ପ୍ରମୁଖ ଖବର

ମଣିପୁରରେ ପୁଣି ରକ୍ତପାତ: ଗୁଳିମାଡ଼ରେ ୩ ଗ୍ରାମବାସୀ ମୃତ
ଚାଉଳ ମିଲିଂ ଦର ଦ୍ୱିଗୁଣ ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ
ମଣିପୁରରେ ପୁଣି ରକ୍ତପାତ: ଗୁଳିମାଡ଼ରେ ୩ ଗ୍ରାମବାସୀ ମୃତ
ରାଜ୍ୟରେ ବଢ଼ିଛି ଶିଶୁ ଟିକାକରଣ ହାର, ସହରଠାରୁ ଗ୍ରାମାଞ୍ଚଳ ଆଗରେ
ବାଲିଗୁଡ଼ା ଏଇଇ ବୈକୁଣ୍ଠନାଥ ବେହେରାଙ୍କ ଘରେ ଭିଜିଲାନ୍ସ ରେଡ୍
ବିରୋଧୀ ଦଳ ନେତା ନିଯୁକ୍ତିକୁ ନେଇ ହାଇକୋର୍ଟ ଯିବ ଟିଏମସି
ବୋର୍ଡ-ନିଗମର ଖାଲି ପଦ ପୂରଣ ପାଇଁ ତତ୍ପର ସରକାର, ଜୁନ୍ ୩୦ ସୁଦ୍ଧା ୧୧୮୩ ନିଯୁକ୍ତି ଲକ୍ଷ୍ୟ
ଏମ୍ସ ଭୁବନେଶ୍ୱରରେ ମହିଳାଙ୍କ ହାତରୁ କଢ଼ାଗଲା ୭ କିଲୋଗ୍ରାମର ବିଶାଳ ଟ୍ୟୁମର
ଜନ୍ତରମନ୍ତରରେ ‘କକ୍ରୋଚ୍ ଜନତା ପାର୍ଟି’ର ବିଶାଳ ବିକ୍ଷୋଭ, ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି

ପୋଲିସ ଡିଜି ସୁନୀଲ ବଂଶଲଙ୍କୁ ଅବସର ନେବାକୁ ଅନୁମତି

0

ଭୁବନେଶ୍ବର: ପୋଲିସ ଡିଜି ସୁନୀଲ ବଂଶଲଙ୍କୁ ଅବସର ନେବାକୁ ଅନୁମତି । ଅବସର ପାଇଁ ବଂଶଲଙ୍କୁ ରାଜ୍ୟ ସରକାର ଦେଲେ ଅନୁମତି। ଆସନ୍ତା ଡିସେମ୍ବର ୩୧ ତାରିଖରେ ସରକାରୀ ଚାକିରିରୁ ଅବସର ନେବାକୁ ତାଙ୍କୁ ଅନୁମତି ଦେଇଛନ୍ତି ରାଜ୍ୟ ସରକାର। ଏନେଇ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହା ସହିତ  ରାଜ୍ୟର ପରବର୍ତ୍ତୀ ପୁଲିସ ମୁଖିଆ କିଏ ହେବେ, ସେନେଇ ଚର୍ଚ୍ଚା ଆହୁରି ଜୋର ଧରିଛି।

ଦୁଇ ବର୍ଷ କାର୍ଯ୍ୟକାଳ ସରିବାରୁ ଅବସର ନେବେ ପୋଲିସ ଡିଜି ସୁନୀଲ ବଂଶଲ । ସେ ୧୯୮୭ ବ୍ୟାଚର ଓଡିଶା କ୍ୟାଡରର ଆଇପିଏସ୍ ଅଫିସର। ମୟୂରଭଞ୍ଜ ଏସ୍‌ପି ଭାବେ ଓଡ଼ିଶାରେ କାର୍ଯ୍ୟ ଆରମ୍ଭ କରିଥିଲେ । ୨୭ ବର୍ଷ ଧରି କେନ୍ଦ୍ରୀୟ ଡେପୁଟେସନ୍‌ରେ ଯାଇଥିଲେ। ଓଡିଶା ଫେରିବା ସହିତ ପୋଲିସ ବିଭାଗର ସବୁଠାରୁ ବଡ ପଦବୀ ଗ୍ରହଣ କରିଥିଲେ। ବଂଶଲ ମାଓବାଦୀ ମୁକାବିଲାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ । ଏହାସହ ଆଇନଶୃଙ୍ଖଳା ରକ୍ଷା କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଥିଲେ ।

Leave A Reply

Your email address will not be published.