ପ୍ରମୁଖ ଖବର

ଏସୀୟ କ୍ରୀଡ଼ାରେ ଭାରତର ସୁବର୍ଣ୍ଣ ଦିନ, ଗୋଟିଏ ଦିନରେ ୬ ସ୍ୱର୍ଣ୍ଣ
ପିତୃତ୍ୱ ଛୁଟି ବାଧ୍ୟତାମୂଳକ କରିବାକୁ ଜାତୀୟ ମହିଳା କମିଶନର ସୁପାରିସ
ମୁମ୍ବାଇରେ ସିଜେପିର ‘ଜେଲ୍ ଭରୋ’ ଆନ୍ଦୋଳନ
ଗୁଜରାଟ UCCକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, ବଦଳିବ ବିବାହ-ଉତ୍ତରାଧିକାର ନିୟମ
ପାଇଲଟ୍‌ ସ୍ମିତ୍‌ ମଚ୍ଛାରଙ୍କୁ ମିଳିବ ଗୁଜରାଟର ସର୍ବୋଚ୍ଚ ସମ୍ମାନ
୩ ମାସ ପରେ ପୁଣି ଉଡ଼ିବ ଭୁବନେଶ୍ୱର-ବ୍ୟାଙ୍କକ୍ ବିମାନ

ଆରମ୍ଭ ହେଲା ବିଧାନସଭାର ଶୀତ ଅଧିବେଶନ

0

ଭୁବନେଶ୍ବର: ବିଧାନସଭାର ଶୀତ ଅଧିବେଶନ ଆରମ୍ଭ ହୋଇଛି । ମଙ୍ଗଳବାରଠାରୁ ଆରମ୍ଭ ହୋଇଥିବା ଏହି ଅଧିବେଶନ ଡିସେମ୍ବର ୩୦ ଯାଏ ଚାଲିବ ।ଏହି ଶୀତ ଅଧିବେଶନରେ ୩୦ଟି କାର୍ଯ୍ୟଦିବସ ରହିଛି ।

ବିଧାନସଭାର ଶୀତକାଳୀନ ଅଧିବେଶନ ଆରମ୍ଭ ପରେ ଗୃହରେ ଆଜି ଶୋକପ୍ରସ୍ତାବ ଆଗତ କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦିବଙ୍ଗତ ନେତାଙ୍କ ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ଶୋକ ପ୍ରସ୍ତାବ ଆଣିଥିବା ବେଳେ ଏହାକୁ ବିରୋଧୀ ସମର୍ଥନ ଜଣାଇଥିଲେ । ଉଭୟ କୋଶଳୀ ଓ ଓଡ଼ିଆ ଭାଷାରେ ବିବୃତି ରଖି ଶୋକ ପ୍ରସ୍ତାବକୁ ସମର୍ଥନ ଜଣାଇଥିଲେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର । ଶୋକପ୍ରସ୍ତାବକୁ ବିରୋଧୀ ଦଳ ସମର୍ଥନ ଜଣାଇବା ଦିବଙ୍ଗତ ନେତାଙ୍କ ପାଇଁ ଗୃହରେ ଏକ ମିନିଟ ନୀରବ ପ୍ରାର୍ଥନା କରିଥିଲେ ଗୃହର ସମସ୍ତ ସଦସ୍ୟ । ଏହାପରେ ଆସନ୍ତାକାଲି ଦିନ ୧୦ଟା ୩୦ ଯାଏଁ ଗୃହକୁ ମୁଲତବି ଘୋଷଣା କରିଥିଲେ ବାଚଷ୍ପତି ପ୍ରମିଳା ମଲ୍ଲିକ।

Leave A Reply

Your email address will not be published.