ପ୍ରମୁଖ ଖବର

ବିଜେପିର ନୂଆ ଜାତୀୟ ସାଂଗଠନିକ ଟିମ୍ ଘୋଷଣା, ଉତ୍ତରପୂର୍ବ ରାଜ୍ୟର ସଂଯୋଜକ ହେଲେ ସମ୍ବିତ ପାତ୍ର
ବିଜେପିର ନୂଆ ଜାତୀୟ ସାଂଗଠନିକ ଟିମ୍ ଘୋଷଣା, ଉତ୍ତରପୂର୍ବ ରାଜ୍ୟର ସଂଯୋଜକ ହେଲେ ସମ୍ବିତ ପାତ୍ର
ଏୟାର ଇଣ୍ଡିଆର ଦୁଇ ପାଇଲଟ୍‌ ଡ୍ରଗ୍‌ ଟେଷ୍ଟରେ ପଜିଟିଭ୍‌
ତାମିଲନାଡୁର ଚାଷୀଙ୍କ ପାଇଁ ବଡ଼ ଘୋଷଣା, ୭୫ ହଜାର ପର୍ଯ୍ୟନ୍ତ କୃଷି ଋଣ ସମ୍ପୂର୍ଣ୍ଣ ଛାଡ଼
ତାରାପୀଠ ହୋଟେଲରେ ଭୟାବହ ଅଗ୍ନିକାଣ୍ଡ, ୫ ମୃତ; ୫ ଆହତ
ଅଶୋକ ଧାମ ମନ୍ଦିରରେ ଦଳାଚକଟା, ୭ ଭକ୍ତଙ୍କ ମୃତ୍ୟୁ; ୧୨ ଆହତ
ଏଲପିଜି ଇ-କେୱାଇସିର ଶେଷ ତାରିଖ ବଢ଼ିଲା, ଅଗଷ୍ଟ ୨୩ ପର୍ଯ୍ୟନ୍ତ ସୁଯୋଗ

ରାଜ୍ୟ କ୍ୟାବିନେଟ୍ ରେ ୧୨ ପ୍ରସ୍ତାବକୁ ମିଳିଛି କ୍ୟାବିନେଟ୍ ମଞ୍ଜୁରୀ

0

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ରାଜ୍ୟ କ୍ୟାବିନେଟ୍ ବୈଠକ ଶେଷ ହୋଇଛି । ୧୨ ପ୍ରସ୍ତାବକୁ ମିଳିଛି କ୍ୟାବିନେଟ୍ ମଞ୍ଜୁରୀ । ରାଜ୍ୟର ସହରାଞ୍ଚଳରେ ଉତ୍ତମ ବିଦ୍ୟୁତ ସେବା ପାଇଁ ସରକାରଙ୍କ ନୂଆ ଯୋଜନା। ମୁଖ୍ୟମନ୍ତ୍ରୀ ଶକ୍ତି ବିକାଶ କାର୍ଯ୍ୟକ୍ରମ ଅଧୀନରେ କାମ କରିବ ନୂଆ ଯୋଜନା SCRIPS। ଶକ୍ତି ବିଭାଗର ଏହି ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ୍ ଅନୁମୋଦନ କରିଛି।

ସେହିପରି ଗଞ୍ଜାମର ଧରାକୋଟ ବ୍ଲକର ଜାନଭିଲି ଗ୍ରାମ ନିକଟରେ ଋଷିକୂଲ୍ୟା ନଦୀ ଉପରେ ବ୍ୟାରେଜ ନିର୍ମାଣ କରାଯିବ। ଏହି ପ୍ରକଳ୍ପ ପାଇଁ ୮୬ କୋଟି ୫୪ ଲକ୍ଷ ଟଙ୍କା ଖର୍ଚ୍ଚ ହେବ। ଗଞ୍ଜାମ ଜିଲ୍ଲାର ୫୨.୬୭୫ ହେକ୍ଟର ଜମିକୁ ଜଳସେଚନ ସହ ବ୍ରହ୍ମପୁର ମହାନଗର ନିଗମକୁ ୬୭.୫ ମିଲିୟନ ଲିଟର ପାନୀୟ ଜଳ ପ୍ରତିଦିନ ଉପଲବ୍ଧ ହେବ। ସେହିପରି ଭୁବନେଶ୍ୱର ମେଟ୍ରୋ ପ୍ରକଳ୍ପର ପ୍ରଥମ ପର୍ଯ୍ୟାୟ ଭୁବନେଶ୍ୱର ବିମାନବନ୍ଦରଠାରୁ ତ୍ରିଶୂଳିଆ ପର୍ଯ୍ୟନ୍ତ ନିର୍ମାଣ ପାଇଁ ଅନୁମୋଦନ ହେବ। ଏହି ପ୍ରକଳ୍ପର ପ୍ରଥମ ପର୍ଯ୍ୟାୟ କାର୍ଯ୍ୟ ନିମନ୍ତେ ମୋଟ ୫୯୨୯.୩୮ କୋଟି ଟଙ୍କାର ବ୍ୟୟ ଅଟକଳ କରାଯାଇଛି। ଏହାକୁ ୪ ବର୍ଷ ମଧ୍ୟରେ ଶେଷ ପାଇଁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି।

ସେହିପରି କ୍ୟାବିନେଟ ବୈଠକରେ ଆଜି ନିଆଯାଇଥିବା ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ମଧ୍ୟରେ ଜଣେ ଅନୁସୂଚିତ ଜନଜାତି ବର୍ଗର ବ୍ୟକ୍ତି ଉପ-ଜିଲ୍ଲାପାଳଙ୍କଠାରୁ ଲିଖିତ ଅନୁମତି କ୍ରମେ ସର୍ବସାଧାରଣ ଉଦ୍ଦେଶ୍ୟରେ ତାର ଭୂସଂପତ୍ତି ଉପହାର କରିପାରିବେ। କୃଷି, ଆବାସିକ ଗୃହ ନିର୍ମାଣ, ପିଲାମାନଙ୍କର ଉଚ୍ଚଶିକ୍ଷା, ଆତ୍ମନିଯୁକ୍ତି, ବ୍ୟବସାୟ କିମ୍ବା କ୍ଷୁଦ୍ର ଶିଳ୍ପ ପ୍ରତିଷ୍ଠା ନିମନ୍ତେ ବନ୍ଧକ ରଖି ଋଣ ଆହରଣ କରିବା ସହ ଜଣେ ଅଣ-ଅନୁସୂଚିତ ଜନଜାତି ବ୍ୟକ୍ତିଙ୍କୁ ସମ୍ପତ୍ତି ହସ୍ତାନ୍ତର କରିପାରିବେ।

Leave A Reply

Your email address will not be published.