ପ୍ରମୁଖ ଖବର

ପେପର ଲିକ୍ ମାମଲାରେ କଠୋର ପଦକ୍ଷେପ: ଫାଷ୍ଟ ଟ୍ରାକ୍ କୋର୍ଟ ଗଠନ ଘୋଷଣା କଲେ ପ୍ରଧାନମନ୍ତ୍ରୀ
ଗଜପତି ଜିଲ୍ଲାର ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ଅଳିଆ ଗଦାରେ ପୁଳା ପୁଳା ନିରାମୟ ଔଷଧ
ମହାନଦୀ ଜଳ ବିବାଦ: ସମାଧାନ ପାଇଁ CWCକୁ ମଧ୍ୟସ୍ଥତା ନିର୍ଦ୍ଦେଶ, ଗଠନ ହେବ ଯୁଗ୍ମ କମିଟି
ଜନ୍ତର ମନ୍ତର ଅଞ୍ଚଳରେ ଇଣ୍ଟରନେଟ୍ ବନ୍ଦ, ସୁରକ୍ଷା କଡ଼ାକଡ଼ି
ସିଏମଓରୁ ଫାଇଲ ଗାଏବ ମାମଲା: ଅବସରପ୍ରାପ୍ତ ଆଇଏଏସ ଉପେନ୍ଦ୍ର ବେହେରା ଓ ରାଜେଶ ବର୍ମାଙ୍କୁ ପୁଣି ନୋଟିସ
ଦେଶରେ ବର୍ଷାର ତାଣ୍ଡବ: ୧୨୦ ମୃତ, ବନ୍ୟା-ଭୂସ୍ଖଳନରେ ଜନଜୀବନ ଅସ୍ତବ୍ୟସ୍ତ
ଶ୍ରୀମନ୍ଦିର ପାଇଁ ଆଉ ଏକ ବଡ଼ ସଫଳତା, ୫ଟି ନୂଆ ଟ୍ରେଡ୍ ମାର୍କକୁ ମିଳିଲା ଅନୁମୋଦନ
ଉତ୍ତରାଖଣ୍ଡରେ ପୁଣି ପେପର ଲିକ୍, ଦୁଇଟି ଇଞ୍ଜିନିୟରିଂ ପରୀକ୍ଷା ବାତିଲ
ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର: ୫% ବଢ଼ିଲା ମହଙ୍ଗା ଭତ୍ତା

ବିଶ୍ୱ ଦକ୍ଷତା କେନ୍ଦ୍ରରେ ଆଧୁନିକ ଲାଇବ୍ରେରି ଢାଞ୍ଚାରେ ‘ଶିକ୍ଷା ସାଧନ କେନ୍ଦ୍ର’ର ଲୋକାର୍ପଣ

0

ଭୁବନେଶ୍ୱର, ୧୦ ନଭେମ୍ବର ୨୦୨୩: ଭୁବନେଶ୍ୱରସ୍ଥିତ ବିଶ୍ୱ ଦକ୍ଷତା କେନ୍ଦ୍ର ପରିସରରେ ଆଧୁନିକ ଲାଇବ୍ରେରି ଢାଞ୍ଚାରେ ଲର୍ଣ୍ଣିଂ ରିସୋର୍ସ ସେଣ୍ଟର ବା ଶିକ୍ଷା ସାଧନ କେନ୍ଦ୍ର ସ୍ଥାପନ କରାଯାଇଛି। ବିଶ୍ୱ ଦକ୍ଷତା କେନ୍ଦ୍ରରେ ବିଭିନ୍ନ ଅତ୍ୟାଧୁନିକ ବିଷୟରେ ତାଲିମ ନେଉଥିବା ଛାତ୍ରଛାତ୍ରୀ ଏବଂ ଶିକ୍ଷକମାନଙ୍କ ସୁବିଧା ପାଇଁ ଶୁକ୍ରବାର ଦିନ ଏହାର ଲୋକାର୍ପଣ କରାଯାଇଛି। ସିଙ୍ଗାପୁରସ୍ଥିତ ଆଇଟିଇଇଏସର ସିଇଓ ବ୍ରୁସ୍‌ ପୋହଙ୍କ ଉପସ୍ଥିତିରେ ଓଡ଼ିଶା ଦକ୍ଷତା ବିକାଶ ପ୍ରାଧିକରଣର ଅଧ୍ୟକ୍ଷା ତଥା ବିଶ୍ୱ ଦକ୍ଷତା କେନ୍ଦ୍ରର ସିଇଓ ଅଳକା ମିଶ୍ର ଏହାର ଉଦଘାଟନ କରିଥିଲେ।

ଏହି ଅବସରରେ ଶିକ୍ଷା ସାଧନ କେନ୍ଦ୍ରର ଏକ ୱେବସାଇଟ୍‌ ମଧ୍ୟ ଉଦଘାଟନ କରାଯାଇଥିଲା। ‘‘ସିଙ୍ଗାପୁରର ଆଇଟିଇଇଏସ୍‌ ସଂସ୍ଥାର ସହଯୋଗରେ ବିଶ୍ୱ ଦକ୍ଷତା କେନ୍ଦ୍ରରେ ଏହି ଶିକ୍ଷା ସାଧନ କେନ୍ଦ୍ର କରାଯାଇଛି। ଏଠାରେ ଅତ୍ୟାଧୁନିକ ବ୍ୟବସ୍ଥା ରହିଥିବାରୁ ଛାତ୍ରଛାତ୍ରୀମାନଙ୍କ ଜ୍ଞାନର ପରିସର ଆହୁରି ବ୍ୟାପକ ହୋଇପାରିବ। ସେମାନେ ଦେଶ ବିଦେଶରେ ବ୍ୟବହାର କରାଯାଉଥିବା ଅତ୍ୟାଧୁନିକ ଜ୍ଞାନକୌଶଳ ବିଷୟରେ ଅଧିକ ଜାଣିପାରିବେ’’, କହିଛନ୍ତି ଓଡ଼ିଶା ଦକ୍ଷତା ବିକାଶ ପ୍ରାଧିକରଣର ଅଧ୍ୟକ୍ଷା ତଥା ବିଶ୍ୱ ଦକ୍ଷତା କେନ୍ଦ୍ରର ସିଇଓ ଅଳକା ମିଶ୍ର।

ଏହି ଅତ୍ୟାଧୁନିକ ଶିକ୍ଷା ସାଧନ କେନ୍ଦ୍ରରେ ଛାତ୍ରଛାତ୍ରୀଙ୍କ ଶିକ୍ଷା ଓ ତାଲିମ ପାଇଁ ବିଭିନ୍ନ ବହି ଓ ପତ୍ରିକା ଆଦି ରହିଛି। ସେଠାରେ ବସି ପଢ଼ିବା ପାଇଁ ସ୍ୱତନ୍ତ୍ର ‘ରିଡିଙ୍ଗ ପଡ୍‌’ କରାଯାଇଛି। ଏହା ସହିତ ଅଡିଓ ଭିଜୁଆଲ ରୁମ ଏବଂ ଡିସକସନ ରୁମର ମଧ୍ୟ ସୁବିଧା ରହିଛି। କେନ୍ଦ୍ରର ବିଶେଷ ଆକର୍ଷଣ ହେଉଛି ଏଆର୍‌/ଭିଆର୍‌ କମ୍ପ୍ୟୁଟର ବ୍ୟବସ୍ଥା। ଏହା ଦ୍ୱାରା ବିଶ୍ୱ ଦକ୍ଷତା କେନ୍ଦ୍ରର ଛାତ୍ରଛାତ୍ରୀମାନେ ଭର୍ଚୁଆଲ ମାଧ୍ୟମରେ ବିଭିନ୍ନ ବିଷୟରେ ଅଧିକ ଜାଣିବାର ସୁଯୋଗ ପାଇବେ ଅତ୍ୟାଧୁନିକ ଜ୍ଞାନକୌଶଳକୁ ଆଧାରକରି ଏହି ଶିକ୍ଷା ସାଧନ କେନ୍ଦ୍ରର ଉନ୍ନତିକରଣ କରାଯାଇଛି। ଏହି କେନ୍ଦ୍ରକୁ ପ୍ରବେଶ ଓ ପ୍ରସ୍ଥାନ ପାଇଁ ରେଡିଓ ଫ୍ରିକ୍ୟୁଏନ୍ସି ଆଇଡେଣ୍ଟିଫିକେସନର ବ୍ୟବସ୍ଥା କରାଯାଇଛି। ସେହିପରି ଲାଇବ୍ରେରିରେ ଥିବା ବିଭିନ୍ନ ବହି ବିଷୟରେ ଜାଣିବା ଲାଗି ଅନଲାଇନ କିଓସ୍କୋ ସୁବିଧା କରାଯାଇଛି।

ଏହି ଉଦଘାଟନୀ କାର୍ଯ୍ୟକ୍ରମରେ ଅତିରିକ୍ତ ସଚିବ ତଥା ବିଶ୍ୱ ଦକ୍ଷତା କେନ୍ଦ୍ରର ସିଓଓ ପିନାକୀ ପଟ୍ଟନାୟକ, ଅଧ୍ୟକ୍ଷ ସଙ୍ଗରଣ ଗୋପାଳ, ଉପାଧ୍ୟକ୍ଷ ଡକ୍ଟର ଶୁଭଙ୍ଗ କିଶୋର ଦାସ, ନିର୍ଦ୍ଦେଶକ (ଏକାଡେମୀ) ସୁପେହା ନାଗାମାଲ, ଉପନିର୍ଦ୍ଦେଶକ ଆଶୁତୋଷ ନୟନଦେ, ମୁଖ୍ୟ ବୈଷୟିକ ଅଧିକାରୀ ଧନଞ୍ଜୟ ଷଡ଼ଙ୍ଗୀ ପ୍ରମୁଖ ଯୋଗ ଦେଇଥିଲେ।

Leave A Reply

Your email address will not be published.