ପ୍ରମୁଖ ଖବର

ଏସୀୟ କ୍ରୀଡ଼ାରେ ଭାରତର ସୁବର୍ଣ୍ଣ ଦିନ, ଗୋଟିଏ ଦିନରେ ୬ ସ୍ୱର୍ଣ୍ଣ
ପିତୃତ୍ୱ ଛୁଟି ବାଧ୍ୟତାମୂଳକ କରିବାକୁ ଜାତୀୟ ମହିଳା କମିଶନର ସୁପାରିସ
ମୁମ୍ବାଇରେ ସିଜେପିର ‘ଜେଲ୍ ଭରୋ’ ଆନ୍ଦୋଳନ
ଗୁଜରାଟ UCCକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, ବଦଳିବ ବିବାହ-ଉତ୍ତରାଧିକାର ନିୟମ
ପାଇଲଟ୍‌ ସ୍ମିତ୍‌ ମଚ୍ଛାରଙ୍କୁ ମିଳିବ ଗୁଜରାଟର ସର୍ବୋଚ୍ଚ ସମ୍ମାନ
୩ ମାସ ପରେ ପୁଣି ଉଡ଼ିବ ଭୁବନେଶ୍ୱର-ବ୍ୟାଙ୍କକ୍ ବିମାନ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦୁଇଦିନିଆ ମୁମ୍ବାଇ ଗସ୍ତ

0

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇଦିନିଆ ମୁମ୍ବାଇ ଗସ୍ତରେ ଯାଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ସହ ଫାଇଭ-ଟି ଅଧ୍ୟକ୍ଷ ଭିକେ ପାଣ୍ଡିଆନ ଓ ତାଙ୍କ ବ୍ୟକ୍ତିଗତ ସୁରକ୍ଷାକର୍ମୀ ଯାଇଛନ୍ତି। ସେ ଆଜି ସନ୍ଧ୍ୟାରେ ମୁମ୍ବାଇସ୍ଥିତ ଜାହାଙ୍ଗୀର ଆର୍ଟ ଗ୍ୟାଲେରୀରେ ଆୟୋଜିତ ଫଟୋ ପ୍ରଦର୍ଶନୀ ‘ ‘ହାର୍ଟବିଟସ’ରେ ଯୋଗ ଦେଇଛନ୍ତି ।

ସୂଚନା ଅନୁସାରେ, ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଆଜି ପୂର୍ବାହ୍ନ ସାଢ଼େ ୧୧ଟାରେ ଏକ ସ୍ୱତନ୍ତ୍ର ବିମାନରେ ମୁମ୍ବାଇ ଗସ୍ତ କରିଛନ୍ତି । ଆସନ୍ତାକାଲି ସନ୍ଧ୍ୟା ୬ଟା ୫୦ରେ ସେ ଭୁବନେଶ୍ୱର ଫେରିବାର କାର୍ଯ୍ୟକ୍ରମ ରହିଛି । ମୁଖ୍ୟମନ୍ତ୍ରୀଙ୍କ ସହ ଫାଇଭ-ଟି ଅଧ୍ୟକ୍ଷ ଭିକେ ପାଣ୍ଡିଆନ ଓ ତାଙ୍କ ବ୍ୟକ୍ତିଗତ ସୁରକ୍ଷାକର୍ମୀ ଯାଇଛନ୍ତି । ନୂଆଦିଲ୍ଲୀସ୍ଥିତ ଆବାସିକ କମିଶନର ରବିକାନ୍ତ ମଧ୍ୟ ମୁମ୍ବାଇରେ ମୁଖ୍ୟମନ୍ତ୍ରୀଙ୍କୁ ସ୍ୱାଗତ କରିଥିଲେ । ଶ୍ରୀ ପଟ୍ଟନାୟକ ଆଜି ସନ୍ଧ୍ୟାରେ ଏହି ଆର୍ଟ ଗ୍ୟାଲେରୀକୁ ଯାଇ ଡାକ୍ତର ପଣ୍ଡାଙ୍କ ଦ୍ୱାରା ସଂଗୃହୀତ ବନ୍ୟପ୍ରାଣୀ ଫଟୋଗୁଡ଼ିକ ବୁଲି ଦେଖିଛନ୍ତି ।

Leave A Reply

Your email address will not be published.