେ। ୧୯୯୫ରୁ ମସିହାରୁ ୨୦୧୪ ପର୍ଯ୍ୟନ୍ତ ଲଗାତାର ୫ ଥର ବିଧାୟକ ନିର୍ବାଚିତ ହୋଇଥିଲେ ମହେଶ୍ବର ମହାନ୍ତି । ପ୍ରଥମେ ଜନତା ଦଳରୁ ୧୯୯୫ରେ ସେ ବିଧାୟକ ହୋଇଥିଲେ । ସେ୨୦୦୦ରୁ ୨୦୧୪ ପର୍ଯ୍ୟନ୍ତ କ୍ରମାଗତ ଭାବେ ବିଜେଡିରୁ ବିଧାୟକ ହୋଇ ପୁରୀରୁ ପ୍ରତିନିଧିତ୍ବ କରି ଆସୁଥିଲେ। ୨୦୦୪ ମସିହାରୁ ୨୦୦୮ ପର୍ଯ୍ୟନ୍ତ ବିଧାନସଭାର ବାଚସ୍ପତି ଥିଲେ । ୨୦୧୧ରୁ ୨୦୧୯ ପର୍ଯ୍ୟନ୍ତ ଅନେକ ବିଭାଗର ମନ୍ତ୍ରୀ ପଦବୀରେ ଥିଲେ ସେ। ଏହି ସମୟରେ ସେ ପଞ୍ଚାୟତିରାଜ, ରାଜସ୍ୱ, ଆଇନ, ପର୍ଯ୍ୟଟନ, ଯୋଜନା ଓ ସଂଯୋଜନା ଭଳି ପ୍ରମୁଖ ବିଭାଗର ମନ୍ତ୍ରୀ ଭାବେ ଦାୟିତ୍ବ ତୁଲାଇଥିଲେ ମହେଶ୍ବର।

ଏହା ପୂର୍ବରୁ ସେ ପୁରୀର ପୌରାଧ୍ୟକ୍ଷ ନିର୍ବାଚିତ ହୋଇଥିଲେ। ୧୯୮୫ ମସିହାରେ ମହେଶ୍ବର ମହାନ୍ତି ପୁରୀ ପୌର ନିର୍ବାଚନରେ ଭାଗ ନେଇ ରାଜନୈତିକ କ୍ୟାରିୟରରେ ପ୍ରଥମ ସଫଳତା ହାସଲ କରିଥିଲେ। ୧୯୮୫ରୁ ୧୯୯୦ ପର୍ଯ୍ୟନ୍ତ ସେ ପୁରୀର ପୌରାଧ୍ୟକ୍ଷ ଥିଲେ। ଏହାପରେ ବିଜୁ ପଟ୍ଟନାୟକଙ୍କ ମୁଖ୍ୟମନ୍ତ୍ରିତ୍ବ କାଳରେ ପୌରାଧ୍ୟକ୍ଷ ପଦ ପାଇଁ  ୧୯୯୨ ମସିହାରେ ହୋଇଥିବା ସିଧାସଳଖ ନିର୍ବାଚନରେ ସେ ଜନତା ଦଳ ପ୍ରାର୍ଥୀ ହୋଇ ବିଜୟୀ ହୋଇଥିଲେ। ସେ ସମୟରେ ଶ୍ରୀ ମହାନ୍ତି ପ୍ରାୟ ୧୮ହଜାର ଭୋଟ ପାଇଥିଲେ। ଏ ସମ୍ପର୍କରେ ଶ୍ରୀ ମହାନ୍ତି ଏକ ସାକ୍ଷାତକାରରେ କହିଥିଲେ ଯେ ସେ ୧୯୮୫-୯୦ ମସିହାରେ ପ୍ରଥମେ ପୁରୀ ପୌରାଞ୍ଚଳର ପୌରାଧ୍ୟକ୍ଷ ହୋଇଥିଲେ, ସେତେବେଳେ କାଉନ୍‌ସିଲରଙ୍କ ଦ୍ବାରା ନିର୍ବାଚିତ ହୋଇଥିଲେ। ପରେ ୧୯୯୨ ମସିହା ମାର୍ଚ୍ଚ ମାସରେ ସିଧାସଳଖ ଭୋଟରଙ୍କ ଦ୍ବାରା ନିର୍ବାଚିତ ହୋଇ ପୌରାଧ୍ୟକ୍ଷ ହୋଇଥିଲେ। ପୁରୀ ସହରର ବିକାଶ ତଥା ଜନତାଙ୍କ ସେବା କରିବାର ଇଚ୍ଛା ତାଙ୍କୁ ରାଜନୀତିକୁ ଟାଣି ଆଣିଥିଲା।

Leave A Reply

Your email address will not be published.