ପ୍ରମୁଖ ଖବର

ଭୁବନେଶ୍ୱର ସ୍ଥିତ ଲାଇଫ୍ ହୋଟେଲରେ ‘ଗୋ-ହୋମଷ୍ଟେ’ ପୋର୍ଟାଲର ଶୁଭାରମ୍ଭ
ଇଂଲଣ୍ଡକୁ ପରାସ୍ତ କରି ଫାଇନାଲ୍ ରେ ଭାରତ
ପଶ୍ଚିମବଙ୍ଗ ରାଜ୍ୟପାଳ ସିଭି ଆନନ୍ଦ ବୋଷ ଗୁରୁବାର ସନ୍ଧ୍ୟାରେ ନୂଆଦିଲ୍ଲୀରେ ତାଙ୍କ ପଦବୀରୁ ଇସ୍ତଫା ଦେଇଛନ୍ତି
ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି
ରାଜ୍ୟସଭା ଆସନ ପାଇଁ ନାମାଙ୍କନ ଭରିଲେ ସ୍ଵାଧୀନ ପ୍ରାର୍ଥୀ ଦିଲ୍ଲୀପ ରାୟ
ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ସୁରେଶ ପୂଜାରୀ

ଡିସେମ୍ବର ୪ରୁ ଆରମ୍ଭ ସଂସଦର ଶୀତକାଳୀନ ଅଧିବେଶନ

0

ନୂଆଦିଲ୍ଲୀ: ଡିସେମ୍ବର ୪ ତାରିଖରୁ ଆରମ୍ଭ ହେବ ସଂସଦର ଶୀତକାଳୀନ ଅଧିବେଶନ । ଏହା ଡିସେମ୍ବର ୨୨ ତାରିଖ ପର୍ଯ୍ୟନ୍ତ ଚାଲିବ । ଏହି ୧୯ ଦିନ ମଧ୍ୟରେ ମୋଟ ୧୫ଟି କାର୍ଯ୍ୟ ଦିବସ ରହିଛି । ଏନେଇ ସୂଚନା ଦେଇଛନ୍ତି ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ ।

ଉଲ୍ଲେଖଯୋଗ୍ୟ, ନଭେମ୍ବର ମାସରୁ ସଂସଦର ଶୀତ ଅଧିବେଶନ ଆରମ୍ଭ ହୁଏ । କିନ୍ତୁ ଏଥର ୫ଟି ରାଜ୍ୟରେ ନିର୍ବାଚନ ଚାଲିଥିବାରୁ ଶୀତ ଅଧିବେଶନ ଡିସେମ୍ବର ମାସରୁ ଆରମ୍ଭ ହେଉଛି । ମଧ୍ୟପ୍ରଦେଶ, ରାଜସ୍ଥାନ, ଛତିଶଗଡ଼, ତେଲେଙ୍ଗାନା ଓ ମିଜୋରାମ ବିଧାନସଭା ନିର୍ବାଚନର ଫଳାଫଳ ଡିସେମ୍ବର ୩ ତାରିଖରେ ପ୍ରକାଶ ପାଉଥିବା ବେଳେ ତା’ପର ଦିନଠାରୁ ଆରମ୍ଭ ହେବ ସଂସଦର ଶୀତ ଅଧିବେଶନ । ନୂଆ ସଂସଦ ଭବନରେ ବସିବ ଏହି ଅଧିବେଶନ । ଗତ ସେପ୍ଟେମ୍ବର ମାସରେ ସଂସଦର ଏକ ସ୍ୱତନ୍ତ୍ର ଅଧିବେଶନ ବସିଥିଲା।

Leave A Reply

Your email address will not be published.