ପ୍ରମୁଖ ଖବର

ଭୁବନେଶ୍ୱର ସ୍ଥିତ ଲାଇଫ୍ ହୋଟେଲରେ ‘ଗୋ-ହୋମଷ୍ଟେ’ ପୋର୍ଟାଲର ଶୁଭାରମ୍ଭ
ଇଂଲଣ୍ଡକୁ ପରାସ୍ତ କରି ଫାଇନାଲ୍ ରେ ଭାରତ
ପଶ୍ଚିମବଙ୍ଗ ରାଜ୍ୟପାଳ ସିଭି ଆନନ୍ଦ ବୋଷ ଗୁରୁବାର ସନ୍ଧ୍ୟାରେ ନୂଆଦିଲ୍ଲୀରେ ତାଙ୍କ ପଦବୀରୁ ଇସ୍ତଫା ଦେଇଛନ୍ତି
ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି
ରାଜ୍ୟସଭା ଆସନ ପାଇଁ ନାମାଙ୍କନ ଭରିଲେ ସ୍ଵାଧୀନ ପ୍ରାର୍ଥୀ ଦିଲ୍ଲୀପ ରାୟ
ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ସୁରେଶ ପୂଜାରୀ

ନଭେମ୍ବର ମଧ୍ୟ ଭାଗରେ ଲଘୁଚାପ ସମ୍ଭାବନା

0

ଭୁବନେଶ୍ୱର: ନଭେମ୍ବର ୧୪ ତାରିଖରେ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ବାୟୁ ମଣ୍ଡଳର ଉପର ଭାଗରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ତା’ ପରବର୍ତୀ ଦିନ ଏହା ଲଘୁଚାପର ରୂପ ନେଇପାରେ ବୋଲି ଥିବା ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର (ସିଇସି) ସୂଚନା ଦେଇଛି ।

ମିଳିଥିବା ପ୍ରାରମ୍ଭିକ ତଥ୍ୟାନୁଯାୟୀ ଏହି ଘୂର୍ଣ୍ଣିବଳୟ ଉତର-ପଶ୍ଚିମ ଦିଗରେ ଗତି କରିବାର ସମ୍ଭାବନା ଥିବା ବେଳେ ଏହା ଦିଗ ପରିବର୍ତନ କରି ନଭମ୍ବେର ୧୬ ସୁଦ୍ଧା ଉତର ଦିଗ ଆଡ଼କୁ ମୁହାଁଇ ପାରେ ବୋଲି ସିଇସି ପକ୍ଷରୁ ଜାରୀ ହୋଇଥିବା ବୁଲେଟିନ୍ କହିଛି । ଏହାର ପ୍ରଭାବରେ ନଭେମ୍ବର ୧୫ ରୁ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲ୍ଲାଗୁଡ଼ିକରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ଥିବାବେଳେ ଏହାର ପରବର୍ତୀ ଦିନ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ଏହି ଘୂର୍ଣ୍ଣିବଳୟ ଉତର ଦିଗ ଆଡ଼କୁ ମୁହାଁଉଥିବାରୁ ଉପକୂଳ ଓ ଉତର ଓଡ଼ିଶାର ବିଭିନ୍ନ ଜିଲ୍ଲାଗୁଡ଼ିକର କେତେକ ସ୍ଥାନରେ ନଭେମ୍ବର ୧୬ ତାରିଖ ରାତିରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ସେହିପରି ନଭେମ୍ବର ୧୬ ରୁ ୧୮ ମଧ୍ୟରେ ଗଜପତି, କୋରାପୁଟ, ରାୟଗଡ଼ା, କନ୍ଧମାଳ, ଗଞ୍ଜାମ, ପୁରୀ, ନୟାଗଡ଼, ଢ଼େଙ୍କାନାଳ, ଜଗତସିଂହପୁର, ଖୋର୍ଦ୍ଧା, କଟକ, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ମୟୁରଭଞ୍ଜ, ଯାଜପୁର ଓ କେନ୍ଦୁଝର ପ୍ରଭୃତି ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । କେନ୍ଦ୍ରୀୟ ଭାରତରେ ଆଂଟି ସାଇକ୍ଲୋନ୍ ପରିସ୍ଥିତି ରହିଥିବାରୁ ନଭେମ୍ବର ୧୨ ତାରିଖ ପର୍ଯ୍ୟନ୍ତ ରାତିର ତାପମାତ୍ରା ହ୍ରାସ ପାଇବ ଓ ଦିନର ତାପମାତ୍ରା ବୃଦ୍ଧି ପାଇବ । ନଭେମ୍ବର ୧୩ ତାରିଖରୁ ରାତିର ତାପମାତ୍ରା ବୃଦ୍ଧି ହେବାର ସମ୍ଭାବନା ରହିଛି ।

Leave A Reply

Your email address will not be published.