ପ୍ରମୁଖ ଖବର

ଶୁଭେନ୍ଦୁ ଅଧିକାରୀଙ୍କ ପିଏ ହତ୍ୟାକାଣ୍ଡ: ଶାର୍ପ ସୁଟର ସହ ୩ ଗିରଫ
ମୁଖ୍ୟମନ୍ତ୍ରୀ ହେବା ପରେ ତ୍ରିଚି ଆସନ ଛାଡିଲେ ବିଜୟ
ମୁମ୍ବଇ-ପୁଣେ ଏକ୍ସପ୍ରେସୱେରେ ସୁପ୍ରିୟା ସୁଲେଙ୍କ କାର୍‌କୁ ଧକ୍କା, ଅଳ୍ପକେ ବର୍ତ୍ତିଲେ ସାଂସଦ
ଜୁଲାଇ ୧ରୁ ଲାଗୁ ହେବ ‘ଭିବି-ଜିରାମ-ଜି’ ଆଇନ
ମୋଦୀଙ୍କ ଦେଶବାସୀଙ୍କୁ ଆହ୍ୱାନ:‘ଗୋଟିଏ ବର୍ଷ ‘ସୁନା କିଣନ୍ତୁ ନାହିଁ,ୱାର୍କ ଫ୍ରମ୍ ହୋମ୍‌ କରନ୍ତୁ -ଇନ୍ଧନ ସଞ୍ଚୟ କରନ୍ତୁ’

ନ୍ୟୁଜିଲାଣ୍ଡକୁ ହରାଇ ଫାଇନାଲରେ ପ୍ରବେଶ କଲା ଭାରତ

0

ମୁମ୍ବାଇ: ଚଳିତ ବିଶ୍ବକପରେ ସମସ୍ତ ମ୍ୟାଚ୍ ଜିତିବା ସହ ଫାଇନାଲରେ ପ୍ରବେଶ କରିଛି ଭାରତ। ନ୍ୟୁଜିଲାଣ୍ଡକୁ  ୭୦ ରନରେ ହରାଇଲା ରୋହିତ ବାହିନୀ । ମହମ୍ମଦ ସାମିଙ୍କ ଘାତ ବୋଲିଂ ଦଳକୁ ବିଜୟର ସ୍ବାଦ ଚଖାଇଛି । ସାମି ୭ଟି ଓ୍ବିକେଟ ଅକ୍ତିଆର କରିଛନ୍ତି ।

ସେମିଫାଇନାଲରେ ନ୍ୟୁଜିଲାଣ୍ଡକୁ ହରାଇ ଫାଇନାଲକୁ ଗଲା ଟିମ ଇଣ୍ଡିଆ । କଡ଼ା ମୁକାବିଲାରେ ନ୍ୟୁଜିଲାଣ୍ଡକୁ ୭୦ ରନରେ ହରାଇଛି ଟିମ୍ ଇଣ୍ଡିଆ । ଏହାସହିତ ୨୦୧୯ ସେମିଫାଇନାଲର ପ୍ରତିଶୋଧ ନେଇଛି ଭାରତ । ଟିମ୍ ଇଣ୍ଡିଆର ବିଶାଳ ୩୯୮ରନର ଟାର୍ଗେଟକୁ ପିଛା କରି ୩୨୭ ରନରେ ଅଲଆଉଟ ହୋଇଗଲା ନ୍ୟୁଜିଲାଣ୍ଡ । ଭାରତର ମହମ୍ମଦ ସାମି ସର୍ବାଧିକ ୭ଓ୍ବିକେଟ ନେଇଥିବାବେଳେ ବୁମରା, ସିରାଜ ଓ କୁଲଦୀପ ଗୋଟିଏ ଲେଖାଏ ଓ୍ବିକେଟ ନେଇଥିଲେ ।

ଉଲ୍ଲେଖଯୋଗ୍ୟ, ଭାରତ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା । ଦୁଇ ଓପନର ରୋହିତ ଶର୍ମା ଓ ଶୁଭମନ ଗିଲ୍ ଏକ ବଡ଼ ସ୍କୋର ପାଇଁ ଏକ ଭଲ ମୂଳଦୁଆ ପକାଇଥିଲେ । ରୋହିତ ବିସ୍ଫୋରକ ବ୍ୟାଟିଂ କରିଥିଲେ ବି ଅଳ୍ପକେ ଅର୍ଦ୍ଧଶତକରୁ (୪୭ ରନ) ବଞ୍ଚିତ ହୋଇଥିଲେ । ସେହିପରି ଶୁଭମନ ଗିଲ୍ ୭୯ ରନ କରି ଏକ ଶତକ ଆଡକୁ ଗତି କରୁଥିବାବେଳେ ସେ ରିଟାୟାର୍ଡ ହଟ୍ ହୋଇ ପାଭିଲିୟନ ଫେରିଥିଲେ ।

ତେବେ ଶେଷ ଓଭରରେ ସେ ପୁଣି ଥରେ ଫେରିଥିଲେ । କିନ୍ତୁ ଆଜି ମ୍ଯାଚର ମୁଖ୍ୟ ଆକର୍ଷଣ ଥିଲା ବିରାଟ କୋହଲିଙ୍କ ୫୦ ତମ ଶତକ ଓ ଶ୍ରେୟସ ଆୟରଙ୍କ ବିସ୍ଫୋରକ ଶତକ । ବିରାଟ ୧୧୭ ରନ ଓ ଆୟର ୧୦୫ କରି ଆଉଟ ହୋଇଥିଲେ । ଭାରତ ନିର୍ଦ୍ଧାରିତ ୫୦ ଓଭରରେ ୪ ଓ୍ବିକେଟ ହରାଇ ୩୯୭ ରନ୍ କରିଥିଲା।

Leave A Reply

Your email address will not be published.