ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୭ ବିଭାଗର ୧୨୯୪ ଜଣ ନବନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି
କଳାହାଣ୍ଡିର ଡେପୁଟି କଲେକ୍ଟର ଚିତ୍ତ ରଂଜନ ପିଲ୍ଲାଙ୍କୁ ଆଜି ରାଜ୍ୟ ସରକାର କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି
କରୋନା ଭଳି ଲକ୍ଷଣ ଥିଲେ ରଥଯାତ୍ରା ଯିବାକୁ ମନା, ସ୍ୱାସ୍ଥ୍ୟ ବିଭାଗ
ଲଗାତର ତୃତୀୟ ଥର ରେପୋ ରେଟ କମାଇଲା ରିଜର୍ଭ ବ୍ୟାଙ୍କ
ବର୍ଷା ପୂର୍ବରୁ ହେବ ଡ୍ରେନ୍‍ ସମସ୍ୟାର ସମାଧାନ: ନଗର ଉନ୍ନୟନ ମନ୍ତ୍ରୀ
ପରଲୋକରେ ପୂର୍ବତନ ବିଧାୟକ ମହମ୍ମଦ ରଫିକ୍‌
ଯୋଗାଣ ମନ୍ତ୍ରୀଙ୍କ ଗାଡ଼ିକୁ ମୁହାଁମୁହିଁ ଧକ୍କା ଦେଲା ଟ୍ରକ୍‌
ଅଗଷ୍ଟ ୩ରେ ନିଟ୍ ପିଜି ପରୀକ୍ଷା, ମଞ୍ଜୁରୀ ଦେଲେ ସୁପ୍ରିମକୋର୍ଟ

ବିଶ୍ୱ ଦକ୍ଷତା କେନ୍ଦ୍ରରେ ଆଧୁନିକ ଲାଇବ୍ରେରି ଢାଞ୍ଚାରେ ‘ଶିକ୍ଷା ସାଧନ କେନ୍ଦ୍ର’ର ଲୋକାର୍ପଣ

0

ଭୁବନେଶ୍ୱର, ୧୦ ନଭେମ୍ବର ୨୦୨୩: ଭୁବନେଶ୍ୱରସ୍ଥିତ ବିଶ୍ୱ ଦକ୍ଷତା କେନ୍ଦ୍ର ପରିସରରେ ଆଧୁନିକ ଲାଇବ୍ରେରି ଢାଞ୍ଚାରେ ଲର୍ଣ୍ଣିଂ ରିସୋର୍ସ ସେଣ୍ଟର ବା ଶିକ୍ଷା ସାଧନ କେନ୍ଦ୍ର ସ୍ଥାପନ କରାଯାଇଛି। ବିଶ୍ୱ ଦକ୍ଷତା କେନ୍ଦ୍ରରେ ବିଭିନ୍ନ ଅତ୍ୟାଧୁନିକ ବିଷୟରେ ତାଲିମ ନେଉଥିବା ଛାତ୍ରଛାତ୍ରୀ ଏବଂ ଶିକ୍ଷକମାନଙ୍କ ସୁବିଧା ପାଇଁ ଶୁକ୍ରବାର ଦିନ ଏହାର ଲୋକାର୍ପଣ କରାଯାଇଛି। ସିଙ୍ଗାପୁରସ୍ଥିତ ଆଇଟିଇଇଏସର ସିଇଓ ବ୍ରୁସ୍‌ ପୋହଙ୍କ ଉପସ୍ଥିତିରେ ଓଡ଼ିଶା ଦକ୍ଷତା ବିକାଶ ପ୍ରାଧିକରଣର ଅଧ୍ୟକ୍ଷା ତଥା ବିଶ୍ୱ ଦକ୍ଷତା କେନ୍ଦ୍ରର ସିଇଓ ଅଳକା ମିଶ୍ର ଏହାର ଉଦଘାଟନ କରିଥିଲେ।

ଏହି ଅବସରରେ ଶିକ୍ଷା ସାଧନ କେନ୍ଦ୍ରର ଏକ ୱେବସାଇଟ୍‌ ମଧ୍ୟ ଉଦଘାଟନ କରାଯାଇଥିଲା। ‘‘ସିଙ୍ଗାପୁରର ଆଇଟିଇଇଏସ୍‌ ସଂସ୍ଥାର ସହଯୋଗରେ ବିଶ୍ୱ ଦକ୍ଷତା କେନ୍ଦ୍ରରେ ଏହି ଶିକ୍ଷା ସାଧନ କେନ୍ଦ୍ର କରାଯାଇଛି। ଏଠାରେ ଅତ୍ୟାଧୁନିକ ବ୍ୟବସ୍ଥା ରହିଥିବାରୁ ଛାତ୍ରଛାତ୍ରୀମାନଙ୍କ ଜ୍ଞାନର ପରିସର ଆହୁରି ବ୍ୟାପକ ହୋଇପାରିବ। ସେମାନେ ଦେଶ ବିଦେଶରେ ବ୍ୟବହାର କରାଯାଉଥିବା ଅତ୍ୟାଧୁନିକ ଜ୍ଞାନକୌଶଳ ବିଷୟରେ ଅଧିକ ଜାଣିପାରିବେ’’, କହିଛନ୍ତି ଓଡ଼ିଶା ଦକ୍ଷତା ବିକାଶ ପ୍ରାଧିକରଣର ଅଧ୍ୟକ୍ଷା ତଥା ବିଶ୍ୱ ଦକ୍ଷତା କେନ୍ଦ୍ରର ସିଇଓ ଅଳକା ମିଶ୍ର।

ଏହି ଅତ୍ୟାଧୁନିକ ଶିକ୍ଷା ସାଧନ କେନ୍ଦ୍ରରେ ଛାତ୍ରଛାତ୍ରୀଙ୍କ ଶିକ୍ଷା ଓ ତାଲିମ ପାଇଁ ବିଭିନ୍ନ ବହି ଓ ପତ୍ରିକା ଆଦି ରହିଛି। ସେଠାରେ ବସି ପଢ଼ିବା ପାଇଁ ସ୍ୱତନ୍ତ୍ର ‘ରିଡିଙ୍ଗ ପଡ୍‌’ କରାଯାଇଛି। ଏହା ସହିତ ଅଡିଓ ଭିଜୁଆଲ ରୁମ ଏବଂ ଡିସକସନ ରୁମର ମଧ୍ୟ ସୁବିଧା ରହିଛି। କେନ୍ଦ୍ରର ବିଶେଷ ଆକର୍ଷଣ ହେଉଛି ଏଆର୍‌/ଭିଆର୍‌ କମ୍ପ୍ୟୁଟର ବ୍ୟବସ୍ଥା। ଏହା ଦ୍ୱାରା ବିଶ୍ୱ ଦକ୍ଷତା କେନ୍ଦ୍ରର ଛାତ୍ରଛାତ୍ରୀମାନେ ଭର୍ଚୁଆଲ ମାଧ୍ୟମରେ ବିଭିନ୍ନ ବିଷୟରେ ଅଧିକ ଜାଣିବାର ସୁଯୋଗ ପାଇବେ ଅତ୍ୟାଧୁନିକ ଜ୍ଞାନକୌଶଳକୁ ଆଧାରକରି ଏହି ଶିକ୍ଷା ସାଧନ କେନ୍ଦ୍ରର ଉନ୍ନତିକରଣ କରାଯାଇଛି। ଏହି କେନ୍ଦ୍ରକୁ ପ୍ରବେଶ ଓ ପ୍ରସ୍ଥାନ ପାଇଁ ରେଡିଓ ଫ୍ରିକ୍ୟୁଏନ୍ସି ଆଇଡେଣ୍ଟିଫିକେସନର ବ୍ୟବସ୍ଥା କରାଯାଇଛି। ସେହିପରି ଲାଇବ୍ରେରିରେ ଥିବା ବିଭିନ୍ନ ବହି ବିଷୟରେ ଜାଣିବା ଲାଗି ଅନଲାଇନ କିଓସ୍କୋ ସୁବିଧା କରାଯାଇଛି।

ଏହି ଉଦଘାଟନୀ କାର୍ଯ୍ୟକ୍ରମରେ ଅତିରିକ୍ତ ସଚିବ ତଥା ବିଶ୍ୱ ଦକ୍ଷତା କେନ୍ଦ୍ରର ସିଓଓ ପିନାକୀ ପଟ୍ଟନାୟକ, ଅଧ୍ୟକ୍ଷ ସଙ୍ଗରଣ ଗୋପାଳ, ଉପାଧ୍ୟକ୍ଷ ଡକ୍ଟର ଶୁଭଙ୍ଗ କିଶୋର ଦାସ, ନିର୍ଦ୍ଦେଶକ (ଏକାଡେମୀ) ସୁପେହା ନାଗାମାଲ, ଉପନିର୍ଦ୍ଦେଶକ ଆଶୁତୋଷ ନୟନଦେ, ମୁଖ୍ୟ ବୈଷୟିକ ଅଧିକାରୀ ଧନଞ୍ଜୟ ଷଡ଼ଙ୍ଗୀ ପ୍ରମୁଖ ଯୋଗ ଦେଇଥିଲେ।

Leave A Reply

Your email address will not be published.