ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୭ ବିଭାଗର ୧୨୯୪ ଜଣ ନବନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି
କଳାହାଣ୍ଡିର ଡେପୁଟି କଲେକ୍ଟର ଚିତ୍ତ ରଂଜନ ପିଲ୍ଲାଙ୍କୁ ଆଜି ରାଜ୍ୟ ସରକାର କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି
କରୋନା ଭଳି ଲକ୍ଷଣ ଥିଲେ ରଥଯାତ୍ରା ଯିବାକୁ ମନା, ସ୍ୱାସ୍ଥ୍ୟ ବିଭାଗ
ଲଗାତର ତୃତୀୟ ଥର ରେପୋ ରେଟ କମାଇଲା ରିଜର୍ଭ ବ୍ୟାଙ୍କ
ବର୍ଷା ପୂର୍ବରୁ ହେବ ଡ୍ରେନ୍‍ ସମସ୍ୟାର ସମାଧାନ: ନଗର ଉନ୍ନୟନ ମନ୍ତ୍ରୀ
ପରଲୋକରେ ପୂର୍ବତନ ବିଧାୟକ ମହମ୍ମଦ ରଫିକ୍‌
ଯୋଗାଣ ମନ୍ତ୍ରୀଙ୍କ ଗାଡ଼ିକୁ ମୁହାଁମୁହିଁ ଧକ୍କା ଦେଲା ଟ୍ରକ୍‌
ଅଗଷ୍ଟ ୩ରେ ନିଟ୍ ପିଜି ପରୀକ୍ଷା, ମଞ୍ଜୁରୀ ଦେଲେ ସୁପ୍ରିମକୋର୍ଟ

ବଡ଼ଦିନ ପୂର୍ବରୁ ଏସ୍‌ଏଚ୍‌ଏମ୍‌ରେ କେକ୍ ମିକ୍ସିଙ୍ଗ୍ ଉତ୍ସବ

0

ଭୁବନେଶ୍ୱର,୧୦/୧୧: ବଡ଼ଦିନ ଆଉ ମାତ୍ର ଦେଢ଼ ମାସ ବାକି ଥିବା ବେଳେ ଏହି ଉତ୍ସବକୁ ଅଧିକ ଚଳଚଂଚଳ କରିବା ନିମନ୍ତେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସ୍କୁଲ୍ ଅଫ୍ ହୋଟେଲ୍ ମ୍ୟାନେଜମେଂଟରେ ଶନିବାର ଦିନ ଏକ କେକ୍ ମିକ୍ସିଙ୍ଗ୍ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ସୋଆ କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ ଯୋଗ ଦେଇ କେକ୍ ମିକ୍ସିଙ୍ଗ ଉତ୍ସବରେ ସାମିଲ ହେବା ସହ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଏଭଳି ଏକ ଆନନ୍ଦଦାୟକ କାର୍ଯ୍ୟକ୍ରମ ସକରାତ୍ମକ ମନୋଭାବ ସୃଷ୍ଟି କରିବ ବୋଲି କହିଥିଲେ ।

ଦେଢ଼ ମାସ ପୂର୍ବରୁ ଏହି କେକ୍ ମିକ୍ସିଙ୍ଗ ପ୍ରସ୍ତୁତି ଆରମ୍ଭ ହେଉଥିବା ବେଳେ ବଡ଼ଦିନ ଅର୍ଥାତ ଡିସେମ୍ବର ୨୫ ତାରିଖର ଦୁଇ ଦିନ ପୂର୍ବରୁ କେକ୍ ପ୍ରସ୍ତୁତି ଆରମ୍ଭ କରାଯାଏ ଏବଂ ନିଜ ବନ୍ଧୁ, ପରିଜନ ଓ ପରିବାରବର୍ଗଙ୍କ ସହ ଅଂଶୀ କରାଯାଇଥାଏ ବୋଲି ଏସ୍‌ଏଚ୍‌ଏମ୍‌ର ଡିନ୍ ପ୍ରଫେସର ସୁଶାନ୍ତ ରଞ୍ଜନ ଚଇନି କହିଛନ୍ତି । ବଡ଼ଦିନ ଖ୍ରୀଷ୍ଟ ଧର୍ମାବଲମ୍ବୀ ମାନଙ୍କ ପର୍ବ ଏବଂ କେବଳ ଭାରତ ନୁହେଁ ସାରା ବିଶ୍ୱରେ ଏହି ପର୍ବ ପାଳନ କରାଯାଇଥାଏ । ଏହା ଦ୍ୱାରା ଛାତ୍ରଛାତ୍ରୀମାନେ ମଧ୍ୟ ଭବିଷ୍ୟତରେ କିଭଳି ବଡ଼ଦିନ କେକ୍ ପ୍ରସ୍ତୁତ କରିବେ ସେ ନେଇ ନୂତନ ଶିକ୍ଷା ଗ୍ରହଣ କରିଥାନ୍ତି ବୋଲି ସେ କହିଥିଲେ ।

୧୭୦୦ ଶତାବ୍ଦୀରେ ୟୁରୋପରେ ଏହି ପାରମ୍ପରିକ କେକ୍ ମିକ୍ସିଙ୍ଗ ପ୍ରସ୍ତୁତି କାର୍ଯ୍ୟକ୍ରମ ଆରମ୍ଭ ହୋଇଥିବା ବେଳେ ଏହାକୁ ଶୁଭ ସମୟ ଓ ଆନନ୍ଦର ବାର୍ତାବହ ବୋଲି କୁହାଯାଇଥାଏ । ଏହି ସମୟରେ ଅଧିକ ପରିମାଣର ଫଳ ଏବଂ ବାଦାମ ଜାତୀୟ ଫସଲ ଉତ୍ପାଦନ ହେଉଥିବାରୁ କେକ୍ ପ୍ରସ୍ତୁତ କରିବା ଖୁବ୍ ସହଜ ହୋଇଥାଏ । ଏହି ପାରମ୍ପରିକ ବଡ଼ଦିନ କେକ୍ ବା ବଡ଼ଦିନ ପୁଡିଙ୍ଗ୍‌ରେ ଅନେକ ପରିମାଣର ଡ୍ରାଏ ଫ୍ରୁଟ, ଅଣ୍ଡା ଏବଂ ମଇଦା ପ୍ରୟୋଗ କରାଯାଇଥାଏ । ଅନେକ କେକ୍‌ରେ ଡ୍ରାଏ ଫ୍ରୁଟ୍‌, ଚେରି, ଫ୍ରୁଟି, କାନ୍‌ବେରୀ, ଖଜୁରୀ ଓ ବିଭିନ୍ନ ପାନୀୟ ବ୍ୟବହୃତ ହୋଇଥାଏ ।

ଏହି କାର୍ଯ୍ୟକ୍ରମରେ ୟୁନିଭର୍ସିଟି ଆଉଟରିଚ୍ ପ୍ରୋଗ୍ରାମ୍‌ର ନିର୍ଦ୍ଦେଶକ ପ୍ରଫେସର ନଚିକେତା ଶର୍ମା ଓ ଏସ୍‌ଏଚ୍‌ଏମ୍‌ର ଫ୍ୟାକଲ୍ଟି, ଛାତ୍ରଛାତ୍ରୀ ଏବଂ ମେମ୍ବର୍ସମାନେ ଉପସ୍ଥିତ ଥିଲେ ।

Leave A Reply

Your email address will not be published.