ପ୍ରମୁଖ ଖବର

ପୂର୍ବତନ ବିଧାୟକ କାହ୍ନୁ ଚରଣ ନାଏକଙ୍କ ୭୯ ବର୍ଷରେ ପରଲୋକ
ଅମିତାଭଙ୍କ ‘ଜଲ୍‌ସା’କୁ ବୋମାରେ ଉଡ଼ାଇବା ଧମକ, ଟାର୍ଗେଟ୍‌ରେ ଦିଲଜିତ ଦୋସାଞ୍ଜ
ଅରୁଣାଚଳରେ ଭାରତ-ଚୀନ୍‌ ସୈନିକ ମୁହାଁମୁହିଁ
୨୯ରୁ ଓସିଏସ୍‌ ମୁଖ୍ୟ ପରୀକ୍ଷା, ଆଜିଠୁ ମିଳିବ ଆଡମିଟ୍‌ କାର୍ଡ
ଏସିଆନ ପାରା ଗେମ୍ସ: ପ୍ରମୋଦଙ୍କୁ ହରାଇ ସ୍ୱର୍ଣ୍ଣ ଜିତିଲେ ନିତେଶ

ମିସନ ଶକ୍ତି ସଚିବ ସୁଜାତା ଆର୍‌. କାର୍ତ୍ତିକେୟନଙ୍କୁ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ସଚିବ ଭାବେ ଅତିରିକ୍ତ ଦାୟିତ୍ବ

0

ଭୁବନେଶ୍ବର: ୨୦୦୦ ମସିହା ଓଡ଼ିଶା କ୍ୟାଡରର ଆଇଏଏସ୍‌ ତଥା ମିସନ ଶକ୍ତି ସଚିବ ସୁଜାତା ଆର୍‌. କାର୍ତ୍ତିକେୟନଙ୍କୁ ରାଜ୍ୟ ସରକାର ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ସଚିବ ଭାବେ ଅତିରିକ୍ତ ଦାୟିତ୍ବ ଦେଇଛନ୍ତି। ସେ ମିସନ ଶକ୍ତି ବିଭା‌ଗରେ ସେକ୍ରେଟାରି ଭାବେ କାମ କରିବା ସହ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗରେ ଅତିରିକ୍ତ ଦାୟିତ୍ବ ତୁଲାଇବେ। ଏନେଇ ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବୁଧବାର ବିଜ୍ଞପ୍ତି ପ୍ରକାଶ ପାଇଛି।

ସୂଚନାଯୋଗ୍ୟ, ବରିଷ୍ଠ ସତ୍ୟବ୍ରତ ସାହୁ ଏବେ ଓଡ଼ିଆ ଭାଷା,ସାହିତ୍ୟ ଓ ସଂସ୍କୃତି ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ଭାବେ କାର୍ଯ୍ୟ କରୁଛନ୍ତି । ଶ୍ରୀ ସାହୁ ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗ, ଜଙ୍ଗଲ ଓ ପରିବେଶ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ସମେତ ସ୍ୱତନ୍ତ୍ର ରିଲିଫ କମିଶନର ଦାୟିତ୍ୱରେ ମଧ୍ୟ ଅଛନ୍ତି ।

Leave A Reply

Your email address will not be published.