ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୭ ବିଭାଗର ୧୨୯୪ ଜଣ ନବନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି
କଳାହାଣ୍ଡିର ଡେପୁଟି କଲେକ୍ଟର ଚିତ୍ତ ରଂଜନ ପିଲ୍ଲାଙ୍କୁ ଆଜି ରାଜ୍ୟ ସରକାର କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି
କରୋନା ଭଳି ଲକ୍ଷଣ ଥିଲେ ରଥଯାତ୍ରା ଯିବାକୁ ମନା, ସ୍ୱାସ୍ଥ୍ୟ ବିଭାଗ
ଲଗାତର ତୃତୀୟ ଥର ରେପୋ ରେଟ କମାଇଲା ରିଜର୍ଭ ବ୍ୟାଙ୍କ
ବର୍ଷା ପୂର୍ବରୁ ହେବ ଡ୍ରେନ୍‍ ସମସ୍ୟାର ସମାଧାନ: ନଗର ଉନ୍ନୟନ ମନ୍ତ୍ରୀ
ପରଲୋକରେ ପୂର୍ବତନ ବିଧାୟକ ମହମ୍ମଦ ରଫିକ୍‌
ଯୋଗାଣ ମନ୍ତ୍ରୀଙ୍କ ଗାଡ଼ିକୁ ମୁହାଁମୁହିଁ ଧକ୍କା ଦେଲା ଟ୍ରକ୍‌
ଅଗଷ୍ଟ ୩ରେ ନିଟ୍ ପିଜି ପରୀକ୍ଷା, ମଞ୍ଜୁରୀ ଦେଲେ ସୁପ୍ରିମକୋର୍ଟ

ସାହାରା ଗ୍ରୁପ୍ ଅଧ୍ୟକ୍ଷ ସୁବ୍ରତ ରାୟଙ୍କ ପରଲୋକ

0

ମୁମ୍ବାଇ: ଆଉ ନାହାନ୍ତି ସାହାରା ଗ୍ରୁପ୍ ଅଧ୍ୟକ୍ଷ ସୁବ୍ରତ ରାୟ। ଗତକାଲି ରାତିରେ ହୃଦଘାତ ଯୋଗୁଁ ମୁମ୍ବାଇରେ ସୁବ୍ରତ ରାୟଙ୍କ ପରଲୋକ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୭୫ ବର୍ଷ ବୟସ ହୋଇଥିଲା । ଦୀର୍ଘଦିନ ଧରି ସେ ବିଭିନ୍ନ ରୋଗରେ ପୀଡିତ ଥିଲେ। ସ୍ୱାସ୍ଥ୍ୟାବସ୍ଥାରେ ଅବନତି କାରଣରୁ ଗତ ରବିବାର ତାଙ୍କୁ କୋକିଳାବେନ ଧୀରୁଭାଇ ଅମ୍ବାନି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେ ରକ୍ତଚାପ, ଡାଇବେଟିସ ଆଦି ରୋଗରେ ପୀଡ଼ିତ ଥିଲେ।  ମାତ୍ର ଡାକ୍ତରଙ୍କ ଶତଚେଷ୍ଟା ସତ୍ତ୍ୱେ ତାଙ୍କ ସ୍ୱାସ୍ଥ୍ୟାବସ୍ଥାରେ ଅବନତି ଆସିଥିଲା । ଏହାପରେ ଗତରାତିରେ ହୃଦଘାତରେ ତାଙ୍କ ପରଲୋକ ହୋଇଛି। ଏନେଇ ସାହାର ଇଣ୍ଡିଆ ପରିବାର ପକ୍ଷରୁ ସୂଚନା ଦିଆଯାଇଛି। ଆଜି ମୁମ୍ବାଇରେ ତାଙ୍କ ଅନ୍ତିମ ଦର୍ଶନ ପରେ ଲକ୍ଷ୍ନୌ ନିଆଯିବ । ସେଠି ସାହାରା ସିଟିରେ ତାଙ୍କ ଅନ୍ତିମ ସତ୍କାର କରାଯିବ ବୋଲି ସୂଚନା ମିଳିଛି। ସୁବ୍ରତ ରୟଙ୍କ ପତ୍ନୀ, ପୁଅ ଓ ଭାଇ ଅଛନ୍ତି।

ଉଲ୍ଲେଖଯୋଗ୍ୟ, ଭାରତର ଅନ୍ୟତମ ପ୍ରମୁଖ ବ୍ୟବସାୟୀ ସୁବ୍ରତ ରାୟ ସାହାରା ଇଣ୍ଡିଆର ପ୍ରତିଷ୍ଠାତା ଥିଲେ । ୨୦୦୨ରେ ବିଜିନେସମ୍ୟାନ୍ ଅଫ୍ ଦି ଇୟର ପୁରସ୍କାର ପାଇଥିଲେ । ୨୦୦୨ ମସିହାରେ ଶ୍ରେଷ୍ଠ ଶିଳ୍ପପତି ପୁରସ୍କାର, ୨୦୧୦ରେ ବିଶିଷ୍ଟ ରାଷ୍ଟ୍ରୀୟ ଉଡାନ ସମ୍ମାନ, ରୋଟାରୀ ଇଣ୍ଟରନ୍ୟାସନାଲ ପକ୍ଷରୁ ଧନ୍ଦାମୂଳକ ଉତ୍କର୍ଷ ପୁରସ୍କାର, କର୍ମବୀର ସମ୍ମାନ, ଉଦ୍ୟମ ଶ୍ରୀ, ବାବା-ଇ-ରୋଜଗାର ପୁରସ୍କାର ଏବଂ ୨୦୦୧ରେ ଜାତୀୟ ନାଗରିକ ପୁରସ୍କାର ପାଇଥିଲେ ସୁବ୍ରତ ରାୟ ।

୨୦୧୨ରେସୁବ୍ରତ ରାୟ ଭାରତର ଶ୍ରେଷ୍ଠ ୧୦ ପ୍ରଭାବଶାଳୀ ବ୍ୟବସାୟୀଙ୍କ ମଧ୍ୟରେ ସ୍ଥାନ ପାଇଥିଲେ । ଭାରତୀୟ ବ୍ୟବସାୟ କ୍ଷେତ୍ରରେ ସୁବ୍ରତ ରାୟ ଜଣେ ଜଣାଶୁଣା ବ୍ୟକ୍ତିତ୍ବର ଅଧିକାରୀ ଥିଲେ । ୧୯୪୮ ମସିହାରେ ଜନ୍ମଗ୍ରହଣ କରିଥିବା ସୁବ୍ରତ ରାୟଙ୍କ ନେତୃତ୍ବରେ ସାହାରା ଗ୍ରୁପ୍ ଅର୍ଥ, ରିଅଲ ଇଷ୍ଟେଟ୍, ମିଡିଆ କ୍ଷେତ୍ରରେ ଦବଦବା ଜାହିର କରିଥିଲା । ନିବେଶକଙ୍କ ଅର୍ଥ ଫେରସ୍ତ ମାମଲାରେ ବିବାଦରେ ଥିଲେ ସୁବ୍ରତ ରାୟ । ଏପରିକି ଏହି ମାମଲାରେ ସୁବ୍ରତ ରାୟଙ୍କ ଜେଲ୍ ଯିବାକୁ ପଡ଼ିଥିଲା ।

Leave A Reply

Your email address will not be published.