ପ୍ରମୁଖ ଖବର

ପେପର ଲିକ୍ ମାମଲାରେ କଠୋର ପଦକ୍ଷେପ: ଫାଷ୍ଟ ଟ୍ରାକ୍ କୋର୍ଟ ଗଠନ ଘୋଷଣା କଲେ ପ୍ରଧାନମନ୍ତ୍ରୀ
ଗଜପତି ଜିଲ୍ଲାର ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସରରେ ଅଳିଆ ଗଦାରେ ପୁଳା ପୁଳା ନିରାମୟ ଔଷଧ
ମହାନଦୀ ଜଳ ବିବାଦ: ସମାଧାନ ପାଇଁ CWCକୁ ମଧ୍ୟସ୍ଥତା ନିର୍ଦ୍ଦେଶ, ଗଠନ ହେବ ଯୁଗ୍ମ କମିଟି
ଜନ୍ତର ମନ୍ତର ଅଞ୍ଚଳରେ ଇଣ୍ଟରନେଟ୍ ବନ୍ଦ, ସୁରକ୍ଷା କଡ଼ାକଡ଼ି
ସିଏମଓରୁ ଫାଇଲ ଗାଏବ ମାମଲା: ଅବସରପ୍ରାପ୍ତ ଆଇଏଏସ ଉପେନ୍ଦ୍ର ବେହେରା ଓ ରାଜେଶ ବର୍ମାଙ୍କୁ ପୁଣି ନୋଟିସ
ଦେଶରେ ବର୍ଷାର ତାଣ୍ଡବ: ୧୨୦ ମୃତ, ବନ୍ୟା-ଭୂସ୍ଖଳନରେ ଜନଜୀବନ ଅସ୍ତବ୍ୟସ୍ତ
ଶ୍ରୀମନ୍ଦିର ପାଇଁ ଆଉ ଏକ ବଡ଼ ସଫଳତା, ୫ଟି ନୂଆ ଟ୍ରେଡ୍ ମାର୍କକୁ ମିଳିଲା ଅନୁମୋଦନ
ଉତ୍ତରାଖଣ୍ଡରେ ପୁଣି ପେପର ଲିକ୍, ଦୁଇଟି ଇଞ୍ଜିନିୟରିଂ ପରୀକ୍ଷା ବାତିଲ
ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର: ୫% ବଢ଼ିଲା ମହଙ୍ଗା ଭତ୍ତା

ସାହାରା ଗ୍ରୁପ୍ ଅଧ୍ୟକ୍ଷ ସୁବ୍ରତ ରାୟଙ୍କ ପରଲୋକ

0

ମୁମ୍ବାଇ: ଆଉ ନାହାନ୍ତି ସାହାରା ଗ୍ରୁପ୍ ଅଧ୍ୟକ୍ଷ ସୁବ୍ରତ ରାୟ। ଗତକାଲି ରାତିରେ ହୃଦଘାତ ଯୋଗୁଁ ମୁମ୍ବାଇରେ ସୁବ୍ରତ ରାୟଙ୍କ ପରଲୋକ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୭୫ ବର୍ଷ ବୟସ ହୋଇଥିଲା । ଦୀର୍ଘଦିନ ଧରି ସେ ବିଭିନ୍ନ ରୋଗରେ ପୀଡିତ ଥିଲେ। ସ୍ୱାସ୍ଥ୍ୟାବସ୍ଥାରେ ଅବନତି କାରଣରୁ ଗତ ରବିବାର ତାଙ୍କୁ କୋକିଳାବେନ ଧୀରୁଭାଇ ଅମ୍ବାନି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେ ରକ୍ତଚାପ, ଡାଇବେଟିସ ଆଦି ରୋଗରେ ପୀଡ଼ିତ ଥିଲେ।  ମାତ୍ର ଡାକ୍ତରଙ୍କ ଶତଚେଷ୍ଟା ସତ୍ତ୍ୱେ ତାଙ୍କ ସ୍ୱାସ୍ଥ୍ୟାବସ୍ଥାରେ ଅବନତି ଆସିଥିଲା । ଏହାପରେ ଗତରାତିରେ ହୃଦଘାତରେ ତାଙ୍କ ପରଲୋକ ହୋଇଛି। ଏନେଇ ସାହାର ଇଣ୍ଡିଆ ପରିବାର ପକ୍ଷରୁ ସୂଚନା ଦିଆଯାଇଛି। ଆଜି ମୁମ୍ବାଇରେ ତାଙ୍କ ଅନ୍ତିମ ଦର୍ଶନ ପରେ ଲକ୍ଷ୍ନୌ ନିଆଯିବ । ସେଠି ସାହାରା ସିଟିରେ ତାଙ୍କ ଅନ୍ତିମ ସତ୍କାର କରାଯିବ ବୋଲି ସୂଚନା ମିଳିଛି। ସୁବ୍ରତ ରୟଙ୍କ ପତ୍ନୀ, ପୁଅ ଓ ଭାଇ ଅଛନ୍ତି।

ଉଲ୍ଲେଖଯୋଗ୍ୟ, ଭାରତର ଅନ୍ୟତମ ପ୍ରମୁଖ ବ୍ୟବସାୟୀ ସୁବ୍ରତ ରାୟ ସାହାରା ଇଣ୍ଡିଆର ପ୍ରତିଷ୍ଠାତା ଥିଲେ । ୨୦୦୨ରେ ବିଜିନେସମ୍ୟାନ୍ ଅଫ୍ ଦି ଇୟର ପୁରସ୍କାର ପାଇଥିଲେ । ୨୦୦୨ ମସିହାରେ ଶ୍ରେଷ୍ଠ ଶିଳ୍ପପତି ପୁରସ୍କାର, ୨୦୧୦ରେ ବିଶିଷ୍ଟ ରାଷ୍ଟ୍ରୀୟ ଉଡାନ ସମ୍ମାନ, ରୋଟାରୀ ଇଣ୍ଟରନ୍ୟାସନାଲ ପକ୍ଷରୁ ଧନ୍ଦାମୂଳକ ଉତ୍କର୍ଷ ପୁରସ୍କାର, କର୍ମବୀର ସମ୍ମାନ, ଉଦ୍ୟମ ଶ୍ରୀ, ବାବା-ଇ-ରୋଜଗାର ପୁରସ୍କାର ଏବଂ ୨୦୦୧ରେ ଜାତୀୟ ନାଗରିକ ପୁରସ୍କାର ପାଇଥିଲେ ସୁବ୍ରତ ରାୟ ।

୨୦୧୨ରେସୁବ୍ରତ ରାୟ ଭାରତର ଶ୍ରେଷ୍ଠ ୧୦ ପ୍ରଭାବଶାଳୀ ବ୍ୟବସାୟୀଙ୍କ ମଧ୍ୟରେ ସ୍ଥାନ ପାଇଥିଲେ । ଭାରତୀୟ ବ୍ୟବସାୟ କ୍ଷେତ୍ରରେ ସୁବ୍ରତ ରାୟ ଜଣେ ଜଣାଶୁଣା ବ୍ୟକ୍ତିତ୍ବର ଅଧିକାରୀ ଥିଲେ । ୧୯୪୮ ମସିହାରେ ଜନ୍ମଗ୍ରହଣ କରିଥିବା ସୁବ୍ରତ ରାୟଙ୍କ ନେତୃତ୍ବରେ ସାହାରା ଗ୍ରୁପ୍ ଅର୍ଥ, ରିଅଲ ଇଷ୍ଟେଟ୍, ମିଡିଆ କ୍ଷେତ୍ରରେ ଦବଦବା ଜାହିର କରିଥିଲା । ନିବେଶକଙ୍କ ଅର୍ଥ ଫେରସ୍ତ ମାମଲାରେ ବିବାଦରେ ଥିଲେ ସୁବ୍ରତ ରାୟ । ଏପରିକି ଏହି ମାମଲାରେ ସୁବ୍ରତ ରାୟଙ୍କ ଜେଲ୍ ଯିବାକୁ ପଡ଼ିଥିଲା ।

Leave A Reply

Your email address will not be published.