ପ୍ରମୁଖ ଖବର

ପେପର ଲିକ୍ ମାମଲାରେ କଠୋର ପଦକ୍ଷେପ: ଫାଷ୍ଟ ଟ୍ରାକ୍ କୋର୍ଟ ଗଠନ ଘୋଷଣା କଲେ ପ୍ରଧାନମନ୍ତ୍ରୀ
ଗଜପତି ଜିଲ୍ଲାର ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ଅଳିଆ ଗଦାରେ ପୁଳା ପୁଳା ନିରାମୟ ଔଷଧ
ମହାନଦୀ ଜଳ ବିବାଦ: ସମାଧାନ ପାଇଁ CWCକୁ ମଧ୍ୟସ୍ଥତା ନିର୍ଦ୍ଦେଶ, ଗଠନ ହେବ ଯୁଗ୍ମ କମିଟି
ଜନ୍ତର ମନ୍ତର ଅଞ୍ଚଳରେ ଇଣ୍ଟରନେଟ୍ ବନ୍ଦ, ସୁରକ୍ଷା କଡ଼ାକଡ଼ି
ସିଏମଓରୁ ଫାଇଲ ଗାଏବ ମାମଲା: ଅବସରପ୍ରାପ୍ତ ଆଇଏଏସ ଉପେନ୍ଦ୍ର ବେହେରା ଓ ରାଜେଶ ବର୍ମାଙ୍କୁ ପୁଣି ନୋଟିସ
ଦେଶରେ ବର୍ଷାର ତାଣ୍ଡବ: ୧୨୦ ମୃତ, ବନ୍ୟା-ଭୂସ୍ଖଳନରେ ଜନଜୀବନ ଅସ୍ତବ୍ୟସ୍ତ
ଶ୍ରୀମନ୍ଦିର ପାଇଁ ଆଉ ଏକ ବଡ଼ ସଫଳତା, ୫ଟି ନୂଆ ଟ୍ରେଡ୍ ମାର୍କକୁ ମିଳିଲା ଅନୁମୋଦନ
ଉତ୍ତରାଖଣ୍ଡରେ ପୁଣି ପେପର ଲିକ୍, ଦୁଇଟି ଇଞ୍ଜିନିୟରିଂ ପରୀକ୍ଷା ବାତିଲ
ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର: ୫% ବଢ଼ିଲା ମହଙ୍ଗା ଭତ୍ତା

ମେମୁ ପାସେଞ୍ଜର ଟ୍ରେନ ଲାଇନଚ୍ୟୁତ

0

ଝାରସୁଗୁଡା: ପୁଣି ଟ୍ରେନ୍ ଲାଇନଚ୍ୟୁତ। ଝାରସୁଗୁଡ଼ାରୁ ସମ୍ବଲପୁର ଆସୁଥିବା ବେଳେ ମେମୁ ଟ୍ରେନ ଲାଇନଚ୍ୟୁତ ହୋଇଛି। ଟ୍ରେନ୍‌ଟି ସରଲା ନିକଟରେ ଲାଇନଚ୍ୟୁତ ହୋଇଥିବା ଜଣାପଡ଼ିଛି। ମଇଁଷିକୁ ଧକ୍କା ଦେଇ ଲାଇନଚ୍ୟୁତ ହୋଇଥିବା ଅନୁମାନ କରାଯାଉଛି। ଟ୍ରେନର ଗୋଟିଏ ବଗି ଲାଇନଚ୍ୟୁତ ହୋଇଛି।

ନିର୍ଦ୍ଧାରିତ ସମୟ ଅନୁସାରେ ଝାରସୁଗୁଡ଼ାରୁ ଛାଡ଼ିଲା ମେମୁ ପାସେଞ୍ଜର ଟ୍ରେନ୍। ସରଲା ନିକଟରେ ଗୋଟିଏ ମଇଁଷି ଟ୍ରାକ୍‌ ଅତିକ୍ରମ କରୁଥିଲା। ସେହି ସମୟରେ ମେମୋ ଟ୍ରେନ୍‌ଟି ମଇଁଷିକୁ ଧକ୍କା ଦେଇଥିଲା। ଯାହାଫଳରେ ଗୋଟିଏ ବଗି ଲାଇନ୍‌ଚ୍ୟୁତ ହୋଇଛି। ବଗିରେ ଥିବା ସବୁ ଯାତ୍ରୀ ସୁରକ୍ଷିତ ଅଛନ୍ତି। ବର୍ତ୍ତମାନ ଉଦ୍ଧାର କାର୍ଯ୍ୟ ଚାଲିଛି। ଦୁର୍ଘଟଣା ହୋଇଥିବା ବଗିକୁ ପ୍ରଥମ ଅଲଗା କରାଯାଇଥିଲା। ତା’ପରେ ଟ୍ରେନ୍‌ଟି ସମ୍ୱଲପୁର ଅଭିମୁଖେ ଯାତ୍ରା କରିଥିବା ଜଣାପଡ଼ିଛି। ଦୁର୍ଘଟଣାରେ ମଇଁଷିର ମୃତ୍ୟୁ ଘଟିଛି। 

Leave A Reply

Your email address will not be published.