ପ୍ରମୁଖ ଖବର

ପେପର ଲିକ୍ ମାମଲାରେ କଠୋର ପଦକ୍ଷେପ: ଫାଷ୍ଟ ଟ୍ରାକ୍ କୋର୍ଟ ଗଠନ ଘୋଷଣା କଲେ ପ୍ରଧାନମନ୍ତ୍ରୀ
ଗଜପତି ଜିଲ୍ଲାର ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ଅଳିଆ ଗଦାରେ ପୁଳା ପୁଳା ନିରାମୟ ଔଷଧ
ମହାନଦୀ ଜଳ ବିବାଦ: ସମାଧାନ ପାଇଁ CWCକୁ ମଧ୍ୟସ୍ଥତା ନିର୍ଦ୍ଦେଶ, ଗଠନ ହେବ ଯୁଗ୍ମ କମିଟି
ଜନ୍ତର ମନ୍ତର ଅଞ୍ଚଳରେ ଇଣ୍ଟରନେଟ୍ ବନ୍ଦ, ସୁରକ୍ଷା କଡ଼ାକଡ଼ି
ସିଏମଓରୁ ଫାଇଲ ଗାଏବ ମାମଲା: ଅବସରପ୍ରାପ୍ତ ଆଇଏଏସ ଉପେନ୍ଦ୍ର ବେହେରା ଓ ରାଜେଶ ବର୍ମାଙ୍କୁ ପୁଣି ନୋଟିସ
ଦେଶରେ ବର୍ଷାର ତାଣ୍ଡବ: ୧୨୦ ମୃତ, ବନ୍ୟା-ଭୂସ୍ଖଳନରେ ଜନଜୀବନ ଅସ୍ତବ୍ୟସ୍ତ
ଶ୍ରୀମନ୍ଦିର ପାଇଁ ଆଉ ଏକ ବଡ଼ ସଫଳତା, ୫ଟି ନୂଆ ଟ୍ରେଡ୍ ମାର୍କକୁ ମିଳିଲା ଅନୁମୋଦନ
ଉତ୍ତରାଖଣ୍ଡରେ ପୁଣି ପେପର ଲିକ୍, ଦୁଇଟି ଇଞ୍ଜିନିୟରିଂ ପରୀକ୍ଷା ବାତିଲ
ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର: ୫% ବଢ଼ିଲା ମହଙ୍ଗା ଭତ୍ତା

ଭିଜିଲାନ୍ସ ଜାଲରେ ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜର ପ୍ରିନ୍ସପାଲ

0

ବଲାଙ୍ଗିରୀ: ବଲାଙ୍ଗିର ସରକାରୀ ଆୟୁର୍ବେଦିକ କଲେଜ ଓ ହସ୍‌ପିଟାଲର ଅଧ୍ୟକ୍ଷ ପ୍ରଫେସର ସୁଦର୍ଶନ ବେହେରାଙ୍କ ଘରେ ଭିଜିଲାନ୍ସ ରେଡ୍। ଜମା କରିଛନ୍ତି ପୁଳା ପୁଳା ସମ୍ପତ୍ତି। ଆଜି ଭିଜିଲାନ୍ସ ରେଡ୍ ବେଳେ ଏହା ସାମ୍ନାକୁ ଆସିଛି।

ମିଳିଥିବା ସୂଚନା ଅନୁଯାୟୀ, ଏଯାଏ ତାଙ୍କର ପୁରୀରେ ୧୬ଟି ପ୍ଲଟ୍ ଥିବା ଜଣାଯାଇଛି। ତାଙ୍କର ତିନିଟି ବହୁମହଲାବିଶିଷ୍ଟ ଘର, ତିନିଟି ଦାମୀ କାର୍ ଓ  ଗୋଟିଏ ବାଇକ୍ ଥିବା ମଧ୍ୟ ଜାଣିବାକୁ ପାଇଛି ଭିଜିଲାନ୍ସ। ତିନିଟି ଦାମୀ କାରର ମୂଲ୍ୟ ୩୨ ଲକ୍ଷ ଟଙ୍କା ବୋଲି ଆକଳନ କରାଯାଇଛି। ଏହାଛଡ଼ା ତାଙ୍କ ନାମରେ ୫୦ ଲକ୍ଷ ଟଙ୍କାର ସ୍ଥାୟୀ ଜମା ରହିଛି। ଏହାଛଡ଼ା କେତେ ଟଙ୍କାର ବୀମା ଓ ଅନ୍ୟ ପୁଞ୍ଜି ବିନିଯୋଗ ଉପରେ ବି ଖୋଳତାଡ଼ କରୁଛି ଭିଜିଲାନ୍ସ। ଏନେଇ ଅଧିକ ତଥ୍ୟକୁ ଅପେକ୍ଷା କରାଯାଇଛି।

ଆଜି ସକାଳୁ ବଲାଙ୍ଗୀର ଆୟୁର୍ବେଦିକ କଲେଜ ଆଣ୍ଡ ହସ୍ପିଟାଲ ଅଧ୍ୟକ୍ଷ ପ୍ରଫେସର ସୁଦର୍ଶନ ବେହେରାଙ୍କ ବଲାଙ୍ଗୀର ଅଫିସ୍ ଓ ଘର ସମେତ ୬ଟି ସ୍ଥାନରେ ଭିଜିଲାନ୍ସ ଚଢ଼ଉ କରୁଛି। ପୁରୀ ଜିଲ୍ଲାରେ ଥିବା ୪ଟି ଘରେ ଭିଜିଲାନ୍ସ ଟିମ୍ ଚଢ଼ଉ କରୁଛି। ଏଣେ ସୁଦର୍ଶନ ବେହେରାଙ୍କ ସମ୍ବଲପୁର ସ୍ଥିତ ପତ୍ନୀଙ୍କ କ୍ୱାର୍ଟର୍ସରେ ବି ଚଢ଼ଉ ଚାଲିଛି।

ଭୁବନେଶ୍ବର ଭିଜିଲାନ୍ସର ସ୍ୱତନ୍ତ୍ର ବିଚାରପତିଙ୍କ ଦ୍ବାରା ଜାରି ସର୍ଚ୍ଚ ୱାରେଣ୍ଟ୍ ର କ୍ଷମତା ବଳରେ ୮ ଜଣ ଡିଏସପି, ୬ ଇନ୍ସପେକ୍ଟର ଏବଂ ଅନ୍ୟାନ୍ୟ କର୍ମଚାରୀଙ୍କ ନେତୃତ୍ୱରେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଏକକାଳୀନ ଘର ଚଢ଼ଉ ଚାଲିଛି। ପୁରୀ ସମ୍ବଲପୁର ଏବଂ ବଲାଙ୍ଗୀର ଜିଲ୍ଲାର ନିମ୍ନଲିଖିତ ୬ଟି ସ୍ଥାନରେ ଭିଜିଲାନ୍ସ ଟିମ୍ ଚଢ଼ଉ ଜାରି ରଖିଛି। ସୁଦର୍ଶନ ବେହେରାଙ୍କ ବଲାଙ୍ଗୀରର ଅଫିସ, ପୁରୀ ଜିଲ୍ଲା ସାକ୍ଷୀଗୋପାଳ ଜୟପୁର ପୈତୃକ ଗାଁ, ସତ୍ୟବାଦୀ ଥାନା ନାହାଳ, କାଶୀହରିପୁର, ସିମିଳି ସୋରିଷିଆପଦାରେ ଥିବା ସଂପର୍କୀୟଙ୍କ ଗାଁ ସମ୍ବଲପୁର ସ୍ଥିତ ସିଆରପିଏଫ୍ କ୍ୟାମ୍ପସରେ ଥିବା ପତ୍ନୀଙ୍କ କ୍ୱାର୍ଟର୍ସରେ ଚଢ଼ଉ କରୁଛି ଭିଜିଲାନ୍ସ।

Leave A Reply

Your email address will not be published.