ପ୍ରମୁଖ ଖବର

ଯୁକ୍ତ ଦୁଇ ଫର୍ମପୂରଣ ଅବଧି ବୃଦ୍ଧି
ସୁଦାନରେ ଓଡ଼ିଆ ଯୁବକଙ୍କୁ ଉଦ୍ଧାର ପାଇଁ ବୈଦେଶିକ ମନ୍ତ୍ରଣାଳୟକୁ ଅନୁରୋଧ କଲେ ନବୀନ
ଏସ୍‌ଆଇ ଜାଲିଆତି ମାମଲା: ୫ ଦିନିଆ ରିମାଣ୍ଡରେ ଯିବେ ଶଙ୍କର ଓ ସୁରେଶ
ମାଲବାହୀ ଟ୍ରେନ୍କୁ ଧକ୍କା ଦେଲା ଯାତ୍ରୀବାହୀ ଟ୍ରେନ୍, ୧୦ ମୃତ, ଅନେକ ଆହତ
୬୦ ହଜାର ଲାଞ୍ଚ ନେଇ ବନ୍ଧା ହେଲେ ଆରଆଇ
ଉତ୍କଳ ବିଲ୍‌ଡର୍ସରେ ଆୟକର ଚଢ଼ାଉ
କାର୍ତ୍ତିକ ପୂର୍ଣ୍ଣିମା ପାଇଁ ଶ୍ରୀକ୍ଷେତ୍ରକୁ ଗଡ଼ିବ ୩ ସ୍ପେଶାଲ ଟ୍ରେନ୍‌
ବରମୁଣ୍ଡା ବସଷ୍ଟାଣ୍ଡରେ ମା’-ଝିଅଙ୍କୁ ଦୁଷ୍କର୍ମ ଉଦ୍ୟମ, ଅଭିଯୁକ୍ତ ଗିରଫ
୭ରେ ସ୍କୁଲ, କଲେଜରେ ଛାତ୍ରୀଛାତ୍ରୀ ଗାଇବେ ’ବନ୍ଦେ ମାତରମ’

ସୋଆ ଜାଗୋ ପକ୍ଷରୁ ସ୍କୁଲ୍‌ବ୍ୟାଗ୍ ବଂଟନ

0

ଭୁବନେଶ୍ୱର,୧୭/୧୧: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍‌ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ ( ଆଇଟିଇଆର୍‌) ର ଛାତ୍ରଛାତ୍ରୀମାନଙ୍କର ସାମାଜିକ ଦାୟିତ୍ୱବୋଧର ପ୍ରତୀକ “ଜାଗୋ” କ୍ଳବ୍ ପକ୍ଷରୁ ଶୁକ୍ରବାର ସ୍ଥାନୀୟ ବସ୍ତି ଅଂଚଳର ଶିଶୁମାନଙ୍କୁ ସ୍କୁଲ୍ ବ୍ୟାଗ ବଂଟନ କରାଯାଇଛି। ସେମାନଙ୍କୁ ଅଧ୍ୟୟନ ଏବଂ ଉତମ ଜୀବନ ନିମନ୍ତେ ପ୍ରସ୍ତୁତ କରିବା ଉଦ୍ଦେଶ୍ୟରେ ଜାଗୋର ଏହି ପ୍ରୟାସ ଜାରି ରହିଛି।

ଆଇଟିଇଆର୍ ପରିସରରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ସୋଆର ଉପସଭାପତି ତଥା ଜାଗୋର ମେଂଟର ଶ୍ରୀମତି ଶାଶ୍ୱତି ଦାସ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ କୁନି କୁନି ପିଲାମାନଙ୍କୁ ସ୍କୁଲ୍ ବ୍ୟାଗ୍ ବାଂଟି ଥିଲେ । ଏହି ଅବସର ରେ ଶ୍ରୀମତି ଦାସ କହିଥିଲେ ଯେ ସୋଆ ସବୁବେଳେ ସମାଜ ର ଉନ୍ନତି ଦିଗରେ ଉଦ୍ୟମ କରିଆସିଛି । ଜାଗୋର ଏହି ସ୍କୁଲ୍ ବ୍ୟାଗ ବଂଟନ କାର୍ଯ୍ୟକ୍ରମ ଏହି ଦିଗରେ ଏକ କ୍ଷୁଦ୍ର ଉଦ୍ୟମ । ପାଖ ବସ୍ତିର ପିଲାମାନେ ଏହା ଦ୍ୱାରା ଉତ୍ସାହିତ ହେବେ ବୋଲି ସେ କହିଥିଲେ ।

ଏହି ଅବସରରେ ସୋଆ ର କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ନିଜ ବକ୍ତବ୍ୟରେ କହିଥିଲେ ଯେ ସୋଆ ଏବଂ ଜାଗୋ ପିଲାମାନଙ୍କର ସର୍ବାଙ୍ଗୀନ ଉନ୍ନତି ଲାଗି ସର୍ବଦା ଉଦ୍ୟମ କରିଥାଏ । ସମାଜ ର ଏକ ଅଙ୍ଗ ଭାବେ ସୁଯୋଗ ଓ ସୁବିଧା ମିଳିଲେ ସମସ୍ତେ ସମାଜ ସେବା କରିବା ଉଚିତ୍ ବୋଲି ପ୍ରଫେସର ନନ୍ଦ କହିଥିଲେ ।

ଏହି ଅବସରରେ ସୋଆ ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍ ର ଡିନ୍ ପ୍ରଫେସର ସଂଘମିତ୍ରା ମିଶ୍ର ସ୍ୱତନ୍ତ୍ର ଅତିଥି ଭାବେ ଯୋଗ ଦେଇ ଏଭଳି ଶିଶୁମାନଙ୍କର ସର୍ବାଙ୍ଗୀନ ଉନ୍ନତି ଲାଗି ଜାଗୋ ଉଦ୍ୟମ କରୁଛି ବୋଲି କହିଥିଲେ । ଏହି ପିଲାମାନେ ଆଗକୁ ବଡ ହୋଇ ସମାଜ ସେବା ପ୍ରତି ଆଗ୍ରହ ଦେଖାଇବେ ବୋଲି ପ୍ରଫେସର ମିଶ୍ର ଆଶା ପ୍ରକାଶ କରିଥିଲେ ।

ଏହି ଅବସରରେ ଆଡିସନାଲ୍ ଡିନ୍ (ଷ୍ଟୁଡେଂଟ ଆଫେୟାର୍ସ) ଆଇଟିଇଆର୍‌, ପ୍ରଫେସର ରେଣୁ ଶର୍ମା ସ୍ୱାଗତ ଭାଷଣ ଦେଇଥିବାବେଳେ ଜାଗୋର କୋର୍ଡିନେଟର ପ୍ରଫେସର ଅନୀତା ପଣ୍ଡା ଜାଗୋ କାର୍ଯ୍ୟ ବିଷୟରେ ବିସ୍ତୃତ ତଥ୍ୟ ପ୍ରଦାନ କରିବା ସହ ଧନ୍ୟବାଦ ଅର୍ପଣ କରିଥିଲେ । ଏହି ଅବସରରେ ଆଇଟିଇଆର୍‌ର ନିର୍ଦ୍ଦେଶକ ପ୍ରଫେସର ମାନସ କୁମାର ମଲ୍ଲିକ ଓ ଆଡିସନାଲ୍ ଡିନ୍ (ଏକାଡେମିକ୍ସ) ପ୍ରଫେସର ଡି.ଏନ୍ ଥାଟୋଇ ଉପସ୍ଥିତ ଥିଲେ ।

Leave A Reply

Your email address will not be published.