ପ୍ରମୁଖ ଖବର

ଦୁବାଇରୁ ସୁରକ୍ଷିତ ସ୍ୱଦେଶ ଫେରିଲେ ପିଭି ସିନ୍ଧୁ
ହୋଲି ପାଇଁ ମୁତୟନ ହେବେ ୩୦ ପ୍ଲାଟୁନ ଫୋର୍ସ, ୮୫ ସ୍ଥାନରେ ହେବ ଚେକିଂ
ରାଜ୍ୟସଭା ପାଇଁ ସ୍ୱାଧୀନ ପ୍ରାର୍ଥୀ ଭାବେ ଲଢ଼ିବେ ଦିଲୀପ ରାୟ
ମଧ୍ୟପ୍ରାଚ୍ୟରେ ଫସି ଥିବା ଓଡ଼ିଆଙ୍କ ପାଇଁ ଜାରି ହେଲା ହେଲ୍ପଲାଇନ ନମ୍ବର
କେନ୍ଦୁଝର ଜିଲ୍ଲା ଦୌରାଜଜ୍‌ଙ୍କ କୋର୍ଟକୁ ବୋମାରେ ଉଡ଼ାଇ ଦେବାକୁ ଧମକ
ପୂର୍ବତନ କେନ୍ଦ୍ରମନ୍ତ୍ରୀ କେ.ପି ଉନ୍ନିକୃଷ୍ଣନଙ୍କ ପରଲୋକ
ରାଜ୍ୟସଭା ନିର୍ବାଚନ, ପ୍ରାର୍ଥୀ ଘୋଷଣା କଲା ବିଜେପି

ଭୁବନେଶ୍ବର ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ଚୁକ୍ତି ସ୍ବାକ୍ଷରିତ

0

ଭୁବନେଶ୍ବର : ଭୁବନେଶ୍ବରରେ ପ୍ରସ୍ତାବିତ ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ଚୁକ୍ତି ସ୍ବାକ୍ଷରିତ ହୋଇଛି । ଏହି ଚୁକ୍ତି ଭୁବନେଶ୍ବର ମେଟ୍ରୋ ରେଳ କର୍ପୋରେସନ ଲିଃ ଓ ଦିଲ୍ଲୀ ମେଟ୍ରୋ ରେଳ କର୍ପୋରେସନ ଲିଃ ମଧ୍ୟରେ ସ୍ବାକ୍ଷରିତ ହୋଇଛି । ଏମଓୟୁ କାର୍ଯ୍ୟକ୍ରମରେ ନିଜେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉପସ୍ଥିତ ଥିଲେ । ୫-ଟି ଅଧ୍ୟକ୍ଷ ଭିକେ ପାଣ୍ଡିଆନ୍ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ । ଚୁକ୍ତି ଅନୁସାରେ ୪ ବର୍ଷ ମଧ୍ୟରେ ଏହି ପ୍ରକଳ୍ପ କାର୍ଯ୍ୟ ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଛି। ପ୍ରଥମ ପର୍ଯ୍ୟାୟ କାର୍ଯ୍ୟ ପାଇଁ ୬୨୫୫ ଟଙ୍କା ଖର୍ଚ୍ଚ ହେବ ।

କାର୍ଯ୍ୟକ୍ରମରେ ଉପସ୍ଥିତ ରହି ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଶା ପରିବହନ ଇତିହାସରେ ମେଟ୍ରୋ ରେଳ ଯୋଡିବ ସ୍ୱର୍ଣ୍ଣିମ ଫର୍ଦ୍ଦ। ନୂଆ ଓଡ଼ିଶାର ସଂକଳ୍ପକୁ ପୂରଣ କରିବାରେ ଏହି ପ୍ରକଳ୍ପ ଅନେକାଂଶରେ ସହାୟକ ହେବ । ଡିଏମଆରସି ତତ୍ୱାବଧାନରେ ଏହି ପ୍ରକଳ୍ପ କାମ ଧାର୍ଯ୍ୟ ସମୟରେ ସରିବ  ଏବଂ ଏହା ବିଶ୍ୱସ୍ତରୀୟ ହେବ ବୋଲି ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଥିଲେ ।

କାର୍ଯ୍ୟକ୍ରମରେ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ଉଷା ଦେବୀ ବିଜ୍ଞାନ ଓ କାରିଗରୀ ମନ୍ତ୍ରୀ ଅଶୋକ ପଣ୍ଡା ଏବଂ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା କହିଛନ୍ତି, ଏହି ପ୍ରକଳ୍ପ ରାଜ୍ୟର ବିକାଶ ଓ ଅର୍ଥନୀତିକୁ ଆଗକୁ ନେବ । ଡିଏମଆରସିର ଏମଡି ବିକାଶ କୁମାର କହିଛନ୍ତି ଯେ ଓଡ଼ିଶାର ବିକାଶକୁ ଆଗକୁ ନେବାରେ ଏହା ସହାୟକ ହେବ।

ଉଲ୍ଲେଖଯୋଗ୍ୟ, ଭୁବନେଶ୍ୱର ବିମାନବନ୍ଦରରୁ ତ୍ରିଶୁଳିଆ ଯାଏଁ ୨୬ କିଲୋମିଟର ମେଟ୍ରୋ ରେଳ ଯାତ୍ରାରେ କ୍ୟାପିଟାଲ ହସ୍ପିଟାଲ, ରାଜମହଲ, ବାଣୀବିହାର, ଜୟଦେବ ବିହାର ଓ ପଟିଆ ଛକ ସମେତ ମୋଟ୍‌‌ ୨୦ଟି ଷ୍ଟେସନ ନିର୍ମାଣ କରିବାକୁ ଯୋଜନା ରହିଛି। ଅତ୍ୟାଧୁନିକ କୋଚ୍ ସିଗନାଲ୍ ଓ ଟିକେଟ୍ ବ୍ୟବସ୍ଥା କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି । ନୂଆବର୍ଷରେ ମେଟ୍ରୋ ରେଳ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ ।

Leave A Reply

Your email address will not be published.